ସୁସ୍ମିତା ସେନ୍‌ଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ବଲିଉଡ୍‌ ଅଭିନେତ୍ରୀ ସୁସ୍ମିତା ସେନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ପ୍ରେମିକ ରୋହମାନ ଶଲଙ୍କ ସହ ଦୀର୍ଘ ଦିନର ସମ୍ପର୍କ ଶେଷ ହେବା ପରେ ସେ ତାଙ୍କ ଜୀବନରେ ଆଗକୁ ବଢୁଛନ୍ତି। ବୋଲ୍ଡ ଅଭିନେତ୍ରୀ ଭାବେ ଜଣାଶୁଣା ସୁସ୍ମିତା ଏକ ବିଳାଶପୂର୍ଣ୍ଣ ଜୀବନଶୈଳୀ ବିତାନ୍ତି। ରୋଜଗାର ଦୃଷ୍ଟିରୁ ସୁସ୍ମିତା ଅନେକ ବଡ଼ ବଡ଼ ଅଭିନେତ୍ରୀଙ୍କୁ ପଛରେ ପକାଇଛନ୍ତି। ୪୬ ବର୍ଷିୟ ସୁସ୍ମିତା ସେନଙ୍କ ଖ୍ୟାତି ଆଜି ବି କମିନାହିଁ । ପ୍ରଥମେ ବଲିଉଡ ଫିଲ୍ମରେ ନିଜର ପରିଚୟ ସୃଷ୍ଟି କରିବା ପରେ ଏବେ ଓଟିଟି ଯୁଗରେ ପ୍ରାଧାନ୍ୟ ବିସ୍ତାର କରିଛନ୍ତି। ମାତ୍ର ୧୮ ବର୍ଷ ବୟସରେ ମିସ ୟୁନିଭର୍ସ ଟାଇଟଲ ଜିତିଥିବା ସୁସ୍ମିତା କୋଟି କୋଟି ସମ୍ପତ୍ତିର ମାଲିକ ଅଟନ୍ତି ।
ସୁସ୍ମିତା ୧୯୯୬ ମସିହାରେ ଫିଲ୍ମ ‘ଦସ୍ତକ’ ସହିତ ଚଳଚ୍ଚିତ୍ର ଜଗତରେ ଡେବ୍ୟୁ କରିଥିଲେ। ସେହି ଦିନଠାରୁ ଅନେକ ଫିଲ୍ମରେ କାମ କରିଥିବା ସୁସ୍ମିତା କେବଳ ଜାତୀୟ ସ୍ତରରେ ନୁହେଁ, ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ପ୍ରସିଦ୍ଧି ଲାଭ କରିଛନ୍ତି। ସୁସ୍ମିତା ଫିଲ୍ମ ପରେ, ଓଟିଟିରେ ୱେବ ସିରିଜ ‘ଆର୍ଯ୍ୟା’ ହେତୁ ସେ ଅନେକ ଚର୍ଚ୍ଚାରେ ଅଛନ୍ତି। ଏତେ ବର୍ଷ ଧରି ନିରନ୍ତର ଭାବେ କାମ କରୁଥିବା ସୁସ୍ମିତା କୋଟି କୋଟି ଟଙ୍କା ରୋଜଗାର କରିଛନ୍ତି। ସୁସ୍ମିତା ସେନଙ୍କ ସମ୍ପତ୍ତି ମୂଲ୍ୟ ପ୍ରାୟ ୭୪ କୋଟି ଟଙ୍କା। ସୁସ୍ମିତା ପ୍ରତି ମାସରେ ପ୍ରାୟ ୬୦ଲକ୍ଷ ଟଙ୍କା ଆୟ କରିଥାନ୍ତି। ସେ ତାଙ୍କର ପ୍ରତ୍ୟେକ ଚଳଚ୍ଚିତ୍ର ପାଇଁ ପ୍ରାୟ ୩ ରୁ ୪ କୋଟି ଚାର୍ଜ କରନ୍ତି। ଏହା ବ୍ୟତୀତ ସେ ମଡେଲିଂରୁ ମଧ୍ୟ ବହୁତ ରୋଜଗାର କରିଛନ୍ତ। ଫିଲ୍ମ ବ୍ୟତୀତ ସୁସ୍ମିତାଙ୍କ ରୋଜଗାରର ଏକ ପ୍ରମୁଖ ଉତ୍ସ ହେଉଛି ବ୍ରାଣ୍ଡ ପ୍ରମୋସନ। ସେ ବିଜ୍ଞାପନରୁ ପ୍ରାୟ୧.୫ କୋଟି ଟଙ୍କା ରୋଜଗାର କରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri