Posted inଜାତୀୟ

କର୍ନାଟକ ମୁଖ୍ୟମନ୍ତ୍ରୀ ପଦ ନେଇ ସସ୍ପେନ୍ସ ଜାରି

ନୂଆଦିଲ୍ଲୀ, ୧୭ା୫: କର୍ନାଟକ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ୩ ଦିନ ବିତିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ କିଏ ହେବେ ତାକୁ ନେଇ କଂଗ୍ରେସରେ ଉତ୍ସୁକତା ଜାରି ରହିଛି। ଦୁଇ ମୁଖ୍ୟମନ୍ତ୍ରୀ ଦାବିଦାର ଡି.କେ. ଶିବକୁମାର ଏବଂ ସିଦ୍ଦାରାମାୟା ମଙ୍ଗଳବାର ସନ୍ଧ୍ୟାରେ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଅଲଗା ଅଲଗା ଭେଟି ଆଲୋଚନା କରିଛନ୍ତି। ଆଲୋଚନାରୁ କୌଣସି ନିଷ୍କର୍ଷ ବାହାରି ନ ଥିବାବେଳେ ସନ୍ତୁଳନ ରକ୍ଷା କରିବାକୁ ଖାର୍ଗେ ଉଦ୍ୟମ ଚଳାଇଛନ୍ତି। ବୁଧବାର ପୁଣିଥରେ ବୈଠକ ଅନୁଷ୍ଠିତ ହେବ।
କେନ୍ଦ୍ରୀୟ ନେତୃତ୍ୱଙ୍କ ଡାକରା ସତ୍ତ୍ୱେ ଶିବକୁମାର ସୋମବାର ଦିଲ୍ଲୀ ନ ଯାଇ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ସିଦ୍ଦାରାମାୟାଙ୍କୁ ଶୁଭେଚ୍ଛା ଜଣାଇଥିଲେ। ନିର୍ବାଚନରେ ସମସ୍ତ ୧୩୫ ବିଧାୟକଙ୍କୁ ଜିତାଇବାର ଶ୍ରେୟ ତାଙ୍କର ବୋଲି ଶିବକୁମାର ଦାବି କରିଥିଲେ। ତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ନ ମିଳିଲେ ଜଣେ ସାଧାରଣ ବିଧାୟକ ଭାବେ କାର୍ଯ୍ୟ କରିବାକୁ ସେ ପ୍ରସ୍ତୁତ ବୋଲି ମଙ୍ଗଳବାର ଖାର୍ଗେଙ୍କୁ କହିଥିବା ଜଣାପଡ଼ିଛି। ସେ ମୁଖ୍ୟମନ୍ତ୍ରୀ ପଦ ପାଇଁ ନିଜ ଦାବି ଉପସ୍ଥାପନ କରିଥିଲେ ମଧ୍ୟ ଖାର୍ଗେଙ୍କ ତୁଙ୍ଗ ନେତୃତ୍ୱ ଓ ପଦବୀ ସତ୍ତ୍ୱେ ସେ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ହୋଇ ନ ଥିବା କହିଥିଲେ। ସୋମବାରଠାରୁ ଦିଲ୍ଲୀରେ ରହି କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଆଲୋଚନା ଚଳାଇଥିବା ସିଦ୍ଦାରାମାୟା ମୁଖ୍ୟମନ୍ତ୍ରୀ ହେବା ସମ୍ଭାବନା ଅଧିକ ବୋଲି କୁହାଯାଉଛି। କେବେ ମୁଖ୍ୟମନ୍ତ୍ରୀ ଘୋଷଣା ହେବ ବୋଲି ପ୍ରଶ୍ନ ହେବାରୁ ଅପେକ୍ଷା କର ବୋଲି ସେ ଖବରଦାତାମାନଙ୍କୁ କହିଥିଲେ।
ନବନିର୍ବାଚିତ କଂଗ୍ରେସ ବିଧାୟକମାନଙ୍କ ମତାମତ ଉପରେ ପର୍ଯ୍ୟବେକ୍ଷକମାନେ ଦେଇଥିବା ରିପୋର୍ଟକୁ ନେଇ ସୋମବାର ଦଳୀୟ ନେତୃତ୍ୱ ଆଲୋଚନା କରିଥିଲେ। ମଙ୍ଗଳବାର ଖାର୍ଗେଙ୍କ ସହ ବରିଷ୍ଠ ନେତା ରାହୁଲ ଗାନ୍ଧୀ ଏବଂ କେ.ସି. ବେଣୁଗୋପାଳ ମଧ୍ୟ ଆଲୋଚନା କରିଥିଲେ। ସେଠାରେ ଦଳର ସାଧାରଣ ସମ୍ପାଦକ ତଥା କର୍ନାଟକ ପ୍ରଭାରୀ ରଣଦୀପ ସୁର୍ଜଓ୍ବୋଲା ଉପସ୍ଥିତ ଥିଲେ। ଦେଢ଼ଘଣ୍ଟା ଧରି ରୁଦ୍ଧଦ୍ୱାର ବୈଠକ ଚାଲିଥିଲା। ଏହା ପରେ ବେଣୁଗୋପାଳ ଅଲଗା ରାହୁଲଙ୍କୁ ତାଙ୍କ ବାସଭବନରେ ଭେଟିଥିଲେ। ଚୂଡ଼ାନ୍ତ ନିଷ୍ପତ୍ତି ପୂର୍ବରୁ ସୋନିଆ ଗାନ୍ଧୀଙ୍କ ସହ ଆଲୋଚନା ହୋଇପାରେ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। କିଏ ମୁଖ୍ୟମନ୍ତ୍ରୀ ହେବେ ଦିନେ କି ଦୁଇଦିନ ମଧ୍ୟରେ ନିଷ୍ପତ୍ତି ନିଆଯିବ ବୋଲି କଂଗ୍ରେସ ମୁଖପାତ୍ର ପଓ୍ବନ ଖେରା ହାଇଦ୍ରବାଦରେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ବିଳମ୍ବ ହେଉଥିବାବେଳେ ରାଜନୈତିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ଲିଙ୍ଗାୟତ ସମ୍ପ୍ରଦାୟ ସେମାନଙ୍କ ନେତାଙ୍କୁ ମୁଖ୍ୟମନ୍ତ୍ରୀ କରାଇବା ପାଇଁ ଦଳ ଅଧ୍ୟକ୍ଷ ଖାର୍ଗେଙ୍କୁ ଚିଠି ଲେଖିଛନ୍ତି। ବରିଷ୍ଠ କଂଗ୍ରେସ ନେତା ଜି. ପରମେଶ୍ୱରଙ୍କ ସମର୍ଥକମାନେ ଜଣେ ଦଳିତ ନେତାଙ୍କୁ ମୁଖ୍ୟମନ୍ତ୍ରୀ କରାଯିବାକୁ ଦାବି ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri