ଝୁଣ୍ଟି ପଡିଲେ ସୁସ୍ମିତା

ମୁମ୍ବାଇ: ବଲିଉଡ୍ ନାୟିକା ସୁସ୍ମିତା ସେନଙ୍କର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏଥିରେ ସେ ହ୍ୱାଇଟ କଲରର ଥାଇ ସ୍ଲିଟ ଡ୍ରେସ୍ ପିନ୍ଧିଥିବା ନଜର ଆସୁଛନ୍ତି । ଏହି ଡ୍ରେସ ସହ ସେ ହାଇ ହିଲ୍ଡ କ୍ୟାରି କରିଛନ୍ତି । ଅଭିନେତ୍ରୀ ଏକ ଜୁଏଲାରୀ ଶପରୁ ବାହାରି ଆସୁଥିବା ବେଳେ ତାଙ୍କୁ ସ୍ପଟ କରାଯାଇଛି । ତେବେ ସେଠାରୁ ବାହାରକୁ ବାହାରିବା ପରେ ପରେ ସେ ଝୁଣ୍ଟି ପଡୁଛନ୍ତି ଓ ପଡୁ ପଡୁ ରହି ଯାଉଛନ୍ତି ବୋଲି ବି କହିଛନ୍ତି । ଏବେ ଏହି ଭିଡିଓଟି ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଭୁମ୍ପଲା ଇନଷ୍ଟାଗ୍ରାମରେ ଏହାକୁ ଶେୟାର କରାଯାଇଛି । ସୂଚନାଯୋଗ୍ୟ, ସୁସ୍ମିତା ୧୦ ବର୍ଷ ପରେ ପୁଣିଥରେ ପରଦାକୁ ଫେରିଛନ୍ତି । ଅଭିନେତ୍ରୀ ଗତବର୍ଷ ‘ଆର୍ଯ୍ୟା’ ନାମକ ଏକ ୱେବ ସିରିଜରେ ଦେଖାଦେଇଥିଲେ । ଏଥିରେ ସୁସ୍ମିତାଙ୍କ କାମକୁ ଦର୍ଶକେ ବେଶ୍ ପସନ୍ଦ କରିଥିଲେ । କିଛିଦିନ ପୂର୍ବରୁ ‘ଆର୍ଯ୍ୟା’କୁ ବେଷ୍ଟ ଡ୍ରାମା ଶ୍ରେଣୀରେ ଏମ୍ମି ନୋମିନେଶନ ମିଳିଛି । ଏହି ୱେବ ସିରିଜର ସିଜନ ୨ ଖୁବଶୀଘ୍ର ଆସିପାରେ । ଆର୍ଯ୍ୟା ୨ର ଶୁଟିଂ ସୁସ୍ମିତା ପୁରା କରି ସାରିଛନ୍ତି । ୯୦ ଦଶକରେ ସୁସ୍ମିତା ସୁନ୍ଦର ଓ ଟ୍ୟାଲେଣ୍ଟେଡ ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ ଥିଲେ । କିଛି ଫିଲ୍ମରେ କାମ କରିବା ପରେ ୨୦୦୧ରୁ ସେ ବ୍ରେକ୍ ନେଇଥିଲେ । ଏହାର ଠିକ୍ ୧୦ ବର୍ଷ ପରେ ୨୦୨୦ରେ ପୁଣି ପରଦାକୁ ଫେରିଲେ ଓ ଡିଜିଟାଲ ଡେବ୍ୟୁ କଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri