ନାବାଳକଙ୍କୁ ବଳି ସନ୍ଦେହ ମାମଲା: ମଙ୍ଗଳା କୋଠି ପୂଜାରିଣୀଙ୍କ ସହ ୩ ଗିରଫ

ଅନୁଗୋଳ,୩୦ା୭(ଅମିତ କୁମାର ସାମଲ): ଅନୁଗୋଳ ଜିଲା ଆଠମଲ୍ଲିକ ବାରିଣୀ ଜଙ୍ଗଲରୁ ନାବାଳକଙ୍କ ଗୋଡ଼, ହାତ ନ ଥିବା କ୍ଷତବିକ୍ଷତ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ଅନ୍ୟପକ୍ଷେ ନାବାଳକଙ୍କୁ ବଳି ପାଇଁ ହତ୍ୟା କରାଯାଇଥିବା ସନ୍ଦେହ ହେଉଥିବା ବେଳେ ଏବେ ବି ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଏହି ପରିପ୍ରେକ୍ଷୀରେ ପୋଲିସ ରବିବାର ଜଣେ ନାବାଳକଙ୍କ ସହ ୪ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ମଙ୍ଗଳା କୋଠି ପୂଜାରିଣୀ ରିତାଞ୍ଜଳି ବାଘଙ୍କ ସହ ଅନ୍ୟ ୩ଜଣ ପୁରୁଷ ବୋଲି ଜଣାପଡିଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇଛି। ହେଲେ ବ୍ୟବଚ୍ଛେଦ ଏବଂ ସାଇଣ୍ଟିଫିକ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ଜଣାପଡିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

ମିଳିଥିବା ସୂଚନା ମୁତାବକ, ଗତ ୨୩ ତାରିଖରେ ବାସନ୍ତୀ ବିଶ୍ୱାଳ ନାମ୍ନୀ ଜଣେ ମହିଳା ତାଙ୍କ ୧୪ ବର୍ଷୀୟ ପୁଅ ସଞ୍ଜିତଙ୍କ ଦେହ ଖରାପ ରହୁଥିବାରୁ ଟୁସର ଗାଁକୁ ଆସିଥିଲେ। ସେଠାରେ ସେ ମା’ ମଙ୍ଗଳାଙ୍କ ପୂଜାର୍ଚ୍ଚନା କରିଥିଲେ। ଏପରିକି ରାତିରେ ମା’ ମଙ୍ଗଳାଙ୍କ କୋଠିରେ ମା’ ପୁଅ ଅଧିଆ ପଡ଼ିଥିଲେ । ରାତିରେ ଶୋଇଥିବା ବେଳେ ସକାଳୁ ଉଠି ବାସନ୍ତୀ ତାଙ୍କ ପୁଅକୁ ସେଠାରେ ପାଇ ନ ଥିଲେ। ଖୋଜାଖୋଜି ପରେ ମଧ୍ୟ ପୁଅର ପତ୍ତା ମିଳି ନ ଥିଲ। ପରେ କିଆକଟା ଥାନାରେ ପୁଅ ନିଖୋଜ ନେଇ ଅଭିଯୋଗ କରିଥିଲେ। ହେଲେ ଶୁକ୍ରବାର ବାରିଣୀ ଜଙ୍ଗଲରୁ ନାବାଳକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ହେଲେ ଗୋଡ଼ ଓ ହାତ ନ ଥିବା ଜଣାପଡିଥିଲା। ଏଭଳି ମୃତ୍ୟୁକୁ ନେଇ ଏବେ ସନ୍ଦେହ ସୃଷ୍ଟି ହୋଇଛି। ଅନ୍ୟପକ୍ଷେ ବଳି ପାଇଁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ବାରିଣୀ ଛକଠାରେ ଆଠମଲ୍ଲିକ-କିଆକଟା ରାସ୍ତା ଅବରୋଧ କରିବା ସହ ପୋଲିସ ଗାଡ଼ି ଜାଳି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri