Posted inଜାତୀୟ

ଅଧ ରାତିର କାହାଣୀ: ସାଗରଙ୍କୁ ହକି ବାଡିରେ ୩୦ରୁ ୪୦ ମିନିଟ୍‌ ପର୍ଯ୍ୟନ୍ତ ପିଟିଥିଲେ ସୁଶୀଲ

ନୂଆଦିଲ୍ଲୀ,୪।୮: ଜାତୀୟ ରେସଲିଂ ଚାମ୍ପିଅନ ସାଗର ଧନଖର ହତ୍ୟା ମାମଲାରେ ପୁଣି ନୂଆ ଖୁଲାସା ହୋଇଛି। ରେସଲର ସୁଶୀଲ କୁମାର ଏବଂ ତାଙ୍କ ସହଯୋଗୀମାନେ ଛତ୍ରସାଲ ଷ୍ଟାଡିୟମର ଥିବା ଏକ ରୁମ୍‌ରେ ତାଲା ପକାଇବା ସାଗରଙ୍କୁ ୩୦ରୁ ୪୦ ମିନିଟ ପର୍ଯ୍ୟନ୍ତ ହକି ବାଡି ଏବଂ ବେସବଲ ପିଟିଥିଲେ। ହତ୍ୟା ମାମଲାରେ ଦିଲ୍ଲୀ ପୋଲିସ ଦାଖଲ କରିଥିବା ଚାର୍ଜସିଟରେ ଏହି ସୂଚନା ଦିଆଯାଇଛି। ସମ୍ପତ୍ତି ବିବାଦକୁ ନେଇ ସାଗରଙ୍କୁ ମାଡ ମାରିଥିଲେ। ପରେ ସାଗରଙ୍କର ମୃତ୍ୟୁ ହୋଇଥିଲା।
ପୋଲିସର ଅନୁସନ୍ଧାନରୁ ଜଣାପଡିଛି ଯେ ସାଗର ଏବଂ ତାଙ୍କ ସାଙ୍ଗମାନଙ୍କୁ ଦିଲ୍ଲୀର ଦୁଇଟି ଭିନ୍ନ ସ୍ଥାନରୁ ଅପହରଣ କରି ଷ୍ଟାଡିୟମକୁ ଅଣାଯାଇଥିଲା, ଯାହା ପରେ ଭିତର ଫାଟକ ବନ୍ଦ ହୋଇଯାଇଥିଲା ଏବଂ ସୁରକ୍ଷାକର୍ମୀଙ୍କୁ ବାହାରକୁ ଯିବାକୁ କୁହାଯାଇଥିଲା। ପ୍ରାୟ ଏକ ହଜାର ପୃଷ୍ଠାର ଅନ୍ତିମ ରିପୋର୍ଟରେ ପୋଲିସ ଏହା କହିଛି। ଚାର୍ଜସିଟରେ ଏହି ମାମଲାର ଅନୁସନ୍ଧାନ କରୁଥିବା କ୍ରାଇମ ବ୍ରାଞ୍ଚ ମଧ୍ୟ ଏହା ପ୍ରକାଶ କରିଛି। ସୁଶୀଲ କୁମାର ଏବଂ ଅନ୍ୟ ୧୨ ଜଣଙ୍କ ବିରୋଧରେ ପୋଲିସ ଏକ ଚାର୍ଜସିଟ ଦାଖଲ କରିଥିଲା ଯେଉଁଥିରେ ଅଲିମ୍ପିକ ପଦକ ବିଜେତା ସୁଶୀଲଙ୍କୁ ମୁଖ୍ୟ ଅଭିଯୁକ୍ତ ଭାବେ ନାମିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri