Posted inଜାତୀୟ

IRS ଜ଼୍ବାଇଁ ଉପରକୁ ୫ ଗୁଳି ଚଳାଇ ହତ୍ୟାକଲେ ନିଲମ଼୍ବିତ AIG ଶ଼୍ବଶୁର

ଚଣ୍ଡିଗଡ଼,୦୩।୦୮: ଚଣ୍ଡିଗଡ଼ ଜିଲା କୋର୍ଟରେ ଶନିବାର ଏକ ହତ୍ୟାକାଣ୍ଡ ଘିଟିଛି । ପଞ୍ଜାବ ପୋଲିସର ଜଣେ ନିଲମ଼୍ବିତ ଏଆଇଜି ନିଜର ଜ଼୍ବାଇଁକୁ ଗୁଳିମାରି ହତ୍ୟା କରିଛନ୍ତି । ଦୁଇ ପରିବାର ମଧ୍ୟରେ ଘରୋଇ ବିବାଦ ଲାଗିରହିଥିଲା । ଏହି ମାମଲାର ସମାଧାନ ପାଇଁ ଦୁଇ ପକ୍ଷ ଶନିବାର ଚଣ୍ଡିଗଡ଼ ପରିବାର ଅଦାଲତରେ ପହଞ୍ଚିଥିଲେ । ଅଭିଯୁକ୍ତ ଶ଼୍ବଶୁରଙ୍କ ନାମ ମାଲାବିନ୍ଦର ସିଂ ସିନ୍ଧୁ ହୋଇଥିବା ବେଳେ ତାଙ୍କର ଜ଼୍ବାଇଁ କୃଷି ବିଭାଗରେ ଆଇଆର୍‌ଏସ୍‌ ଅଧିକାରୀ ଥିବା ଜଣାପଡ଼ିଛି ।

ମିଳିଥିବା ସୂଚନା ଅନୁସାରେ, ଦୁଇ ପକ୍ଷଙ୍କ ମଧ୍ୟରେ କଥାବାର୍ତ୍ତା ଚାଲିଥିବା ବେଳେ ଅଭିଯୁକ୍ତ ବାଥ୍‌ରୁମ୍‌ ଯିବାକୁ କହିଥିଲେ । ଜ଼୍ବାଇଁ କହିଥିଲେ ଚାଲ ମୁଁ ତୁମକୁ ରାସ୍ତା ଦେଖାଉଛି । ଦୁହେଁ କୋର୍ଟରୁମ୍‌ରୁ ବାହାରି ଯାଇଥିଲେ । ଏହାପରେ ଅଭିଯୁକ୍ତ ତାଙ୍କ ବନ୍ଧୁକରୁ ୫ ଥର ଗୁଳି ମାରିଥିଲେ । ସେଥୁରୁ ଦୁଇଟି ଗୁଳି ଜ଼୍ବାଇଁଙ୍କ ଦେହରେ ବାଜିଥିଲା । ଗୁଳି ଶବ୍ଦ ଶୁଣି କୋର୍ଟରେ ଏକ ପ୍ରକାର ଆତଙ୍କ ଖେଳିଯାଇଥିଲା । ଘଟଣାସ୍ଥଳରେ ଥିବା ଓକିଲ ଅଭିଯୁକ୍ତକୁ କାବୁକରି ଏକ ରୁମ୍‌ରେ ବନ୍ଦ କରିଦେଇଥିଲେ ଏବଂ ପୋଲିସ୍‌କୁ ସୂଚନା ଦେଇଥିଲେ । ତେବେ ଏହି ଘଟଣାରେ ଜ଼୍ବାଇଁଙ୍କୁ ହସ୍ପିଟାଲ୍‌ ନେବା ବାଟରେ ତାଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ଅଭିଯୁକ୍ତ ଏଆଇଜିକୁ ପୋଲିସ ଗିରଫ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri