ସୁଷମାଙ୍କୁ ମିଳିଲା ଗୁରୁଦାୟିତ୍ୱ: ହେଲେ ଭାଜପା ନଗର ସଭାପତି

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଭାଜପା ଦିଗପହଣ୍ଡି ନଗର ସଭାନେତ୍ରୀ ଭାବେ ସୁଷମା ଗୌଡ଼ଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡ଼ିଛି। ଭାଜପା ଜିଲା ସଭାପତି ସରୋଜ ସାବତ ଏନେଇ ଘୋଷଣା କରିଛନ୍ତି। ପୂର୍ବରୁ ସୁଷମା ଦିଗପହଣ୍ଡି ନଗର ମହିଳା ମୋର୍ଚ୍ଚା ସଭାନେତ୍ରୀ ଓ ପରେ ଭାଜପାର ବର୍ତ୍ତମାନ ଉପସଭାନେତ୍ରୀ ଭାବେ ଦାୟିତ୍ୱରେ ରହିଥିଲେ। ଏହି ଗୁରୁ ଦାୟିତ୍ୱ ମିଳିବା ପରେ ନବ ନିଯୁକ୍ତ ସଭାନେତ୍ରୀ ସୁଷମା ଭାଜପାରାଜ୍ୟ ସଭାପତି ମନମୋହନ ସାମଲ , ବ୍ରହ୍ମପୁର ଏମପି ଡ. ପ୍ରଦୀପ କୁମାର ପାଣିଗ୍ରାହୀ , ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର , ଭଜପା ଜିଲା ସଭାପତି ସରୋଜ ସାବତ, ରାଜ୍ୟ ପରିଷଦ ସଦସ୍ୟ ପରେଶ ଚନ୍ଦ୍ର ରଥ, ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଭବାନୀ ଶଙ୍କର ପଣ୍ଡାଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ: ପରୀକ୍ଷା ଦେଲେ ୨୫ହଜାର ୫୨୮ ଶିକ୍ଷାର୍ଥୀ

ବରଗଡ଼,୧୭।୩(ପ୍ରେମାନନ୍ଦ ଖମାରୀ): ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ଅନ୍ତର୍ଗତ ମୌଳିକ ସାକ୍ଷରତା ଏବଂ ସଂଖ୍ୟା ଜ୍ଞାନ ଦ୍ୱିତୀୟ ମୂଲ୍ୟାଙ୍କନ ପରୀକ୍ଷା (ଏଫଏଲଏନଏଟି-୨) ରବିବାର ବରଗଡ଼ ଜିଲାର ବିଭିନ୍ନ…

ଯୁଦ୍ଧ ମଧ୍ୟରେ ପରମାଣୁ ଅସ୍ତ୍ରକୁ ନେଇ ବଡ଼ ଚେତାବନୀ ଦେଲେଣି ଟ୍ରମ୍ପ, କହିଲେ ଯଦି ଇରାନକୁ ପରମାଣୁ ଅସ୍ତ୍ର ମିଳେ ତେବେ….

ଓ୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶ ବିରୁଦ୍ଧରେ ନିଆଯାଇଥିବା ସାମ୍ପ୍ରତିକ ସାମରିକ କାର୍ଯ୍ୟାନୁଷ୍ଠାନକୁ ରକ୍ଷା କରିଛନ୍ତି। ସେ ଚେତାବନୀ…

୪ କୋଠରିରେ ବସୁଛନ୍ତି ୯ ଶ୍ରେଣୀର ପିଲା

ନୂଆପଡ଼ା,୧୭ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଠିକପାଲି ପଞ୍ଚାୟତ ଶୁକ୍ଲିମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ୧୯୫୮ମସିହାରେ…

କ୍ରସ୍‌ ଭୋଟିଂ କରିଥିବା ବିଧାୟକଙ୍କୁ ବାସଭବନରେ ପୋଲିସ ସୁରକ୍ଷା

ଭୁବନେଶ୍ୱର, ୧୭।୩(ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ କରିଛନ୍ତି ବୋଲି ଅଭିଯୋଗ ଆସିଥିବା ୧୧ ବିଧାୟକଙ୍କୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। କଂଗ୍ରେସର…

ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ: ନବଙ୍କୁ ନେଇ ବିଜେଡି-ଭାଜପା ବିଧାୟକ ଗୋଡ଼ାଗୋଡ଼ି

ଭୁବନେଶ୍ୱର,୧୭।୩(ରବିନାରାୟଣ ଜେନା): ରାଜ୍ୟ ସଭା ନିର୍ବାଚନର ଭୋଟ ଗ୍ରହଣ ବେଳେ ସୋମବାର ଅପରାହ୍ନରେ ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ ପରିଲକ୍ଷିତ ହୋଇଛି। କେହି କିଛି ବୁଝିବା ପୂର୍ବରୁ…

ରାଜ୍ୟ ସଭା ଫଳାଫଳ ପରେ ନବୀନଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ଚହଳ

ଭୁବନେଶ୍ୱର, ୧୭।୩ (ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ, ସୁଜିତ କୁମାର ଏବଂ ଶାସକ ଦଳ ସମର୍ଥିତ ସ୍ବାଧୀନ ପ୍ରାର୍ଥୀ…

ଟ୍ରମ୍ପ କଲେ ବଡ଼ ଦାବି, କହିଲେ ଏହିଦିନ ଶେଷ ହେବ ଇରାନ ସହ ଯୁଦ୍ଧ!

ଓ୍ବାଶିଂଟନ,୧୭।୩: ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିଲେ ଯେ ଇରାନ ସହିତ ଚାଲିଥିବା ସଂଘର୍ଷ ଖୁବ ଶୀଘ୍ର ଶେଷ ହେବ, କିନ୍ତୁ ସେ ସ୍ପଷ୍ଟ କରିଛନ୍ତି…

ଭୋଟର୍ସ ଲିଷ୍ଟ ସଂଶୋଧନ ପାଇଁ କଡ଼ା ନିର୍ଦ୍ଦେଶ, ଭୋଟର୍ସଙ୍କ ନାଁ ତାଳମେଳ ନଥିଲେ ଏହି ତାରିଖ ସୁଦ୍ଧା କରନ୍ତୁ ଆବେଦନ, ନଚେତ୍‌…

କେସିଙ୍ଗା,୧୭।୩(ତୁମେଶ୍ୱର ସାହୁ) : କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ସ୍ବତନ୍ତ୍ର ସଂଘନ ସଂଶୋଧନ ( ଏସଆଇଆର) ପାଇଁ କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାରୀଙ୍କ ନେତୃତ୍ୱରେ ଭୋଟର୍ସ ଲିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri