ଭରତପୁର ଥାନା ମାମଲା: ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ହେବ ପଲିଗ୍ରାଫ୍‌ ଟେଷ୍ଟ୍‌

ଭୁବନେଶ୍ୱର,୨୫ା୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ପଲିଗ୍ରାଫ ଟେଷ୍ଟ୍‌ ହେବ। ପଲିଗ୍ରାଫ୍‌ ଟେଷ୍ଟ୍‌ ପାଇଁ କ୍ରାଇମବ୍ରାଞ୍ଚକୁ ବୁଧବାର ଅନୁମତି ଦେଇଛନ୍ତି ଏସ୍‌ଡିଜେଏମ୍‌ କୋର୍ଟ। କ୍ରାଇମ୍‌ବ୍ରାଞ୍ଚ ଦୀନକୃଷ୍ଣଙ୍କୁ ଗୁଜରାଟ ଗାନ୍ଧିନଗରକୁ ନେବ। ପଲିଗ୍ରାଫ୍‌ ଟେଷ୍ଟ ପାଇଁ କ୍ରାଇମବ୍ରାଞ୍ଚ ଆବେଦନ କରିଥିବା ବେଳେ କୋର୍ଟ ଆଜି ଅନୁମତି ଦେଇଛନ୍ତି।

ସୂଚନା ଥାଉକି, ଭୁବନେଶ୍ୱର ଭରତପୁର ଥାନାକୁ ଅଭିଯୋଗ କରିବାକୁ ଯାଇଥିବା ଜଣେ ଆର୍ମି ଅଫିସର ଏବଂ ତାଙ୍କ ବାନ୍ଧବୀଙ୍କୁ ପୋଲିସର ଅକଥନୀୟ ନିର୍ଯାତନା ଘଟଣା ଏବେ ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ପୋଲିସର କାର୍ଯ୍ୟକୁ ନେଇ ବିଭିନ୍ନ ମହଲ୍‌ରୁ ନିନ୍ଦା କରାଯାଉଛି। ଏହି ଘଟଣାରେ ବର୍ତ୍ତମାନ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଆରମ୍ଭ କରିଛି। ଏଭଳି ସ୍ଥିତିରେ ତଦନ୍ତର ସ୍ବଚ୍ଛତାକୁ ଦୃଷ୍ଟିରେ ରଖି  ଭରତପୁର ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ରଙ୍କୁ ଭୁବନେଶ୍ୱର ଡିସିପି ଅଫିସକୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ କମିଶନରେଟ୍‌ ପୋଲିସ ମୁଖ୍ୟାଳୟରେ ଥିବା ଇନ୍‌ସ୍ପେକ୍ଟର ଦୀପକ କୁମାର ଖଣ୍ଡାୟତରାୟଙ୍କୁ ଭରତପୁର ଥାନା ଆଇଆଇସି ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ଭରତପୁର ଥାନାରେ ଥିବା ଏଏସ୍‌ଆଇ ସଲିଳମୟୀ ସାହୁ ଓ କନଷ୍ଟେବଳ ବଳରାମ ହାଂସଦାଙ୍କୁ ମଧ୍ୟ ବଦଳି କରାଯାଇଛି। ସଲିଳମୟୀଙ୍କୁ ଭୁବନେଶ୍ୱର ଡିସିପି ଅଫିସ ଓ ବଳରାମଙ୍କୁ ଭୁବନେଶ୍ୱର ରିଜର୍ଭ ଅଫିସକୁ ବଦଳି କରାଯାଇଛି।

ଦୀନକୃଷ୍ଣ ୨୦୨୨ ନଭେମ୍ବରରେ ମଧ୍ୟ ବିବାଦୀୟ ହୋଇ ନିଲମ୍ବିତ ହୋଇଥିଲେ। ସେ କଟକ କ୍ୟାଣ୍ଟନମେଣ୍ଟ ଥାନା ଅଧିକାରୀ ଥିବାବେଳେ ବାଲିଯାତ୍ରାରେ ପାର୍କିଂ ଟେଣ୍ଡର ନେଇଥିବା ଜଣେ ବ୍ୟକ୍ତିଙ୍କଠାରୁ ବଟି ମାଗିବା ଏବଂ ନ ଦେଲେ ମିଥ୍ୟା କେସ୍‌ରେ ଫସାଇବା ଦେବା ମଧ୍ୟ ଧମକ ଦେଇଥିଲେ। ଏହାର ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ ହେବା ପରେ ଗଣମାଧ୍ୟମରେ ଶିରୋନାମା ପାଲଟିଥିଲା। ପରେ ଦୀନକୃଷ୍ଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସ୍ବରୂପ ତାଙ୍କୁ ନଭେମ୍ବର ୨୧ରେ କଟକ ଡିସିପି ଅଫିସକୁ ବଦଳି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri