Posted inଖେଳ

ବାସନ୍ଦ ଉଠାଇବା ଲାଗି କହିଲା ଭାରତ କୁସ୍ତି ମହାସଂଘ

ନୂଆଦିଲ୍ଲୀ, ୭ା୧: ନୂଆ କର୍ମକର୍ତ୍ତା ନିର୍ବାଚନ ହେବାର ୩ ଦିନ ପରେ କ୍ରୀଡ଼ା ମନ୍ତ୍ରଣାଳୟ ଦ୍ୱାରା ସସ୍‌ପେଣ୍ଡ ହୋଇଥିବା ଭାରତ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ)ର ମୁଖ୍ୟ ସଞ୍ଜୟ ସିଂ ୟୁନାଇଟେଡ ଓ୍ବାଲର୍‌ଡ ରେସ୍‌ଲିଂ (ୟୁଡବ୍ଲ୍ୟୁଡବ୍ଲ୍ୟୁ)କୁ ଏକ ଚିଠି ଲେଖିଛନ୍ତି। ଏଥିରେ ସେ ଦର୍ଶାଇଛନ୍ତି ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି)ର ସନନ୍ଦ ଅନୁସାରେ ନବନିର୍ବାଚିତ ଡବ୍ଲ୍ୟୁଏଫ୍‌ଆଇ ଉପରେ ଭାରତୀୟ ଅଲିମ୍ପିକ ଆସୋସିଏଶନ(ଆଇଓଏ)ର କୌଣସି କର୍ତ୍ତୃତ୍ୱ ରହିବା ଉଚିତ ନୁହେଁ। ଅନ୍ୟପକ୍ଷରେ ଗତବର୍ଷ ଅଗଷ୍ଟ ମାସରୁ ଲାଗୁ ହୋଇଥିବା ସସ୍‌ପେଣ୍ଡ ଆଦେଶକୁ ତୁରନ୍ତ ପ୍ରତ୍ୟାହାର କରିନେବା ଲାଗି ସେ ନିବେଦନ କରିଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ଆଇଓଏ ଦ୍ୱାରା ଗଠିତ ଆଡହକ୍‌ ପ୍ୟାନେଲ ଭାରତ କୁସ୍ତି ମହାସଂଘର ଦୈନନ୍ଦିନ ବ୍ୟାପାର ବୁଝାଶୁଝା କରୁଛି। କୁସ୍ତି ଉପରେ ଆଇଓଏ ପ୍ରଭାବ ବିସ୍ତାରକୁ ବେଆଇନ ବୋଲି ମନେ କରାଯିବା ଉଚିତ ବୋଲି ସଞ୍ଜୟ ୟୁଡବ୍ଲ୍ୟୁଡବ୍ଲ୍ୟୁ ନିକଟକୁ ଲେଖିଥିବା ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି। ଡିସେମ୍ବର ୨୧ରେ ବିପୁଳ ବ୍ୟବଧାନରେ ନିର୍ବାଚନ ଜିତିଥିବା ସଞ୍ଜୟ ୟୁଡବ୍ଲ୍ୟୁଡବ୍ଲ୍ୟୁର ଦୃଷ୍ଟି ଆକର୍ଷଣ କରି କହିଛନ୍ତି ଯେ, ଦିଲ୍ଲୀ ହାଇକୋର୍ଟ ତାଙ୍କର ଏକ ନିର୍ଦ୍ଦେଶନାମାରେ ଜାତୀୟ କ୍ରୀଡ଼ା ମହାସଂଘ ବ୍ୟାପାରରେ ଆଇଓଏର ହସ୍ତକ୍ଷେପକୁ ବେଆଇନ ବୋଲି ଦର୍ଶାଇଥିଲେ। ଡବ୍ଲ୍ୟୁଏଫ୍‌ଆଇର ପୂର୍ବତନ ମୁଖ୍ୟ ବ୍ରିଜ ଭୂଷଣ ଶରଣ ସିଂଙ୍କ ଘନିଷ୍ଠ ବୋଲି କୁହାଯାଉଥିବା ସଞ୍ଜୟ କହିଛନ୍ତି, ଭାରତୀୟ କୋର୍ଟ, ୟୁଡବ୍ଲ୍ୟୁଡବ୍ଲ୍ୟୁ ନିୟମାବଳୀ ଏବଂ ଅଲିମ୍ପିକ ସନନ୍ଦ ଅନୁସାରେ ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ହେଉଛନ୍ତି ସ୍ବୟଂଶାସିତ ସଂସ୍ଥା। ଆଇଓଏ କିପରି ନିୟମ ଉଲ୍ଲଂଘନ କରୁଛି ବୋଲି ସେ ପ୍ରଶ୍ନ କରିଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ନିର୍ବାଚନରେ ସ୍ବଚ୍ଛତା ଓ ନିରପେକ୍ଷତା ଅବଲମ୍ବନ କରାଯାଇଥିଲା। ଆଇଓଏ ଏ ବିଷୟରେ ସମ୍ପୂର୍ଣ୍ଣ ଅବଗତ। ସମସ୍ତ ସଫଳ ପ୍ରାର୍ଥୀଙ୍କୁ ରିଟର୍ନିଂ ଅଫିସର ସାର୍ଟିଫିକେଟ ମଧ୍ୟ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ଟି-୨୦ ବୋଲିଂ ରାଙ୍କିଙ୍ଗ୍‌ରେ ହଟଚମଟ: ଦୁନିଆର ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି, ଭାରତକୁ ଝଟ୍‌କା!

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ବଡ଼ ଅଦଳବଦଳ: ଜାଣନ୍ତୁ କେଉଁ ଖେଳାଳି କେତେ ସ୍ଥାନରେ…

ନୂଆଦିଲ୍ଲୀ,୨୩।୯: ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ପୁଣିଥରେ ବଡ଼ ଅଦଳବଦଳ ଦେଖିବାକୁ ମିଳିଛି। ନୂଆ ରାଙ୍କିଙ୍ଗ୍‌ରେ ଭାରତର ଇଶାନ କିଶନ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ତେବେ ତାଙ୍କ…

ମାତ୍ର ଗୋଟିଏ ମିନିଟରେ ଟିକେଟ ରେଜିଷ୍ଟ୍ରେଶନ ଶେଷ! IND vs WI ମ୍ୟାଚ ପାଇଁ ପ୍ରବଳ ଉତ୍ସାହ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଦିନିକିଆ (ODI) ସିରିଜ ପାଇଁ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି, କାରଣ ଏଥିରେ ରୋହିତ ଶର୍ମା…

୨୮ ବର୍ଷ ପରେ ପଦକ ଜିତି ଇତିହାସ ସୃଷ୍ଟି କଲେ ମୀରାବାଇ ଚାନୁ

ନୂଆଦିଲ୍ଲୀ,୨୩।୯: ମୀରାବାଇ ଚାନୁ ୨୦୨୬ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ଫାଇନାଲରେ ମୋଟ ୧୯୮ କିଲୋଗ୍ରାମ ଓଜନ ଉଠାଇ ସେ ଏହି ରୌପ୍ୟ ପଦକ ହାସଲ…

ମାତ୍ର ଗୋଟିଏ ବଲ୍‌ ବଦଳାଇଦେଲା ଦେଲା ମ୍ୟାଚ୍‌ର ଫଳାଫଳ: ଭାରତ ସପକ୍ଷରେ ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର T20 ମ୍ୟାଚ୍‌ର ଶେଷ ଓଭରରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ମ୍ୟାଚ୍‌ର ଫଳାଫଳ…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?