ଫ୍ଲୋରିଡା ଯାଉଥିବା ବିମାନରେ ବୋମା ଥିବା ସୂଚନା, ଯାଞ୍ଚ ପରେ ମିଳିଲା ଆଡଲ୍ଟ ଡାଏପର

ପାନାମା ସିଟି,୧୪।୧୦: ପାନାମା ସିଟିର ଟୋକ୍ୟୁମେନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଶୁକ୍ରବାର ଫ୍ଲୋରିଡାର ଚମ୍ପା ଅଭିମୁଖେ ଯାଉଥିବା ଏକ କୋପା ଏୟାରଲାଇନ୍ସର ବିମାନକୁ ସନ୍ଦିଗ୍ଧ ବୋମା ପାଇଁ ଖେଜାଖୋଜି ହୋଇଥିଲା, ହେଲେ ଏଥିରେ ଯାହା ମିଳିଲା ତାହା ସମସ୍ତଙ୍କୁ ଚମକାଇ ଦେଇଥିଲା। ଯାଞ୍ଚ ପରେ ବୋମା ବଦଳରେ ଆଡଲ୍ଟ ଡାଏପର ମିଳିଥିଲା।
ସମ୍ଭାବ୍ୟ ବୋମା ଖବର ପାଇବା ପରେ ବିମାନଟି ଶୁକ୍ରବାର ସକାଳେ ପାନାମା ସିଟି ବିମାନବନ୍ଦରକୁ ଫେରିଥିଲା।
ବୋଇଙ୍ଗ ୭୩୭-୮୦୦ ସ୍ଥାନୀୟ ସମୟ ୧୧ଟା ସମୟରେ ଅବତରଣ କରି ଟାର୍ମାକର ଏକ ଭିନ୍ନ ଅଂଶକୁ ଚାଲିଗଲା, ଯେଉଁଠାରେ ୧୪୪ଜଣ ଯାତ୍ରୀ ଙ୍କୁ ବିମାନରୁ ଓହ୍ଲାଇ ଦିଆଯାଇଥିଲା। ବିସ୍ଫୋରକ ବିରୋଧୀ ଦଳ ବିମାନ ଯାଞ୍ଚ କରିଥିଲେ।
ବିମାନବନ୍ଦରର ସୁରକ୍ଷା ଦଳର ମୁଖ୍ୟ ଜୋସେ କାଷ୍ଟ୍ରୋ କହିଛନ୍ତି ଯେ ବିମାନର ବାଥରୁମରେ ଏକ ସନ୍ଦେହଜନକ ବସ୍ତୁ (ଆଡଲ୍ଟ ଡାଏପର) ମିଳିଥିଲା।
କାଷ୍ଟ୍ରୋ କହିଛନ୍ତି ଯେ ଏହା ଏକ ସୁରକ୍ଷିତ ରନୱେରେ ଥିଲା ଯେଉଁଠାରେ ପୋଲିସର ବିଶେଷଜ୍ଞ ବିସ୍ଫୋରକ କୈନାଇନ ୟୁନିଟ ଏବଂ ସ୍ବତନ୍ତ୍ର ବାହିନୀ ଏହି ବସ୍ତୁକୁ ଯାଞ୍ଚ କରି ଏହା ଏକ ଆଡଲ୍ଟ ଡାଏପର ବୋଲି ଜାଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

୬ରୁ ହବିଷିଆଳି ବ୍ରତ ପାଇଁ ଅନ୍‌ଲାଇନ ପଞ୍ଜୀକରଣ

ପୁରୀ,୩ା୧୦(ଅଜିତ୍‌ କୁମାର ମହାନ୍ତି) ଚଳିତ ବର୍ଷ ହବିଷିଆଳି ବ୍ରତ ବା ରାଈଦାମୋଦର ବ୍ରତ ଅକ୍ଟୋବର ୨୬ରୁ ଆରମ୍ଭ ହୋଇ ନଭେମ୍ବର ୨୪ରେ ଶେଷହେବ। କେବଳ ଅନ୍‌ଲାଇନ ମାଧ୍ୟମରେ…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ନେପୋଲିଅନଙ୍କ ରହସ୍ୟମୟ ଚିଠିର ଗୁମର ଖୋଲିଲା ଏଆଇ

ଲଣ୍ଡନ, ୩ା୧୦: ଫ୍ରାନ୍ସର ପ୍ରସିଦ୍ଧ ସମ୍ରାଟ ନେପୋଲିଅନ ବୋନାପାର୍ଟଙ୍କ ଏକ ୨୧୭ ବର୍ଷ ପୁରୁଣା ରହସ୍ୟମୟ ଚିଠିର ଗୁପ୍ତ ସଙ୍କେତକୁ କୃତ୍ରିମ ବୁଦ୍ଧିମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ…

ସିଇସି ଜ୍ଞାନେଶଙ୍କ ଇସ୍ତଫା ଦାବି ତେଜିଲା

ମମ୍ବାଇ,୩ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶୁକ୍ରବାର ମୁମ୍ବାଇର ଶିବାଜୀ ପାର୍କରେ ଜେଲଭରୋ ଆନ୍ଦୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?