ସଲମାନଙ୍କ ପ୍ରଶଂସାରେ ଖୁସି ହେଲେ ସୁସ୍ମିତା

ମୁମ୍ବାଇ: ବଲିଉଡ୍‌ ନାୟିକା ସୁସ୍ମିତା ସେନ୍‌ ନିଜ ଫିଟ୍‌ନେସ୍‌ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ବେଳେ ଏବେ କିନ୍ତୁ ଆଉ ଏକ କାରଣ ପାଇଁ ଆସିଛନ୍ତି ଚର୍ଚ୍ଚାକୁ। ବେଶ୍‌ କିଛି ବର୍ଷ ପରେ ସେ ପୁଣିଥରେ ଅଭିନୟ ଦୁନିଆକୁ ଫେରିଛନ୍ତି। ତାହା ପୁଣି ଓ୍ବେବ ସିରିଜ ମାଧ୍ୟମରେ। ନିକଟରେ ରିଲିଜ୍‌ ହୋଇଛି ସୁସ୍ମିତାଙ୍କ ଧମାକାଦାର ଓ୍ବେବ ସିରିଜ ‘ଆର୍ଯ୍ୟା’। ଏହାକୁ ନେଇ ବଲିଉଡ୍‌ ଭାଇଜାନ ସଲମାନ ଖାଁ ସୁସ୍ମିତାଙ୍କର ଖୁବ୍‌ ପ୍ରଶଂସା କରିଛନ୍ତି। ଆଉ ସଲମାନଙ୍କ ପ୍ରଶଂସା ଦେଖିବା ପରେ ରି ଟୁଇଟ୍‌ କରି ସୁସ୍ମିତା ଏହାର ଉତ୍ତର ରଖିଛନ୍ତି। ଏଥିରେ ସେ ‘ବିବି ନମ୍ବର ୧’ର ଏକ ଡାଇଲଗ ମଧ୍ୟ ଶେୟାର କରିଛନ୍ତି। ଏହା ପୂର୍ବରୁ ସଲମାନ ଏକ ପୋଷ୍ଟର ଶେୟାର କରି ଲେଖିଥିଲେ,ଭରସା ସେହିମାନେ ହରାନ୍ତି ଯାହାଙ୍କ ଉପରେ ଭରସା କରାଯାଏ। ଆପଣଙ୍କୁ ସୁସ୍ମିତାଙ୍କର ଏହି ଡାଏଲଗ କିପରି ଲାଗିଲା। ଏମିତି ଆଉ କିଛି ଡାଏଲଗ ଶୁଣିବାକୁ ଚାହୁଁଥିଲେ ସ୍ବାଗତ କରନ୍ତୁ ଓ୍ବେବ ସିରିଜ ‘ଆର୍ଯ୍ୟା’କୁ। ପୁଣିଥରେ ସୁସ୍ମିତା ଅଭିନୟ ଦୁନିଆକୁ ଫେରିଥିବାରୁ ସଲମାନ ତାଙ୍କର ପ୍ରଶଂସା କରିଛନ୍ତି। ଏହା ସୁସ୍ମିତାଙ୍କ ଠିକ୍‌ ନିଷ୍ପତ୍ତି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ୧୯୯୯ରେ ସୁସ୍ମିତା ‘ବିବି ନମ୍ବର ୧’ରେ ସଲମାନଙ୍କ ସହ କାମ କରିଥିଲେ। ଆଉ ଏମାନଙ୍କ ଯୋଡିକୁ ଦର୍ଶକେ ବେଶ୍‌ ପସନ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri