ପୋଲିସ ଇନ୍‌ଫର୍ମର ସନ୍ଦେହରେ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୨।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି। ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କରାଯାଇଛି। ଛତିଶଗଡ଼ ବିଜାପୁର ଜିଲା ଗାଙ୍ଗାଲୁର ଅଞ୍ଚଳରେ ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଗୁଇନ୍ଦା କର୍ମଚାରୀଙ୍କୁ ମାଓବାଦୀ ହତ୍ୟା କରିଛନ୍ତି। ହତ୍ୟାକାଣ୍ଡ ପରେ ସମ୍ପୃର୍କ୍ତ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଥିବା ବେଳେ ଡିଆରଜି ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ନେଇ ବିଜାପୁର ଏସ୍‌ପି ସୂଚନା ଦେଇଛନ୍ତି। ଶୁକ୍ରବାର ମଧ୍ୟ ବିଜାପୁର ଜିଲାରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ନିର୍ମାଣ କାର୍ଯ୍ୟକୁ ବିରୋଧ କରି ମାଓବାଦୀ ଏକ ଠିକା କମ୍ପାନୀର ଗାଡ଼ିକୁ ପୋଡ଼ି ଦେଇଥିଲେ।