ସୁଶାନ୍ତ ଆତ୍ମହତ୍ୟା ମାମଲା: ସିବିଆଇ ତଦନ୍ତ ପାଇଁ ସଂପୃକ୍ତ ମନ୍ତ୍ରଣାଳୟକୁ ଚିଠି ପଠାଇଲେ ଶାହା

ନୂଆଦିଲ୍ଲୀ,୧୫।୭: ବଲିଉଡ୍‌ ଭର୍ସାଟାଇଲ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତ ଆତ୍ମହତ୍ୟାର ଏକ ମାସ ବିତିସାରିଲାଣି। ହେଲେ ତାଙ୍କୁ ହରାଇବାର କଷ୍ଟ ଏବେ ବି ପରିବାର ସମ୍ପର୍କୀୟ ଓ ପ୍ରଶଂସକ ମନରୁ ଲିଭିପାରିନାହିଁ। ସୁଶାନ୍ତଙ୍କ ଭଳି ଜଣେ ସଫଳ ଅଭିନେତା ଏଭଳି ପଦକ୍ଷେପ କାହିଁକି ଗ୍ରହଣ କଲେ ତାହା ଆଜି ବି ଅସ୍ପଷ୍ଟ ରହିଥିବା ବେଳେ ଏହାକୁ ଜାଣିବା ପାଇଁ ସମସ୍ତଙ୍କ ମନରେ ଉତ୍କଣ୍ଠା ଭରି ରହିଛି। ଏଥିପାଇଁ ରାଜନେତାଙ୍କଠାରୁ ଆରମ୍ଭ କରି ସେଲିବ୍ରିଟି ମଧ୍ୟ ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲାର ସିବିଆଇ ତଦନ୍ତ ପାଇଁ ଦାବି କରିଛନ୍ତି। ଇତିମଧ୍ୟରେ ସୁଶାନ୍ତଙ୍କ ମୃତ୍ୟୁକୁ ଏକ ମାସ ବିତିଯିବା ପରେ ପୂର୍ବତନ ଏମ୍‌ପି ପପୁ ଯାଦବ ଏନେଇ ଏକ ଟୁଇଟ କରିଛନ୍ତି। ସୁଶାନ୍ତଙ୍କ ମାମଲାର ସିବିଆଇ ତଦନ୍ତ ପାଇଁ ପପୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଚିଠି ଲେଖିଥିଲେ। ତେବେ ଆଗାମୀ କାର୍ଯ୍ୟାନୁଷ୍ଠାନ ପାଇଁ ଶାହା ଉକ୍ତ ଚିଠିକୁ ସଂପୃକ୍ତ ମନ୍ତ୍ରଣାଳୟକୁ ପଠାଇଛନ୍ତି ବୋଲି ପପୁ ଟୁଇଟ କରି ବୁଧବାର ସୂଚନା ଦେଇଛନ୍ତି। ସୁଚନାଯୋଗ୍ୟ, ବିହାରର ଗୌରବ ତଥା ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ଆତ୍ମହତ୍ୟା ମାମଲାର ସିବିଆଇ ଯାଞ୍ଚ ପାଇଁ ପପୁ ଯାଦବ ସ୍ବରାଷ୍ଟ୍ରମନ୍ତ୍ରୀ ଶାହାଙ୍କୁ ଚିଠି ଲେଖି ଜଣାଇଥିଲେ। ଏହାର ପ୍ରତି ଉତ୍ତରରେ ଶାହା ମଧ୍ୟ ପପୁ ଯାଦବଙ୍କୁ ଏକ ଚିଠି ପଠାଇଛନ୍ତି। ଯେଉଁଥିରେ ଉଲ୍ଲେଖ କରାଯାଇଛି ଯେ, ଏହି ମାମଲାର ସିବିଆଇ ତଦନ୍ତ ପାଇଁ ସଂପୃକ୍ତ ମନ୍ତ୍ରଣାଳୟକୁ ଚିଠି ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri