Posted inଜାତୀୟ

କ୍ୟାନସର ସହ ଲଢୁଛନ୍ତି ସୁଶୀଲ ମୋଦି, ଲଢ଼ିବେନି ନିର୍ବାଚନ

ନୂଆଦିଲ୍ଲୀ,୩।୪: ଭାଜପା ନେତା ତଥା ବିହାରର ପୂର୍ବତନ ଡେପୁଟି ସିଏମ ସୁଶୀଲ କୁମାର ମୋଦି କ୍ୟାନସରରେ ପୀଡିତ ଅଛନ୍ତି। ଏକ୍ସ’ରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ ଗତ ୬ ମାସ ଧରି କ୍ୟାନସର ସହ ସଂଘର୍ଷ କରୁଛି। ଲୋକ ସଭା ନିର୍ବାଚନରେ ମୁଁ କିଛି କରିପାରିବି ନାହିଁ। ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜଣାଇଛି। ଦେଶ, ବିହାର ଏବଂ ନିଜ ଦଳ ପ୍ରତି ସବୁବେଳେ ମୁଁ କୃତଜ୍ଞ ସର୍ମପିତ ରହିବି।

କହିରଖୁଛୁ କି, ସୁଶୀଲ ମୋଦି ଦୀର୍ଘ ଦିନ ଧରି ବିହାରର ଉପମୁଖ୍ୟମନ୍ତ୍ରୀ ରହିଆସିଛନ୍ତି। ବିହାର ରାଜନୀତିରେ ତାଙ୍କର ଏକ ସ୍ବତନ୍ତ୍ର ପରିଚୟ ରହିଛି। ଅସୁସ୍ଥତା ଦର୍ଶାଇ ସେ କିଛି ସମୟ ପାଇଁ ରାଜନୀତିରୁ ଦୂରେଇ ରହିଥିଲେ। ସେ ଏହି ରୋଗକୁ ଦୀର୍ଘ ସମୟ ଧରି ଲୁଚାଇ ରଖିଥିଲେ। ତେବେ ଏହା ଭାଜପା ପାଇଁ ଏକ ବଡ ଝଟକା ବୋଲି କୁହାଯାଉଛି। ଦଳରେ ସେ ସବୁବେଳେ ସକ୍ରିୟ ରହୁଥିଲେ। ବିହାରର ଡେପୁଟି ସିଏମ ହେବା ବ୍ୟତୀତ ସୁଶୀଲ ରାଜ୍ୟ ସଭା ଏମପି ଅଛନ୍ତି। ତାଙ୍କର ତିନି ଦଶନ୍ଧିର ରାଜନୀତିରେ ସେ ରାଜ୍ୟ ସଭା, ଲୋକ ସଭା, ବିଧାନ ପରିଷଦ ଏବଂ ବିଧାନସଭା ସମେତ ଚାରିଟି ଗୃହର ସଦସ୍ୟ ରହିଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri