ସକାଳୁ କାମରେ ଆସୁଥିଲେ ସୁଶାନ୍ତ: ପଛପଟୁ ଧକ୍କା ଦେଇ ଚମ୍ପଟ ମାରିଲା କାର୍‌, ଅବସ୍ଥା ଗୁରୁତର ହେବାରୁ…

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି – ରାୟଗଡ଼ା ୩୨୬ନଂ ଜାତୀୟ ରାଜପଥର ପୁଞ୍ଜିକଂୟା ଛକ ନିକଟ ବିଏସଏନଏଲ ଅଫିସ ସମ୍ମୁଖରେ ମଙ୍ଗଳବାର ସକାଳେ ଏକ ଦ୍ରୁତଗାମୀ କାର୍‌ ଧକ୍କାରେ ଜଣେ ବାଇକ ଚାଳକ ଗୁରୁତର ହୋଇଥିବା ଜଣାପଡିଛି । ବାଇକ ଚାଳକ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ସୁଶାନ୍ତ ପ୍ରଧାନ (୩୨) । ଦୁର୍ଘଟଣାସ୍ଥଳରେଉତ୍ତେଜନା ପ୍ରକାଶ ପାଇଥିଲା। ରାସ୍ତାରେ ଯିବା ଆସିବା କରୁଥିବା ଲୋକେ ଗୁରୁତର ଅବସ୍ଥାରେ ସୁଶାନ୍ତଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ । ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ସୁଶାନ୍ତ କୌଣସି କାମରେ ବାଇକ ଯୋଗେ ଦିଗପହଣ୍ଡି ଆସୁଥିଲେ। ଏହି ସମୟରେ ଦ୍ରୁତଗତିରେ ଯାଉଥିବା କାର୍‌ଟି ତାଙ୍କୁ ପଛ ପଟୁ ଧକ୍କା ଦେଇ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା । ବାଇକ ସହ ସୁଶାନ୍ତ ରାସ୍ତା ଉପରେ ଛିଟ୍‌କି ପଡ଼ିଥିଲେ। ତାଙ୍କ ମୁଣ୍ଡ ଓ ଶରୀରର ବିଭିନ୍ନ ଜାଗାରେ ଗଭୀର ଆଘାତ ହୋଇଛି। ଖବରପାଇ ଦିଗପହଣ୍ଡି ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ରାସ୍ତାକଡର କିଛି ଦୋକାନମାନଙ୍କରେ ଲାଗିଥିବା ସିସିଟିଭି ଫୁଟେଜ ସଂଗ୍ରହ କରିବା ସହ ତଦନ୍ତ କରି ଫେରିଥିବା ଜଣାପଡ଼ିଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆରଟିଆଇ (RTI) ର ବଡ଼ ତଥ୍ୟ, ୭ ବର୍ଷରେ ପ୍ରଧାନମନ୍ତ୍ରୀଙ୍କ ମେକଅପ ପାଇଁ ଖର୍ଚ୍ଚ ହୋଇଛି ଏତିକି କୋଟି ଟଙ୍କା

ଜେରୁଜେଲମ,୧୨।୯: ଇସ୍ରାଏଲରେ, ୨୦୧୯ ମସିହାରୁ ଅଗଷ୍ଟ ୨୦୨୬ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ କେଶ ସଜ୍ଜା (hairstyling) ଏବଂ ମେକଅପ ପାଇଁ ପ୍ରାୟ ୪,୭୦,୦୦୦ ଡଲାର (ପାଖାପାଖି ୪ କୋଟି…

ପ୍ରଧାନମନ୍ତ୍ରୀ ମୋଦି, ପୁଟିନ, ଜିନପିଙ୍ଗ… ବ୍ରିକ୍ସ (BRICS)ର ଏକ ଶକ୍ତିଶାଳୀ ଚିତ୍ର, ବିଶ୍ୱ ପାଇଁ ଦେଉଛି ବଡ଼ ବାର୍ତ୍ତା…

ନୂଆଦିଲ୍ଲୀ,୧୨।୯: ବ୍ରିକ୍ସ (BRICS) ସମ୍ମିଳନୀରୁ ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ବହନ କରୁଥିବା ଚିତ୍ର ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…

ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…

ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?