ଚୋର ସନ୍ଦେହ: ୨ ଜଣଙ୍କୁ ପିଟି ହତ୍ୟା

ବରଗଡ଼,୨୨।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ଅଧୀନ ସାହୁଟିକ୍ରା ଅଞ୍ଚଳରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମୋବାଇଲ ଚୋର ସନ୍ଦେହରେ ସ୍ଥାନୀୟ ଉତ୍ତ୍ୟକ୍ତ ଲୋକମାନେ ଠେଙ୍ଗା, ବାଡ଼ି ଆଦି ମାରଣାସ୍ତ୍ରରେ ପିଟି ପିଟି ୨ଜଣ ଯୁବକଙ୍କୁ ହତ୍ୟା କରିଛନ୍ତି। ମୃତକ ଦ୍ୱୟ ହେଲେ ବରଗଡ଼ ଥାନା ପଣ୍ଡରୀପଥର ନିବାସୀ ବିଜୟ ବାଗ(୨୦) ଏବଂ ବିକୁ ଜାଲ(୨୨)। ଉଭୟଙ୍କ ମୃତଦେହକୁ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ଶବ ସଂରକ୍ଷଣ ଗୃହରେ ରଖାଯାଇଛି। ଏହି ଘଟଣାରେ ଅନ୍ୟ ଜଣେ ସୁରଜ କର୍ମୀ (୨୨) ଗୁରୁତର ହୋଇଛନ୍ତି। ତାଙ୍କୁ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ବୁର୍ଲାସ୍ଥିତ ଭିମ୍‌ସାରକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି। ସେହିପରି ମୃତାହତଙ୍କ ବାଇକ୍‌କୁ ମଧ୍ୟ ଉତ୍ତ୍ୟକ୍ତ ଲୋକେ ପୋଡ଼ାଜଳା କରିଥିବା ସୂଚନା ମିଳିଛି। ଚୋରି ସନ୍ଦେହରେ ଲୋକେ ଉତ୍ତେଜିତ ହୋଇ ଏଭଳି କାଣ୍ଡ ଭିଆଇଥିବା ସାଧାରଣରେ ଆଲୋଚନା ହେଉଛି। ଅନ୍ୟପକ୍ଷେ ଦିନ ଦ୍ୱିପ୍ରହରରେ ବିଚ୍‌ରାସ୍ତାରେ ଲୋକେ ଯେଭଳି ଆଇନକୁ ହାତକୁ ନେଇ ୨ଜଣଙ୍କୁ ପିଟି ପିଟି ହତ୍ୟା କଲେ, ସେଥିରୁ ଜିଲାର ଆଇନ ଶୃଙ୍ଖଳା ପରିସ୍ଥିତି ପଦାରେ ପଡ଼ିଯାଇଛି । ଏହି ଘଟଣା ଜିଲାବାସୀଙ୍କୁ ସ୍ତବ୍ଧ କରିଛି ।
ପ୍ରକାଶ ଯେ, ମଙ୍ଗଳବାର ଅପରାହ୍ନ ପ୍ରାୟ ୨ଟା ସମୟରେ ସାହୁଟିକ୍ରା-ଧାଙ୍ଗେର ରାସ୍ତାରେ ସ୍ଥାନୀୟ କେତେକ ଲୋକ ଚୋର ସନ୍ଦେହ କରି ୩ଜଣ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଠେଙ୍ଗାରେ ଆକ୍ରମଣ କରୁଥିବା ଦେଖିବାକୁ ମିଳିଥିଲା। ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ବା ବେଳକୁ ଆକ୍ରମଣରେ ଉକ୍ତ ଯୁବକମାନେ ଲହୁଲୁହାଣ ହୋଇସାରିଥିଲେ। ପୋଲିସ ସେମାନଙ୍କୁ ଉଦ୍ଧାର କରି ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା। ସେଠାରେ ଡାକ୍ତରମାନେ ବିଜୟଙ୍କୁ ମୃତ ଘୋଷଣା କରିଥିଲେ। ସେହିପରି ବରଗଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ବିକୁଙ୍କ ମୃତ୍ୟୁ ହୋଇଥିଲା। ଏ ନେଇ ବରଗଡ଼ ଗ୍ରାମାଞ୍ଚଳ ଥାନା ଆଇଆଇସି ଇସମାଇଲ ଏକ୍କାଙ୍କୁ ପଚାରିବାରୁ ଏହାର ତଦନ୍ତ ଚାଲିଛି ବୋଲି କହିଥିଲେ। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ବରଗଡ଼ ସାହୁଟିକ୍ରା-ଧାଙ୍ଗେର ରାସ୍ତାରେ ଗତ କିଛିଦିନ ହେଲା ଲୁଟ୍‌ପାଟ୍‌ ବଢ଼ିଛି। ମଙ୍ଗଳବାର ଲୋକମାନେ ମୃତାହତଙ୍କ ସମେତ ୪ଜଣଙ୍କୁ ଚୋର ସନ୍ଦେହରେ ଧରିବାକୁ ଗୋଡ଼ାଇଥିଲେ। ତେବେ ଉକ୍ତ ମୃତାହତ ୩ଜଣ ଲୋକଙ୍କ ହାବୁଡ଼ରେ ପଡ଼ିଥିବା ବେଳେ ଅନ୍ୟ ଜଣେ ଖସିଯିବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri