ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ ଯୁବକଙ୍କୁ ପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ହେଉଛନ୍ତି ବାଣଧର ପ୍ରଧାନ(୪୦)। ତାଙ୍କ ଘର କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ଅନ୍ତର୍ଗତ କୁରୁମୁଙ୍ଗିଆ ଗ୍ରାମରେ ବୋଲି ଜଣାପଡ଼ିଛି। ପୋଲିସ ଏକ ହତ୍ୟା ମାମଲା ରୁଜୁ କରିବା ସହ ୨୦ ଜଣଙ୍କୁ ଗିରଫ କରି ଘଟଣାର ତଦନ୍ତ ଚଳାଇଛି। ଏଥିରେ ଅଧିକ ବ୍ୟକ୍ତିଙ୍କ ସମ୍ପୃକ୍ତି ରହିଥିବା ଜଣାପଡ଼ିଛି। ସେମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ। ଗ୍ରାମରେ ଉତ୍ତେଜନା ଆଶଙ୍କାରେ ଏକ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯାଇଥିବା ଅତିରିକ୍ତ ଏସ୍‌ପି ରଞ୍ଜନ ଦେ କହିଛନ୍ତି।
ଘଟଣାରୁ ପ୍ରକାଶ, ଶୁକ୍ରବାର ରାତି ପ୍ରାୟ ୧ଟାରୁ ୨ଟା ମଧ୍ୟରେ କେତେଜଣ ଦୁର୍ୱୃତ୍ତ ସାର୍ଦ୍ଦୁଳ ଗାଁକୁ ଚୋରି କରିବାକୁ ଯାଇଥିଲେ। ସୁଶାନ୍ତ ଗୌଡ଼ଙ୍କ ଘରେ କେହି ନ ଥିବାର ସୁଯୋଗ ନେଇ ଦୁର୍ୱୃତ୍ତମାନେ ଘରର ତାଲା ଭାଙ୍ଗି ଭିତରେ ପଶିଥିଲେ। ଘରେ ଥିବା ବିଭିନ୍ନ ଜିନିଷ ଭଙ୍ଗାଭାଙ୍ଗି କରିବାବେଳେ ଶବ୍ଦ ଶୁଣି ପଡ଼ିଶା ଲୋକେ ଉଠିପଡ଼ି ହୋହଲ୍ଲା କରିଥିଲେ। ଏହି ସମୟରେ କେତେଜଣ ଦୌଡ଼ି ପଳାଇଥିଲେ। ମାତ୍ର ବାଣଧର ଦୌଡ଼ି ଯାଇପାରି ନ ଥିଲେ। ଗ୍ରାମବାସୀ ବାଣଧରଙ୍କୁ କାବୁକରି ଏକ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଇଥିଲେ। ପରେ ଗ୍ରାମବାସୀ ବାଣଧରଙ୍କୁ ଆଖିବୁଜା ମାଡ଼ ମାରିଥିଲେ। ତାଙ୍କ ହାତ ଓ ଗୋଡ଼ର ଦୁଇଟି ନଖକୁ ଗ୍ରାମବାସୀ ଉପାଡ଼ି ଦେଇଥିଲେ। ମାଡ଼ ମାରି ଗୋଡ ଭାଙ୍ଗିଦେଇଥିଲେ। ରାତିସାରା ଲୋକଙ୍କଠାରୁ ମାଡ଼ ଖାଇ ବାଣଧର ଅଚେତ ହୋଇପଡ଼ିଥିଲେ। ଶନିବାର ସକାଳେ ଏନେଇ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ବାଣଧରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲା। ତାଙ୍କୁ ମୁର୍ମୂଷ ଅବସ୍ଥାରେ ଭଞ୍ଜନଗର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ବାଣଧରଙ୍କ ମୃତ୍ୟୁ ଘଟିଛି। ପୋଲିସ ନଂ. ୧୪୫/୨୬ରେ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି। ଅତିରିକ୍ତ ଏସ୍‌ପି ଦେ, ଏସ୍‌ଡିପିଓ ଡ. ଦୀପକ ମିଶ୍ର, ଆଇଆଇସି ଜୀବନାନନ୍ଦ ଜେନା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିବା ସହ ଏହି ଘଟଣାରେ ସମ୍ପୃକ୍ତ ଲୋକମାନଙ୍କୁ ଚିହ୍ନଟ କରିଥିଲେ। ଚୋରି କରିବାକୁ ଆସିଥିବା ଯୁବକଙ୍କୁ ପୋଲିସ ଜିମା ନ ଦେଇ ଆଇନକୁ ହାତକୁ ନେଇଥିବା ସମସ୍ତଙ୍କ ବିରୋଧରେ ମାମଲା ରୁଜୁ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅତିରିକ୍ତ ଏସ୍‌ପି କହିଛନ୍ତି। ଗିରଫ ଭୟରେ ଗ୍ରାମ ପୁରୁଷଶୂନ୍ୟ ହୋଇଯାଇଥିବା ଦେଖିବାକୁ ମିଳିଛି। ଅପରପକ୍ଷରେ ଦୁର୍ୱୃତ୍ତମାନେ ଘରେ ପଶି ଚୋରି ଉଦ୍ୟମ କରିଥିବାନେଇ ସୁଶାନ୍ତ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri