ନେପାଳର ପ୍ରଧାନମନ୍ତ୍ରୀ ପଦ ସମ୍ଭାଳିବେ ସୁଶୀଳା କାର୍କି, ମିଳିଛି ଏମିତି ସଙ୍କେତ

କାଠମାଣ୍ଡୁ,୧୨ା୯: କେପି ଶର୍ମା ଓଲିଙ୍କ ଇସ୍ତଫା ପରେ ନେପାଳରେ ରାଜନୈତିକ ସଙ୍କଟ ଖୁବ୍‌ଶୀଘ୍ର ସମାଧାନ ହୋଇପାରେ। ରିପୋର୍ଟ ଅନୁଯାୟୀ, ସୁଶୀଳା କାର୍କିଙ୍କୁ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କରାଯାଇପାରେ। ଏହି ସାମ୍ବିଧାନିକ ସଙ୍କଟର ସମାଧାନ ପାଇଁ ଏକ ଯୋଜନା ପ୍ରସ୍ତୁତ କରାଯାଇଛି।

ନେପାଳରେ ବ୍ୟାପକ ସରକାର ବିରୋଧୀ ପ୍ରତିବାଦ ଯୋଗୁ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କ ଇସ୍ତଫା ପରେ ଦେଶରେ ଏପର୍ଯ୍ୟନ୍ତ ଅନ୍ତରୀଣ ନେତା ନିର୍ବାଚିତ ହୋଇନାହିଁ। ତଥାପି ଏବେ ଏହା ମନେ ହେଉଛି ଯେ, ଏହି ରାଜନୈତିକ ସଙ୍କଟ ଶୀଘ୍ର ସମାଧାନ ହୋଇପାରେ। ପୂର୍ବତନ ମୁଖ୍ୟ ବିଚାରପତି ସୁଶୀଳା କାର୍କି ଅନ୍ତରୀଣ ପ୍ରଧାନମନ୍ତ୍ରୀ ହେବାର ସମ୍ଭାବନା ଅଧିକ ଏବଂ ଏହା ଖୁବ୍‌ଶୀଘ୍ର ଘୋଷଣା ହୋଇପାରେ। ଏହି ସଙ୍କଟରେ ଦେଶର ଅନ୍ତରୀଣ ସରକାରର ନେତୃତ୍ୱ ନେବା ପାଇଁ ଆଲୋଚନା ହେଉଥିବା ନାମ ମଧ୍ୟରେ ନେପାଳ ବିଦ୍ୟୁତ୍‌ ବୋର୍ଡର ପୂର୍ବତନ ଅଧ୍ୟକ୍ଷ କୁଳମାନ ଘିସିଂ ମଧ୍ୟ ଅଛନ୍ତି।

ରିପୋର୍ଟ ଅନୁଯାୟୀ, ନେପାଳରେ ଅନ୍ତରୀଣ ସରକାରଙ୍କ ମୁଖ୍ୟ ଚୟନକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥାର ସମାଧାନ ପାଇଁ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ସମୟରେ ନେପାଳ ରାଷ୍ଟ୍ରପତି ରାମଚନ୍ଦ୍ର ପାଉଡେଲ ଦେଶବାସୀଙ୍କୁ ଶାନ୍ତି ପାଇଁ ନିବେଦନ କରିଛନ୍ତି ଏବଂ କହିଛନ୍ତି ତାଙ୍କର ଲକ୍ଷ୍ୟ ସାମ୍ବିଧାନିକ ଢାଞ୍ଚା ମଧ୍ୟରେ ରାଜନୈତିକ ସଙ୍କଟର ସମାଧାନ ଖୋଜିବା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ।…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

୨୦୦ ଟଙ୍କା ଶସ୍ତା ହେଲା LPG ସିଲିଣ୍ଡର ଦାମ, ଜାଣନ୍ତୁ କେଉଁ ସହରରେ କେତେ କମିଲା…

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ହୋଟେଲ, ରେଷ୍ଟୁରାଷ୍ଟ ଏବଂ ଅନ୍ୟାନ୍ୟ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟ…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର…

ଭାରତ ଆସୁଛନ୍ତି ଜିନ୍‌ପିଙ୍ଗ୍, ନୂଆଦିଲ୍ଲୀରୁ ବେଜିଂ ହଲଚଲ

ନୂଆଦିଲ୍ଲୀ,୩୧।୭: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri