ବାଲିମେଦରେ ସନ୍ଦିଗ୍ଧ ପାରା

ପଦ୍ମପୁର,୩୦ା୩ (ଡି.ଏନ.ଏ.):ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମେଦ ଗ୍ରାମରୁ ଏକ ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ପାରା ଗୋଡ଼ରେ ଦୁଇଟି ପିତ୍ତଳ ରିଙ୍ଗ୍‌ ଲାଗିଥିବା ବେଳେ ସେଥିରେ ଏକ ଫୋନ୍‌ ନମ୍ବର ଲେଖାଥିବା ଦେଖିବାକୁ ମିଳିଛି।
ସୂଚନା ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟାରେ ଝଡ଼ବର୍ଷା ବେଳେ ବାଲିମେଦ ଗ୍ରାମର ସୁଶୀଲ ମହାନ୍ତି ଘର ପାଖରେ ଉକ୍ତ ପାରାଟିକୁ ଦେଖିଥିଲେ। ପାରା ଗୋଡ଼ରେ ୨ଟି ପିତ୍ତଳ ରିଙ୍ଗ୍‌ ସଦୃଶ ବନ୍ଧାଯାଇଥିବାବେଳେ ସେଥିରେ ‘ୱାଇ ଯାଦବ’ ନାମ ସହ ମୋବାଇଲ ନମ୍ବର ଲେଖା ରହିଛି। ସନ୍ଦିଗ୍ଧ ପାରାକୁ ଦେଖିବା ପାଇଁ ସେଠାରେ ଲୋକଙ୍କ ଭିଡ଼ ଜମିଥିଲା। ସୁଶୀଲ ପାରାକୁ ଉଦ୍ଧାର କରି ବାସୁଦେବପୁର ବନ ବିଭାଗକୁ ଖବର ଦେଇଥିଲେ। ରାତି ପ୍ରାୟ ୧୧ଟା ବେଳେ ଫରେଷ୍ଟର ପ୍ରଶାନ୍ତ କୁମାର ଦାସ କର୍ମଚାରୀଙ୍କ ସହ ଉକ୍ତ ଗ୍ରାମରେ ପହଞ୍ଚତ୍ ସୁଶୀଲଙ୍କଠାରୁ ପାରାକୁ ନେଇ ବାସୁଦେବପୁର ବନ ବିଭାଗ କାର୍ଯ୍ୟାଳୟରେ ରଖିଥିଲେ। ବୁଧବାର ପୂର୍ବାହ୍ନରେ ବନ ବିଭାଗ କର୍ମଚାରୀମାନେ ପାରାକୁ ନାୟକାଣିଡିହୀ ଥାନା ପୋଲିସକୁ ହସ୍ତାନ୍ତର କରିଥିଲେ। ପାରା ଗୋଡ଼ରେ ଲାଗିଥିବା ରିଙ୍ଗ୍‌ରେ ଲେଖାଥିବା ନମ୍ବରରୁ ତା’ର ଠିକଣା ସମ୍ପର୍କରେ ଜଣାପଡ଼ିଛି। ଏନେଇ ନାୟକାଣିଡିହୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀକାନ୍ତ ପତି କହିଛନ୍ତି, ଉଦ୍ଧାର ହୋଇଥିବା ପାରା ବିଜୟଓ୍ବାଡା ଅଞ୍ଚଳର ଜଣେ ବ୍ୟକ୍ତିଙ୍କର। ସେ ପାରାଗୁଡ଼ିକୁ ରଖି ଟ୍ରେନିଂ ଦେଉଥିବା ବେଳେ ଏହି ପାରା ପଶ୍ଚିମବଙ୍ଗରୁ ଝଡ଼ ସମୟରେ ବାଟ ଭୁଲି ଓଡ଼ିଶା ଭିତରକୁ ପଶିଆସିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ତେବେ ଅଧିକ ତଦନ୍ତ ଜାରି ରହିଛି। ପ୍ରକାଶଥାଉ କି, କିଛିଦିନ ତଳେ ପାରାଦୀପରେ ଏକ ସନ୍ଦିଗ୍ଧ ପାରା ଠାବ ହୋଇଥିଲା। ମତ୍ସ୍ୟଜୀବୀମାନେ ସମୁଦ୍ରରୁ ଉକ୍ତ ପାରାକୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri