ପୂର୍ବତନ ପ୍ରେମିକଙ୍କ ଜନ୍ମଦିନରେ ରୋମାଣ୍ଟିକ୍‌ ହେଲେ ସୁସ୍ମିତା, ଖାସ୍‌ ବାର୍ତ୍ତା ଲେଖି…

ବମ୍ବେ: ବ୍ରେକ୍‌ଅପ୍‌ ସତ୍ତ୍ୱେ ପୂର୍ବତନ ପ୍ରେମିକଙ୍କ ସହ ବନ୍ଧୁତାର ସମ୍ପର୍କ ଭୁଲିନାହାନ୍ତି ବଲିଉଡ୍‌ ଡିଭା ସୁସ୍ମିତା ସେନ୍‌। ଲଗାତର ଭାବେ ଦୁହିଁଙ୍କୁ ପାର୍ଟି ନଚେତ ଛୁଟି ବିତାଉଥିବାର ଦେଖିବାକୁ ମିଳେ। ଏହି କ୍ରମରେ ସୁସ୍ମିତା ଏବେ ରୋହମନ ଶଲ୍‌ଙ୍କ ଜନ୍ମଦିନ ଉପଲକ୍ଷେ ରୋମାଣ୍ଟିକ ହୋଇଥିବା ଦେଖାଯାଇଛି। ସେ ସ୍ବତନ୍ତ୍ର ଭାବେ ଶୁଭେଚ୍ଛା ଜଣାଇବା ଲାଗି ଆଇନା ସାମ୍ନାରେ ଦୁହେଁ ଉଠାଇଥିବା ଏକ ଫଟୋ ଶେୟାର କରି ମନକଥା କହିଛନ୍ତି। ‘ହାପି ବର୍ଥ ଡେ ବାବୁସ୍‌.. ତୁମ ଜୀବନରେ ସବୁବେଳେ ଖୁସି ରହୁ। ମୋ ତରଫରୁ ବହୁତ ଭଲପାଇବା’ ବୋଲି ସୁସ୍ମିତା ପୋଷ୍ଟ ଲେଖିଛନ୍ତି।
ତେବେ ସୁସ୍ମିତା ଦୀର୍ଘଦିନ ଧରି ରୋହମନଙ୍କୁ ଡେଟ୍‌ କରୁଥିଲେ। ଏକ ଫ୍ୟାଶନ ଶୋ’ରେ ପରସ୍ପରକୁ ଦୁହେଁ ଭେଟିଥିବା କୁହାଯାଏ। ଏହାପରେ ବନ୍ଧୁତା ଏବଂ ପରେ ସେମାନେ ପ୍ରେମରେ ପଡ଼ିଥିଲେ। କିଛି ମାସ ତଳେ ଦୁହେଁ ବ୍ରେକ୍‌ଅପ୍‌ ହୋଇଥିବା କହିଥିଲେ। ହେଲେ ଏବେ ପୁଣିଥରେ ସେମାନଙ୍କୁ ଏକାଠି ଦେଖାଯିବା ପରେ ଡେଟିଂ ନେଇ କଥା ଉଠୁଛି। ହେଲେ ଅଭିନେତ୍ରୀ ଏନେଇ ମୁହଁ ଖୋଲୁ ନାହାନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଉପରେ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ରରେ ସ୍ପେନିସ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇଲା ଇରାନ

ତେହରାନ୍‌,୨୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ଆକର୍ଷଣୀୟ ଘଟଣା ଘଟୁଛି। ଇସ୍ରାଏଲରେ ଲକ୍ଷ୍ୟସ୍ଥଳରେ ନିକ୍ଷେପ କରାଯାଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ରରେ IRGC…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

ହୁତୁହୁତୁ ଜଳିଗଲା ବସ: ପୁରୀ ବସଷ୍ଟାଣ୍ଡରେ ଅଘଟଣ

ପୁରୀ,୨୩।୩: ବସ୍‌ଷ୍ଟାଣ୍ଡରେ ଅଗ୍ନିକାଣ୍ଡ। ହୁତୁହୁତୁ ଜଳିଗଲା ବସ। ପୁରୀ ବସଷ୍ଟାଣ୍ଡରେ ଏକ ଘରୋଇ ବସରେ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ଜଳିଯାଇଥିଲା ବସ। ଅଗ୍ନିଶମ ବାହିନୀ ପହଞ୍ଚି…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଅର୍ଦ୍ଧାଧିକ ଦେଶ ସ୍କୁଲରେ ଫୋନ୍‌ ନିଷେଧ କଲେଣି: ୟୁନେସ୍କୋ

ନୂଆଦିଲ୍ଲୀ,୨୩ା୩(ପି.ଟି.): ଶ୍ରେଣୀଗୃହରେ ପିଲାମାନଙ୍କ ଧ୍ୟାନ ହ୍ରାସ ପାଇବା ସହ ଇଣ୍ଟରନେଟ୍‌, ସୋସିଆଲ ମିଡିଆ ଏବଂ ମେସେଜିଂ ଆପ୍‌ ଜରିଆରେ ସେମାନଙ୍କୁ ଡରାଇବା, ଅପମାନିତ କରିବା ଓ ବଦନାମ କରିବା…

ବାଇକକୁ ଧକ୍କା ଦେଲା ବୋଲେରୋ: ଚାଲିଗଲା ୨ ଜଣଙ୍କ ଜୀବନ

ଜୟପୁର,୨୩।୩(ପବନ ପାଣିଗ୍ରାହୀ): ଜୟପୁର ସଦର ଥାନା ଅନ୍ତର୍ଗତ ଥୋଡରିପୁଟ ନିକଟରେ ବାଇକକୁ ଧକ୍କା ଦେଇଛି ଏକ ବୋଲେରୋ ଗାଡି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ…

୨ ଗୁଣା ତରଳୁଛି ହିମାଳୟ ଗ୍ଲେସିୟର

କାଠମାଣ୍ଡୁ,୨୩ା୩(ପି.ଟି.): ହିନ୍ଦୁକୁଶ ହିମାଳୟରେ ଥିବା ଗ୍ଲେସିୟର ୨୦୦୦ରୁ ପୂର୍ବାପେକ୍ଷା ୨ ଗୁଣ ହାରରେ ତରଳୁଛି। ୧୯୯୦ରୁ ୨୦୨୦ ମଧ୍ୟରେ ୧୨ ପ୍ରତିଶତ ଅଞ୍ଚଳ ଗ୍ଲେସିୟର ହରାଇଲାଣି ବୋଲି ଆଇସିଆଇଏମ୍‌ଓଡି…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri