ଆର୍ଥିକ ସହାୟତା ଅପେକ୍ଷାରେ ସୁସ୍ମିତା, ଆଜି ବି ସ୍ବପ୍ନ ଅଛି ଡାକ୍ତର ହେବେ

ଦାରିଙ୍ଗବାଡି,୨୭।୧୧(ଅରୁଣ ସାହୁ): ଡାକ୍ତରୀ ପାଠ ପଢି ନିଜ ଅଞ୍ଚଳ ରୋଗୀଙ୍କ ସେବା କରିବାକୁ ଇଚ୍ଛା ରଖିଛନ୍ତି କନ୍ଧମାଳ ଜିଲା ଦାରିଙ୍ଗବାଡି ଗୌଡ଼ ସାହିର ଛାତ୍ରୀ ସୁସ୍ମିତା ଗୌଡ଼। ତେବେ ଜାନୁଆରୀ ପହିଲାରେ ରାସ୍ତା ଦୁର୍ଘଟଣାରେ ସେ ଗୁରୁତର ହୋଇଥଥିଲେ। ତାଙ୍କ ଗୋଡ଼ର ଏକାଧିକ ହାଡ଼ ଭାଙ୍ଗି ଚୁରମାର ହୋଇଥିଲା। ବ୍ରହ୍ମପୁର ବଡ଼ ମେଡିକାଲରେ ବହୁଦିନ ଚିକିତ୍ସା ପରେ ସେ ଘରକୁ ଫେରିଥିଲେ। ହେଲେ ଏବେ ମଧ୍ୟ ତାଙ୍କ ଗୋଡ଼ର ଏକାଧିକ ଅପରେଶନ ବାକି ରହିଛି। ଏହି ଅପରେଶନ ସରକାରୀ ସହାୟତାରେ ହେଉଥିଲା ବେଳେ ବାହାରୁ ଆବଶ୍ୟକ ଔଷଧ, ଇଞ୍ଜେକ୍ସନ କିଣିବା ପାଇଁ ସୁସ୍ମିତାଙ୍କ ମା’ଶଶୀଙ୍କ ନିକଟରେ ସାମର୍ଥ୍ୟ ନାହିଁ। ଏବେ ସୁସ୍ମିତାଙ୍କୁ ଅପରେଶନ ପାଇଁ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ପରୀକ୍ଷାନିରୀକ୍ଷା ଚାଲିଛି ଅପରେଶନ ପାଇଁ ଡାକ୍ତର ପ୍ରସ୍ତୁତ ହେଉଥିବା ନେଇ ଗତ ସେପ୍ଟେମ୍ବର ୨୪ରେ ଧରିତ୍ରୀରେ ଖବର ପ୍ରକାଶିତ ହୋଇଥଥିଲା। ୨୫ରେ ଜିଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦ୍ଦେଶ କ୍ରମେ ତହସିଲଦାର ଶରତ ଶବର ଓ ଡାକ୍ତର ଟିମ ଯାଇ ସୁସ୍ମିତାଙ୍କ ଘରେ ପହଞ୍ଚି ତଦନ୍ତ କରି ଜିଲା ପ୍ରଶାସନକୁ ଜଣାଇଥିଲେ। ଜିଲା ପ୍ରଶାସନ ପକ୍ଷରୁ ତୁରନ୍ତ ସୁସ୍ମିତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨୦ ହଜାର ସହାୟତା ରାଶି ପ୍ରଦାନ କରାଯାଇଥଥିଲା। ମାତ୍ର ୨୦ ହଜାରରେ ତାଙ୍କ ଅପରେଶନ କିଭଳି ସମ୍ଭବ ସେ ନେଇ ସୁସ୍ମିତାଙ୍କ ମା’ଶଶୀ ଚିନ୍ତିତ ଥିବା କହିଛନ୍ତି। ଜିଲାପ୍ରଶାସନ ସୁସ୍ମିତାଙ୍କ ଅପରେଶନ ପାଇଁ ଆବଶ୍ୟକ ଅର୍ଥ ଯାଗାଇଦେଲେ ସେ ଉତ୍ତମ ଚିକିତ୍ସା ପାଇବା ସହ ଶୀଘ୍ର ସୁସ୍ଥ ହୋଇପାରିବେ ଓ ପାଠ ପଢି ଡାକ୍ତର ହେବେ ବୋଲି ସୁସ୍ମିତା ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା…

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri