ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ ପାରାର ଦୁଇ ଗୋଡ଼ରେ ବିଦେଶୀ ଭାଷାରେ ଲେଖାଥିବା ଜିପିଏସ୍‌ ଟ୍ରାକର ଭଳି ଚିପ୍‌ ଲାଗିଛି। ଏହାକୁ ଦେଖି ସ୍ଥାନୀୟ ଅଞ୍ଚଳବାସୀ ସନ୍ଦେହ କରିଥିଲେ। ସେମାନେ ତାକୁ ଏକ ପଞ୍ଜୁରୀରେ ରଖି ବନବିଭାଗ ଓ ପୋଲିସକୁ ଖବର ଦେଇଥିଲେ। ଷଡ଼ଙ୍ଗୀ ରେଞ୍ଜ୍‌ ବନ କର୍ମଚାରୀମାନେ ପହଞ୍ଚତ୍ ପାରାଟିକୁ ଉଦ୍ଧାର କରିବା ସହ ନିହଲପ୍ରସାଦ ଥାନାକୁ ନେଇଥିଲେ। ପୋଲିସ ଅନୁଧ୍ୟାନ କରିବା ପରେ ତାହାକୁ ବନବିଭାଗକୁ ହସ୍ତାନ୍ତର କରିଛି। ପାରାଟି କେଉଁଠାରୁ ଆସିଛି ଓ ଦୁଇ ଗୋଡ଼ରେ ଲାଗିଥିବା ଚିପ୍‌ କେଉଁ ସଂସ୍ଥାର ଏବଂ ଏଥିରେ କେଉଁ ଦେଶର ଭାଷା ଲେଖାଯାଇଛି, ତାହା ଜଣାପଡିନାହିଁ। ତେବେ ଲେଖାଯିବା ଭାଷା ଚାଇନାର ବୋଲି ଆଲୋଚନା ହେଉଛି। ବନବିଭାଗ ପକ୍ଷରୁ ପାରାକୁ କପିଳାସ ପ୍ରାଣୀ ଉଦ୍ୟାନ ପରିସରରେ ଥିବା ରେଞ୍ଜ୍‌ କାର୍ଯ୍ୟାଳୟରେ ରଖାଯାଇଛି। ଅନ୍ୟ ଏକ ସୂତ୍ରରୁ ଜଣାପଡ଼ିଛି, କେନ୍ଦ୍ରୀୟ ଗୋଇନ୍ଦା ବିଭାଗ ପକ୍ଷରୁ ପାରା ଗୋଡ଼ରେ ଲାଗିଥିବା ଚିପ୍‌କୁ ଅଧିକ ତଦନ୍ତ ଓ ପରୀକ୍ଷା ପାଇଁ ଦିଲ୍ଲୀ ପଠାଯିବା ନିମନ୍ତେ ବନ ବିଭାଗକୁ ଆବେଦନ କରାଯାଇଛି। ଏ ସଂକ୍ରାନ୍ତରେ ସଦର ଏସ୍‌ଡିପିଓ ବିଭୂତି ଭୂଷଣ ମହାପାତ୍ର କହିଛନ୍ତି, ପୋଲିସ ଓ ବନବିଭାଗ ପକ୍ଷରୁ ତଦନ୍ତ କରାଯାଉଛି। ପୋଲିସର ରାଜ୍ୟ କମ୍ୟୁନିକେଶନ ବିଭାଗକୁ ଜଣାଇ ଦିଆଯାଇଛି। ଜିଲା ବନଖଣ୍ଡ ଅଧିକାରୀ ସୁମିତ କୁମାର କର କହିଛନ୍ତି, ପାରାକୁ କପିଳାସ ରେଞ୍ଜ କାର୍ଯ୍ୟାଳୟ ପରିସରରେ ରଖାଯାଇ ତଦନ୍ତ କରାଯାଉଛି। ତେବେ କେନ୍ଦ୍ରୀୟ ଗୋଇନ୍ଦା ବିଭାଗର ଆବେଦନ ସମ୍ପର୍କରେ ପଚରାଯିବାରୁ କିଛି ପଚାରନ୍ତୁ ନାହିଁ, ଏ ନେଇ କିଛି କହିପାରିବେ ନାହିଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri