ଅଙ୍କିତାଙ୍କୁ ନେଇ ଧୋନୀଙ୍କ ଘରକୁ ଯାଇଥିଲେ ସୁଶାନ୍ତ

ବମ୍ବେ: ବଲିଉଡ୍‌ର ଏକପ୍ରକାର ଝଡ଼ ସୃଷ୍ଟି କରିଛି ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା। ଗୋଟିଏପଟେ ପରିବାରଲୋକେ କଥାକୁ ଗ୍ରହଣ କରିପାରୁ ନ ଥିବା ବେଳେ ପ୍ରଶଂସକମାନେ ଏଥିପାୟୀ ବଶଂବାଦ ପରମ୍ପରାକୁ ଦାୟୀ କରୁଛନ୍ତି। ଏପରିସ୍ଥଳେ ସୁଶାନ୍ତଙ୍କ ସ୍ମୃତି ଥିବା ଅନେକ ଭିଡିଓ ଓ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଏହି କ୍ରମରେ ପୂର୍ବ ପ୍ରେମିକା ଅଙ୍କିତା ଲୋଖଣ୍ଡେ ଏବଂ ସୁଶାନ୍ତଙ୍କ କିଛି ଫଟୋ ଭାଇରାଲ ହେଉଛି। ଏହା ‘ଏମ୍‌. ଏସ୍‌. ଧୋନୀ: ଦ ଅନ୍‌ଟୋଲ୍ଡ ଷ୍ଟୋରୀ’ ଚଳଚ୍ଚିତ୍ର ନିର୍ମାଣ ସମୟର। ସେତେବେଳେ ସୁଶାନ୍ତ ଧୋନୀଙ୍କ ଘରକୁ ସବୁବେଳେ ଯିବା ଆସିବା କରୁଥିଲେ। ଏପରିକି ଏକଦା ସେ ଅଙ୍କିତାଙ୍କୁ ନେଇଥିଲେ। ସେତେବେଳେ ଧୋନୀଙ୍କ ଝିଅ ଜିଭା ଛୋଟ ଥିଲେ। ଉଭୟ ତା ସହ ଖେଳିଥିବା ସମୟ ଅନେକ ସମୟ ବିତାଇଥିଲେ। ଏହି ସମୟର ଫଟୋ ଏବେ ଚର୍ଚ୍ଚାରେ ରହିଛି। ଅନେକ ଉଭୟଙ୍କ ଯୋଡ଼ିକୁ ପସନ୍ଦ କରୁଛନ୍ତି।

୨୦୧୫ରେ ସୁଶାନ୍ତ ଅଙ୍କିତାଙ୍କ ସହ ରହିଥିଲେ। ହେଲେ ଧୋନୀଙ୍କ ବାୟୋପିକ୍‌ ପରଦାକୁ ଆସିବା ପରେ ଉଭୟ ଅଲଗା ହୋଇଯାଇଥିଲେ। ବର୍ତ୍ତମାନ ଅଙ୍କିତା ଅନ୍ୟତ୍ର ନିର୍ବନ୍ଧ କରିସାରିଛନ୍ତି। ସେହିଭଳି ସୁଶାନ୍ତ ରିଆଙ୍କ ପ୍ରେମରେ ପଡ଼ିଥିବା ନେଇ ଚର୍ଚ୍ଚା ହେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri