ହାତୀ ଉପଦ୍ରବ, ଘଉଡ଼ାଇବା ପରେ ଅସୁସ୍ଥ ଥିବା ସନ୍ଦେହ

ରୂପ୍‌ସା,୧।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଲଛମନଖୁଣ୍ଟା ଅଞ୍ଚଳରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ଗୁରୁବାର ରାତିରେ ମୟୂରଭଞ୍ଜ ପଟୁ ଏକ ଦନ୍ତାହାତୀ ଗାଁକୁ ପଶି ଆସିବାରୁ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଲଛମନଖୁଣ୍ଟା, ଜାରାସାହି, ଦରଖୁଳି, ଗୁଆବଣିଆ, ନିମଡ଼ିହା ଆଦି ଗାଁରେ ହାତୀଟି ବୁଲୁଥିବା ଦେଖି ବନବିଭାଗକୁ ଖବର ଦିଆଯାଇଥିଲା।
ବନବିଭାଗ କର୍ମଚାରୀ ପହଞ୍ଚତ୍ ଗାଁ ଲୋକଙ୍କ ସହାୟତାରେ ହାତୀକୁ ଘଉଡାଇ ନିମଡ଼ିହା ଜଙ୍ଗଲରେ ଛାଡ଼ିଥିଲେ। ହେଲେ ହାତୀଟି ଅସୁସ୍ଥ ଥିବାରୁ ସେଠାରେ ଶୋଇ ରହିଥିବା ଦେଖିବାକୁ ମିଳିଛି। ଏପରିକି ହାତୀଟି ଜାରାସାହି ଗାଁର ବୈକୁଣ୍ଠ ସିଂଙ୍କ ଘର ଭାଙ୍ଗି ଥିବାବେଳେ ବହୁ ଲୋକଙ୍କ ଧାନ, ଚାଉଳ, ପରିବା ଫସଲ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି। ଭୋର୍‌ ସମୟରେ ୬ ମାସ ହେଲା ବାରମ୍ବାର ରୂପସା ଅଞ୍ଚଳକୁ ହାତୀ ପଶି ଆସୁଛି। ଏହାର ସ୍ଥାୟୀ ପ୍ରତିକାର ପାଇଁ ବନବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri