ଜନ୍ମଦିନରେ ସେଲ୍ଫି ଶେୟାର କଲେ ସୁସ୍ମିତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ପୂର୍ବତନ ବିଶ୍ୱ ସୁନ୍ଦରୀ ସୁସ୍ମିତା ସେନ ଶନିବାର ତାଙ୍କର ୪୭ ତମ ଜନ୍ମଦିନ ପାଳନ କରୁଛନ୍ତି । ଅଭିନେତ୍ରୀ ସବୁବେଳେ କିଛି ନା କିଛି କାରଣ ପାଇଁ ରହିଥାଆନ୍ତି ଚର୍ଚ୍ଚାରେ । ଅଭିନୟକୁ ନେଇ ସେ ଯେତିକି ଚର୍ଚ୍ଚିତ ତାଙ୍କ ପର୍ସନାଲ ଲାଇଫକୁ ନେଇ ବି ସେ ଅନେକ ସମୟରେ ଚର୍ଚ୍ଚାର ପରିସରକୁ ଆସିଥାଆନ୍ତି । ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ ସୁସ୍ମିତା । ଏଥର ଜନ୍ମଦିନକୁ ନେଇ ସେ ଖୁବ୍ ଏକ୍ସାଇଟେଡ ଅଛନ୍ତି । ଏଥର ସେ ଏକ ସେଲଫି ସହ ଏକ ନୋଟ ଶେୟାର କରିଛନ୍ତି । ଲାଗୁଛି ଏଥର ଜନ୍ମଦିନରେ କିଛି ଗୋଟେ ବଡ ନିଷ୍ପତ୍ତି ନେଇ ପାରନ୍ତି ସୁସ୍ମିତା ।
ନୋଟରେ ଅଭିନେତ୍ରୀ ଲେଖିଛନ୍ତି,’ ୪୭ ବର୍ଷ ଫାଇନାଲି! ଏହା ଏମିତି ଏକ ନମ୍ବର ଯାହା ମୋତେ ୧୩ ବର୍ଷ ହେଲା ପିଛା କରି ଆସୁଛି । ଏକ ଅବିଶ୍ୱନୀୟ ବର୍ଷ ଦସ୍ତକ ଦେବାକୁ ଯାଉଛି । ମୁଁ ବହୁତ ଆଗରୁ ଏହା ଜାଣିଥିଲି । ଏହାର ସୂଚନା ଦେଉଥିବା ବେଳେ ମୁଁ ରୋମାଞ୍ଚିତ ଅନୁଭବ କରୁଛି ।’ ସୂଚନାଯୋଗ୍ୟ ସୁସ୍ମିତା ଆଜି ୪୭ ବର୍ଷରେ ପାଦ ରଖିଛନ୍ତି । ତାଙ୍କର ଏହି କ୍ୟାପଶନରୁ ପ୍ରଶଂସକ ଅନୁମାନ କରୁଛନ୍ତି କି ହୁଏତ ଅଭିନେତ୍ରୀ ନିଜ ଜୀବନ ସହ ଜଡିତ କିଛି ବଡ ନିଷ୍ପତ୍ତି ଘୋଷଣା କରିପାରନ୍ତି ।
ସୁସ୍ମିତାଙ୍କ ଏହି ପୋଷ୍ଟରେ ପ୍ରଶଂସକ ଭିନ୍ନ ଭିନ୍ନ କମେଣ୍ଟ କରିବା ସହ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଉଛନ୍ତି । ସୁସ୍ମିତାଙ୍କ ପର୍ସନାଲ ଲାଇଫ କଥା ଯଦି ଆଲୋଚନା କରିବା ତେବେ ସେ ଦୁଇଟି ଝିଅ ରିନି ଓ ଅଲିଶାଙ୍କ ସିଙ୍ଗଲ ମଦର । ସୁସ୍ମିତା ବିବାହ କରି ନାହାନ୍ତି ହେଲେ ଏହି ଦୁଇ ଝିଅଙ୍କୁ ସେ ପାଳିତା କନ୍ୟା ଭାବେ ଗ୍ରହଣ କରିଛନ୍ତି । କିଛିଦିନ ତଳେ ଆଇପିଏଲର ଫାଉଣ୍ଡର ଲଳିତ ମୋଦିଙ୍କ ସହ ତାଙ୍କ ଆଫେୟାର୍ସକୁ ନେଇ ଖୁବ୍ ଚର୍ଚ୍ଚା ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri