ସୁସ୍ମିତା ସେନ୍‌ଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ବଲିଉଡ୍‌ ଅଭିନେତ୍ରୀ ସୁସ୍ମିତା ସେନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ପ୍ରେମିକ ରୋହମାନ ଶଲଙ୍କ ସହ ଦୀର୍ଘ ଦିନର ସମ୍ପର୍କ ଶେଷ ହେବା ପରେ ସେ ତାଙ୍କ ଜୀବନରେ ଆଗକୁ ବଢୁଛନ୍ତି। ବୋଲ୍ଡ ଅଭିନେତ୍ରୀ ଭାବେ ଜଣାଶୁଣା ସୁସ୍ମିତା ଏକ ବିଳାଶପୂର୍ଣ୍ଣ ଜୀବନଶୈଳୀ ବିତାନ୍ତି। ରୋଜଗାର ଦୃଷ୍ଟିରୁ ସୁସ୍ମିତା ଅନେକ ବଡ଼ ବଡ଼ ଅଭିନେତ୍ରୀଙ୍କୁ ପଛରେ ପକାଇଛନ୍ତି। ୪୬ ବର୍ଷିୟ ସୁସ୍ମିତା ସେନଙ୍କ ଖ୍ୟାତି ଆଜି ବି କମିନାହିଁ । ପ୍ରଥମେ ବଲିଉଡ ଫିଲ୍ମରେ ନିଜର ପରିଚୟ ସୃଷ୍ଟି କରିବା ପରେ ଏବେ ଓଟିଟି ଯୁଗରେ ପ୍ରାଧାନ୍ୟ ବିସ୍ତାର କରିଛନ୍ତି। ମାତ୍ର ୧୮ ବର୍ଷ ବୟସରେ ମିସ ୟୁନିଭର୍ସ ଟାଇଟଲ ଜିତିଥିବା ସୁସ୍ମିତା କୋଟି କୋଟି ସମ୍ପତ୍ତିର ମାଲିକ ଅଟନ୍ତି ।
ସୁସ୍ମିତା ୧୯୯୬ ମସିହାରେ ଫିଲ୍ମ ‘ଦସ୍ତକ’ ସହିତ ଚଳଚ୍ଚିତ୍ର ଜଗତରେ ଡେବ୍ୟୁ କରିଥିଲେ। ସେହି ଦିନଠାରୁ ଅନେକ ଫିଲ୍ମରେ କାମ କରିଥିବା ସୁସ୍ମିତା କେବଳ ଜାତୀୟ ସ୍ତରରେ ନୁହେଁ, ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ପ୍ରସିଦ୍ଧି ଲାଭ କରିଛନ୍ତି। ସୁସ୍ମିତା ଫିଲ୍ମ ପରେ, ଓଟିଟିରେ ୱେବ ସିରିଜ ‘ଆର୍ଯ୍ୟା’ ହେତୁ ସେ ଅନେକ ଚର୍ଚ୍ଚାରେ ଅଛନ୍ତି। ଏତେ ବର୍ଷ ଧରି ନିରନ୍ତର ଭାବେ କାମ କରୁଥିବା ସୁସ୍ମିତା କୋଟି କୋଟି ଟଙ୍କା ରୋଜଗାର କରିଛନ୍ତି। ସୁସ୍ମିତା ସେନଙ୍କ ସମ୍ପତ୍ତି ମୂଲ୍ୟ ପ୍ରାୟ ୭୪ କୋଟି ଟଙ୍କା। ସୁସ୍ମିତା ପ୍ରତି ମାସରେ ପ୍ରାୟ ୬୦ଲକ୍ଷ ଟଙ୍କା ଆୟ କରିଥାନ୍ତି। ସେ ତାଙ୍କର ପ୍ରତ୍ୟେକ ଚଳଚ୍ଚିତ୍ର ପାଇଁ ପ୍ରାୟ ୩ ରୁ ୪ କୋଟି ଚାର୍ଜ କରନ୍ତି। ଏହା ବ୍ୟତୀତ ସେ ମଡେଲିଂରୁ ମଧ୍ୟ ବହୁତ ରୋଜଗାର କରିଛନ୍ତ। ଫିଲ୍ମ ବ୍ୟତୀତ ସୁସ୍ମିତାଙ୍କ ରୋଜଗାରର ଏକ ପ୍ରମୁଖ ଉତ୍ସ ହେଉଛି ବ୍ରାଣ୍ଡ ପ୍ରମୋସନ। ସେ ବିଜ୍ଞାପନରୁ ପ୍ରାୟ୧.୫ କୋଟି ଟଙ୍କା ରୋଜଗାର କରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?