ଏହି ପ୍ରଶ୍ନର ଉତ୍ତର ଦେଇ ମିସ୍‌ ୟୁନିଭର୍ସ ହୋଇଥିଲେ ସୁସ୍ମିତା

ମୁମ୍ବାଇ: ଆଜି ହେଉଛି ଭାରତର ପ୍ରଥମ ୟୁନିଭର୍ସ ତଥା ଅଭିନେତ୍ରୀ ସୁସ୍ମିତା ସେନ୍‌ଙ୍କ ଜନ୍ମଦିନ। ଆଜି ସେ ତାଙ୍କର ୪୬ତମ ଜନ୍ମଦିବସ ପାଳୁଛନ୍ତି। ୧୯୭୫ ମସିହା ନଭେମ୍ବର ୧୯ରେ ହାଇଦ୍ରାବାଦରେ ଜନ୍ମ ହୋଇଥିଲେ ସୁସ୍ମିତା। ମାତ୍ର ୧୮ ବର୍ଷ ବୟସରେ ସେ ମଡେଲ ଜଗତରେ ପାଦ ଥାପିଥିଲେ। ୧୯୯୪ ମସିହାରେ ସୁସ୍ମିତା ସେନ୍‌ ଏବଂ ଐଶ୍ୱର୍ଯ୍ୟା ରାୟ ମିସ୍‌ ଇଣ୍ଡିଆ ପ୍ରତିଯୋଗିତାରେ ଭାଗ ନେଇଥିଲେ। ଏଥିରେ ଇତିହାସ ରଚିଥିଲେ ସୁସ୍ମିତା।

ମିସ୍‌ ଇଣ୍ଡିଆର ଶେଷ ରାଉଣ୍ଡରେ ସୁସ୍ମିତା ଏବଂ ଐଶ୍ୱର୍ଯ୍ୟାଙ୍କ ମଧ୍ୟରେ ଟାଇ ହୋଇଥିଲା। ସମସ୍ତଙ୍କ ହୃଦ୍‌ସ୍ପନ୍ଦନ ସେତେବେଳେ ବଢ଼ିଯାଇଥିଲା। କାହା ମୁଣ୍ଡରେ ମିସ୍‌ ଇଣ୍ଡିଆର ମୁକୁଟ ଶୋଭା ପାଇବ। ଜଜ୍‌ ଉଭୟଙ୍କୁ ୯.୩୩ମାର୍କ ଦେଇଥିଲେ। ଏହା ପରେ ନିଷ୍ପତ୍ତି ନିଆଗଲା ଯେ, ଉଭୟଙ୍କୁ ଗୋଟିଏ ପ୍ରଶ୍ନ ପଚରାଯିବ, ଯାହାର ଉତ୍ତର ଭଲ ହେବ; ସେ ମିସ୍‌ ଇଣ୍ଡିଆର ଟାଇଟଲ ଜିତିବେ।

ସୁସ୍ମିତାଙ୍କୁ ପଚରାଯାଇଥିଲା ‘ତୁମର ଦେଶର ଐତିହ୍ୟ ବିଷୟରେ ତୁମେ କ’ଣ ଜାଣିଛ? ଏହା କେବେ ଆରମ୍ଭ ହେଲା? ତୁମେ କ’ଣ ପିନ୍ଧିବାକୁ ପସନ୍ଦ କରୁଛ? ଏହି ପ୍ରଶ୍ନର ଉତ୍ତର ଦେଇ ସୁସ୍ମିତା ଐଶ୍ୱର୍ଯ୍ୟାଙ୍କୁ ଟପି ଯାଇଥିଲେ। ସେ କହିଥିଲେ, ମୁଁ ଭାବୁଛି ଏହା ମହାତ୍ମା ଗାନ୍ଧୀଙ୍କ ସମୟରୁ ଆରମ୍ଭ ହୋଇଛି। ବର୍ତ୍ତମାନ ଏହା ଏକ ଦୀର୍ଘ ସମୟ ହୋଇସାରିଛି। ମୁଁ ଭାରତୀୟ ଏବଂ ପାରମ୍ପରିକ ପୋଷାକ ପିନ୍ଧିବାକୁ ଭଲ ପାଏ। ମୁଁ ମୋର ଆଲମାରିରେ ଭାରତୀୟ ପୋଷାକ ରଖିବାକୁ ଚାହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

୪୦ ବର୍ଷ ପରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ଇଣ୍ଡୋନେସିଆରୁ ଅଷ୍ଟ୍ରେଲିଆ ଯାଏ ଦେଖିବାକୁ ମିଳିବ… 

ନୂଆଦିଲ୍ଲୀ,୩।୪: ବିଶ୍ୱର ବଦଳୁଥିବା ଭୂ-ରାଜନୈତିକ ସମୀକରଣ ମଧ୍ୟରେ ଭାରତ ନିଜର ବୈଦେଶିକ ନୀତି ଏବଂ ବାଣିଜ୍ୟିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ…

ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri