ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ସୁଶୀଳା କାର୍କି

କାଠମାଣ୍ଡୁ,୧୪ା୯: ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ରବିବାର ଦାୟିତ୍ୱ ନେଇଛନ୍ତି ସୁଶୀଳା କାର୍କି। ସେ ନେପାଳର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି।ନେପାଳ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ

ଶୁକ୍ରବାର ଦେଶର ସଂସଦକୁ ଭଙ୍ଗ କରାଯିବା ସହ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ସୁଶୀଳା କାର୍କିଙ୍କୁ ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଥିଲା। ତେବେ ଏହି ପଦକ୍ଷେପକୁ ଶନିବାର ଦେଶର ଅନେକ ରାଜନୈତିକ ଦଳ ଓ ଆଇନଜୀବୀ ସଙ୍ଗଠନ ନିନ୍ଦା କରିଛନ୍ତି। ଏହା ଏକ ଅସାମ୍ବିଧାନିକ, ସ୍ବେଚ୍ଛାଚାରୀ ପଦକ୍ଷେପ। ଏହି ପଦକ୍ଷେପ ଦ୍ୱାରା ଗଣତନ୍ତ୍ରକୁ ଗଭୀର ଭାବେ ଆଘାତ ଲାଗିଥିବା ସେମାନେ କହିଛନ୍ତି। ଦେଶର ସବୁଠାରୁ ବଡ଼ ରାଜନୈତିକ ଦଳ ନେପାଳୀ କଂଗ୍ରେସ (ଏନ୍‌ସି) କହିଛି, ସମ୍ବିଧାନକୁ ଉଲ୍ଲଂଘନ କରୁଥିବା ଯେକୌଣସି ନିର୍ଦ୍ଦେଶ ଗ୍ରହଣୀୟ ନୁହେଁ। ଏହି ପଦକ୍ଷେପ ସମ୍ବିଧାନର ଆତ୍ମାକୁ ଆଘାତ ଦେଇଛି। ସିପିଏନ୍‌-ୟୁଏମ୍‌ଏଲ୍‌ର ସାଧାରଣ ସମ୍ପାଦକ ଶଙ୍କର ପୋଖରେଲ କହିଛନ୍ତି, ଅଧାରୁ ନେପାଳ ସଂସଦକୁ ଭଙ୍ଗ କରାଯିବା ଅତ୍ୟନ୍ତ ଚିନ୍ତାଜନକ ଓ ନିନ୍ଦା ଯୋଗ୍ୟ ପଦକ୍ଷେପ। ସେହିପରି ସଂସଦକୁ ମନଇଚ୍ଛା ଭଙ୍ଗ କରାଯିବା ସମ୍ବିଧାନର ଗୁରୁତ୍ୱକୁ କ୍ଷୁଣ୍ଣ ପହଞ୍ଚାଇଛି ବୋଲି ନେପାଳ ବାର୍‌ ଆସୋସିଏଶନ (ଏନ୍‌ବିଏ) କହିଛି।
ଆସନ୍ତା ବର୍ଷ ମାର୍ଚ୍ଚ ୫ରେ ନେପାଳର ପରବର୍ତ୍ତୀ ସଂସଦୀୟ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଶନିବାର ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନବନିଯୁକ୍ତ ଅନ୍ତରୀଣ ପ୍ରଧାନମନ୍ତ୍ରୀ ସୁଶୀଳା କାର୍କିଙ୍କ ସୁପାରିଶ କ୍ରମେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ଜେନ୍‌ ଜେଡ୍‌ର ହିଂସାତ୍ମକ ବିରୋଧ ପ୍ରଦର୍ଶନରେ ଦେଶର ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜଗୁଡ଼ିକ ନଷ୍ଟ ହୋଇଯାଇଥିବା ନେଇ ଶନିବାର ନେପାଳ ସୁପ୍ରିମକୋର୍ଟ ଟିପ୍ପଣୀ କରିଛନ୍ତି। ଆନ୍ଦୋଳନରେ ହୋଇଥିବା ପୋଡ଼ାଜଳା, ପଥର ଫିଙ୍ଗା, ଭଙ୍ଗାରୁଜା ଏବଂ ଲୁଟ୍‌ପାଟ୍‌ ଆଦି ଯୋଗୁ ସୁପ୍ରିମକୋର୍ଟ ବିଲ୍ଡିଂ ଓ ପରିସର କ୍ଷତିଗ୍ରସ୍ତ ହୋଇଥିବା କହି ପ୍ରଧାନ ବିଚାରପତି ପ୍ରକାଶମାନ ସିଂ ରାଉତ ଦୁଃଖ ପ୍ରକାଶ କରିଛନ୍ତି। ଶନିବାର ନେପାଳ କର୍ତ୍ତୃପକ୍ଷ କାଠମାଣ୍ଡୁ ଉପତ୍ୟକା ସମେତ ଦେଶର ଅନ୍ୟାନ୍ୟ ଅଞ୍ଚଳରେ ଲାଗିଥିବା କର୍ଫ୍ୟୁକୁ ହଠାଇ ଦେଇଛନ୍ତି, ଯାହାଫଳରେ ପ୍ରାୟ ସପ୍ତାହେ ପରେ ଦେଶରେ ଜନଜୀବନ ସ୍ବାଭାବିକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?