ଗୁଣିଆ ସନ୍ଦେହରେ ହାତଗୋଡ଼ ବାନ୍ଧି ନିସ୍ତୁକ ପିଟିଲେ, ଥାନାରେ ଏତଲା ପରେ…

ଦିଗପହଣ୍ଡି,୨୬ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର କେ.ପଞ୍ଚାନନଙ୍କୁ ଗୁଣିଆ(ତନ୍ତ୍ର ସାଧକ) ସନ୍ଦେହରେ ଗ୍ରାମର ବି. ନରସିଂହ,ବି. ପାଣ,ବି.କାଳିଆ, ବି.ସାବିତ୍ରୀ ହାତଗୋଡ଼ ବାନ୍ଧି ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏନେଇ ପଞ୍ଚାନନ ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ଭାରପ୍ରାପ୍ତ ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ମାମଲା ନଂ.୨୬୨/୨୫ ଅନୁଯାୟୀ ଅଭିଯୁକ୍ତମାନଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଛନ୍ତି। ଗ୍ରାମର ଜଣେ ଯୁବତୀଙ୍କ ଦେହ ଖରାପ ହେବାରୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ରୋଗ ନିରୂପଣ ନ ହେବାରୁ ତାଙ୍କୁ କେହି ଗୁଣିଆ (ତନ୍ତ୍ର ବିଦ୍ୟା) କରିଥିବା ପରିବାର ଲୋକେ ସନ୍ଦେହ କରିଥିଲେ। ଗାଁ ନିକଟସ୍ଥ ଜଣେ ତନ୍ତ୍ର ସାଧକଙ୍କ ପରାମର୍ଶ କ୍ରମେ ଗ୍ରାମର ଜଣେ ବ୍ୟକ୍ତି ହିଁ ଯୁବତୀଙ୍କୁ ତନ୍ତ୍ର ବିଦ୍ୟା ପ୍ରୟୋଗ କରିଥିବା ସୂଚନା ଦେଇଥିଲେ। ପରେ ପରିବାର ଓ ସମ୍ପର୍କୀୟ ଲୋକେ ପଞ୍ଚାନନଙ୍କୁ ସନ୍ଦେହ କରି ଗତ ବୁଧବାର ରାତିରେ ତାଙ୍କୁ ମାଡ଼ ମାରିଥିବା ଏତଲାରେ ଉଲ୍ଲେଖ ରହିଛି।

ଆଜିର ମାନବ ମହାକାଶରେ ଗବେଷଣା ଜାରି ରଖିଛନ୍ତି। ବିଜ୍ଞାନର ବହୁଳ ଅଗ୍ରଗତି ଘଟି ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ଗୁଣିଆ ଭଳି ଅନ୍ଧବିଶ୍ୱାସ ଦୂର ହୋଇନାହିଁ। ଲୋକେ ଚିକିତ୍ସା ବିଦ୍ୟାକୁ ଗୁରୁତ୍ୱ ନ ଦେଇ ଏବେବି ଝଡ଼ା ଫୁଙ୍କା,ଚେର ମୂଳି ଚିକିତ୍ସା, ଗୁଣି ଗାରେଡ଼ି ଓ ତନ୍ତ୍ରବିଦ୍ୟାକୁ ବିଶ୍ୱାସ କରୁଥିବା ଦେଖିବାକୁ ମିଳୁଛି। ଗ୍ରାମାଞ୍ଚଳରେ ପୂଜାପାଠ କରୁଥିବା ଲୋକଙ୍କୁ ଗୁଣିଆ ସନ୍ଦେହରେ ନିର୍ଯାତନା ଦେବା ସହ ଆକ୍ରମଣ କରି ହତ୍ୟା କରୁଥିବା ଘଟଣା ନଜିର ରହିଛି। ଏଣୁ ପୋଲିସ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ଗ୍ରାମାଞ୍ଚଳରେ ବ୍ୟାପକ ସଚେତନତା କରିବାର ଆବଶ୍ୟକତା ରହିଛି ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri