Posted inଜାତୀୟ

କର୍ନାଟକ ମୁଖ୍ୟମନ୍ତ୍ରୀ ପଦ ନେଇ ସସ୍ପେନ୍ସ ଜାରି

ନୂଆଦିଲ୍ଲୀ, ୧୭ା୫: କର୍ନାଟକ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ୩ ଦିନ ବିତିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ କିଏ ହେବେ ତାକୁ ନେଇ କଂଗ୍ରେସରେ ଉତ୍ସୁକତା ଜାରି ରହିଛି। ଦୁଇ ମୁଖ୍ୟମନ୍ତ୍ରୀ ଦାବିଦାର ଡି.କେ. ଶିବକୁମାର ଏବଂ ସିଦ୍ଦାରାମାୟା ମଙ୍ଗଳବାର ସନ୍ଧ୍ୟାରେ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଅଲଗା ଅଲଗା ଭେଟି ଆଲୋଚନା କରିଛନ୍ତି। ଆଲୋଚନାରୁ କୌଣସି ନିଷ୍କର୍ଷ ବାହାରି ନ ଥିବାବେଳେ ସନ୍ତୁଳନ ରକ୍ଷା କରିବାକୁ ଖାର୍ଗେ ଉଦ୍ୟମ ଚଳାଇଛନ୍ତି। ବୁଧବାର ପୁଣିଥରେ ବୈଠକ ଅନୁଷ୍ଠିତ ହେବ।
କେନ୍ଦ୍ରୀୟ ନେତୃତ୍ୱଙ୍କ ଡାକରା ସତ୍ତ୍ୱେ ଶିବକୁମାର ସୋମବାର ଦିଲ୍ଲୀ ନ ଯାଇ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ସିଦ୍ଦାରାମାୟାଙ୍କୁ ଶୁଭେଚ୍ଛା ଜଣାଇଥିଲେ। ନିର୍ବାଚନରେ ସମସ୍ତ ୧୩୫ ବିଧାୟକଙ୍କୁ ଜିତାଇବାର ଶ୍ରେୟ ତାଙ୍କର ବୋଲି ଶିବକୁମାର ଦାବି କରିଥିଲେ। ତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ନ ମିଳିଲେ ଜଣେ ସାଧାରଣ ବିଧାୟକ ଭାବେ କାର୍ଯ୍ୟ କରିବାକୁ ସେ ପ୍ରସ୍ତୁତ ବୋଲି ମଙ୍ଗଳବାର ଖାର୍ଗେଙ୍କୁ କହିଥିବା ଜଣାପଡ଼ିଛି। ସେ ମୁଖ୍ୟମନ୍ତ୍ରୀ ପଦ ପାଇଁ ନିଜ ଦାବି ଉପସ୍ଥାପନ କରିଥିଲେ ମଧ୍ୟ ଖାର୍ଗେଙ୍କ ତୁଙ୍ଗ ନେତୃତ୍ୱ ଓ ପଦବୀ ସତ୍ତ୍ୱେ ସେ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ହୋଇ ନ ଥିବା କହିଥିଲେ। ସୋମବାରଠାରୁ ଦିଲ୍ଲୀରେ ରହି କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଆଲୋଚନା ଚଳାଇଥିବା ସିଦ୍ଦାରାମାୟା ମୁଖ୍ୟମନ୍ତ୍ରୀ ହେବା ସମ୍ଭାବନା ଅଧିକ ବୋଲି କୁହାଯାଉଛି। କେବେ ମୁଖ୍ୟମନ୍ତ୍ରୀ ଘୋଷଣା ହେବ ବୋଲି ପ୍ରଶ୍ନ ହେବାରୁ ଅପେକ୍ଷା କର ବୋଲି ସେ ଖବରଦାତାମାନଙ୍କୁ କହିଥିଲେ।
ନବନିର୍ବାଚିତ କଂଗ୍ରେସ ବିଧାୟକମାନଙ୍କ ମତାମତ ଉପରେ ପର୍ଯ୍ୟବେକ୍ଷକମାନେ ଦେଇଥିବା ରିପୋର୍ଟକୁ ନେଇ ସୋମବାର ଦଳୀୟ ନେତୃତ୍ୱ ଆଲୋଚନା କରିଥିଲେ। ମଙ୍ଗଳବାର ଖାର୍ଗେଙ୍କ ସହ ବରିଷ୍ଠ ନେତା ରାହୁଲ ଗାନ୍ଧୀ ଏବଂ କେ.ସି. ବେଣୁଗୋପାଳ ମଧ୍ୟ ଆଲୋଚନା କରିଥିଲେ। ସେଠାରେ ଦଳର ସାଧାରଣ ସମ୍ପାଦକ ତଥା କର୍ନାଟକ ପ୍ରଭାରୀ ରଣଦୀପ ସୁର୍ଜଓ୍ବୋଲା ଉପସ୍ଥିତ ଥିଲେ। ଦେଢ଼ଘଣ୍ଟା ଧରି ରୁଦ୍ଧଦ୍ୱାର ବୈଠକ ଚାଲିଥିଲା। ଏହା ପରେ ବେଣୁଗୋପାଳ ଅଲଗା ରାହୁଲଙ୍କୁ ତାଙ୍କ ବାସଭବନରେ ଭେଟିଥିଲେ। ଚୂଡ଼ାନ୍ତ ନିଷ୍ପତ୍ତି ପୂର୍ବରୁ ସୋନିଆ ଗାନ୍ଧୀଙ୍କ ସହ ଆଲୋଚନା ହୋଇପାରେ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। କିଏ ମୁଖ୍ୟମନ୍ତ୍ରୀ ହେବେ ଦିନେ କି ଦୁଇଦିନ ମଧ୍ୟରେ ନିଷ୍ପତ୍ତି ନିଆଯିବ ବୋଲି କଂଗ୍ରେସ ମୁଖପାତ୍ର ପଓ୍ବନ ଖେରା ହାଇଦ୍ରବାଦରେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ବିଳମ୍ବ ହେଉଥିବାବେଳେ ରାଜନୈତିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ଲିଙ୍ଗାୟତ ସମ୍ପ୍ରଦାୟ ସେମାନଙ୍କ ନେତାଙ୍କୁ ମୁଖ୍ୟମନ୍ତ୍ରୀ କରାଇବା ପାଇଁ ଦଳ ଅଧ୍ୟକ୍ଷ ଖାର୍ଗେଙ୍କୁ ଚିଠି ଲେଖିଛନ୍ତି। ବରିଷ୍ଠ କଂଗ୍ରେସ ନେତା ଜି. ପରମେଶ୍ୱରଙ୍କ ସମର୍ଥକମାନେ ଜଣେ ଦଳିତ ନେତାଙ୍କୁ ମୁଖ୍ୟମନ୍ତ୍ରୀ କରାଯିବାକୁ ଦାବି ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri