ଶ୍ରମିକଙ୍କୁ ହତ୍ୟା ସନ୍ଦେହ

ଭୁବନ, ୧।୨(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ଭୁବନ ଦେଇ ନିର୍ମାଣ ଚାଲିଥିବା ଅନୁଗୋଳ-ସୁକିନ୍ଦା ନୂତନ ରେଳ ଲାଇନ୍‌ କାର୍ଯ୍ୟସ୍ଥଳରୁ ସୋମବାର ଭୋର୍‌ରେ ଜଣେ ଦିନ ମଜୁରିଆଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ଭୁବନ ଥାନା ବାଲିଝାଟି ଗ୍ରାମ ଦେହୁରୀ ସାହିର ଭବାନୀ ଦିଆଣି (୨୬)। ତେବେ ଭବାନୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରି ଗ୍ରାମବାସୀ ଦୀର୍ଘ ଦୁଇଘଣ୍ଟା ଧରି ୫୩ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। କାମାକ୍ଷାନଗର ଏସ୍‌ଡିପିଓ ରଞ୍ଜନ କୁମାର ଦେ, ଥାନାଧିକାରୀ ପ୍ରଶାନ୍ତ କୁମାର ପାତ୍ର ସଦଳବଳ ପହଞ୍ଚତ୍ ଘଟଣାର ତଦନ୍ତ କରିଛନ୍ତି। ଭାଜପା ନେତା ଶତ୍ରୁଘ୍ନ ଜେନା ହସ୍ତକ୍ଷେପ କରି ବୁଝାଶୁଝା କରିବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।
ମୃତକଙ୍କ ପରିବାର ସଦସ୍ୟଙ୍କ କହିବା କଥା, ଭବାନୀ ଜଣେ ଦିନ ମଜୁରିଆ। ସେ ରବିବାର କାମକୁ ଯାଇ ଆଉ ଫେରି ନ ଥିଲେ। ଘର ଲୋକେ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ସନ୍ଧାନ ମିଳି ନ ଥିଲା। ସକାଳୁ ତାଙ୍କ ମୃତଦେହ ରେଳଲାଇନ୍‌ ନିର୍ମାଣ ସ୍ଥଳରୁ ଠାବ କରାଯାଇଥିଲା। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟ ତୀବ୍ର ଉତ୍ତେଜନା ଦେଖାଦେବା ସହ ଲୋକେ ରାସ୍ତାକୁ ଓହ୍ଲାଇଥିଲେ। ମୃତକଙ୍କ ପରିବାରକୁ ରେଡ୍‌କ୍ରସ୍‌ ପକ୍ଷରୁ ସହାୟତା ଯୋଗାଇ ଦେବା ସହିତ ରାତିରେ ରେଲଓ୍ବେ ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ନେଇ ନଂ. ୨/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri