ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ ଅଧ୍ୟକ୍ଷ ଭାବେ ଡ.ସୁଶାନ୍ତ କୁମାର ମଲ୍ଲିକ ସନ୍ଧ୍ୟାରେ ଡ. ପଣ୍ଡାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି।

ପରେ ଅଧ୍ୟକ୍ଷ ମଲ୍ଲିକ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ଭେଟି କଲେଜର ଉନ୍ନତି ପାଇଁ ସହଯୋଗ କାମନା କରିଥିଲେ। ବିଧାୟକ ନାୟକ କଲେଜର ଉନ୍ନତି ପାଇଁ ସବୁ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।  ଏହି ଅବସରରେ ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ନୀଳମାଧବ ପାତ୍ର, ଭାଜପା ନେତା ଧୋବା ଗୌଡ, ମାନସ ଜେନା ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନା ଯୋଗ୍ୟ, ଡ. ମଲ୍ଲିକ ଗତବର୍ଷ ସେପ୍ଟେମ୍ବର ମାସ ପୂର୍ବରୁ କିଛି ବର୍ଷ ଭାରପ୍ରାପ୍ତ ଅଧ୍ୟକ୍ଷ ଦାୟିତ୍ୱରେ ଥିଲେ। ଏହାପରେ ସରକାରଙ୍କ ପକ୍ଷରୁ ସେଠାକୁ ଆସିକା ମହାବିଦ୍ୟାଳୟରୁ ଡ .ସ୍ମିତାରାଣୀ ପଣ୍ଡାଙ୍କୁ ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ବଦଳି ହୋଇଥିଲା। ଡ.ପଣ୍ତା ଅବସର ନେବାପରେ ସୁଶାନ୍ତ ପୁଣି ଅଧ୍ୟକ୍ଷ ଦାୟିତ୍ୱ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ପ୍ରାଇଭେଟ୍ କମ୍ପାନୀରେ କେବେ ସୁଦ୍ଧା ମିଳିବା ଦରକାର ଦରମା? ଜାଣନ୍ତୁ କଣ କହୁଛି ସରକାରୀ ନିୟମ

ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ଲୋକମାନେ ଭିନ୍ନ ଭିନ୍ନ ପ୍ରକାରର କାମ କରିଥାନ୍ତି। କେହି ନିଜର ବ୍ୟବସାୟ କରନ୍ତି ତ କେହି ଚାକିରି କରନ୍ତି, ଯେଉଁଥିରେ ସରକାରୀ…

ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…

୨୩ OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୩୦।୬: ଆଗକୁ ବିଶ୍ୱ ପ୍ରସିଦ୍ଧ ପୁରୀରଥଯାତ୍ରା। ରଥଯାତ୍ରା ସୁପରିଚାଳନା ପାଇଁ ୨୩ OAS ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି…

ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର! ଏଣିକି ଚାଟ୍‌ ପାଇଁ ଦେବାକୁ ପଡ଼ିବନି ମୋବାଇଲ୍ ନମ୍ବର

ନୂଆଦିଲ୍ଲୀ,୩୦।୬: ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଏକ ବହୁତ ବଡ଼ ଖବର ସାମ୍ନାକୁ ଆସିଛି! ଏଣିକି କାହା ସହିତ ଚାଟ୍‌ କରିବା ପାଇଁ ଆପଣଙ୍କୁ ନିଜର ବ୍ୟକ୍ତିଗତ ମୋବାଇଲ୍…

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri