ରୁମ୍‌ ନଂ.୨୦କୁ ନେଇ ବଢୁଛି ସସ୍‌ପେନ୍ସ

ଭବାନୀପାଟଣା,୨୩ା୧୦(ସ୍ବ.ପ୍ର): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଗୋବିନ୍ଦ ସାହୁ ଏବେ ପୋଲିସ କବଜାରେ ରହିଛନ୍ତି। ଗୋବିନ୍ଦ ଶୁକ୍ରବାର ହତ୍ୟା ଘଟଣାର ସିନ୍‌ ରିକ୍ରିଏଶନ କରିଥିଲେ  । ଏହାର ଭିଡିଓ ଏବେ ଭାଇରାଲ ହେଉଥିବା ବେଳେ ଏହି ଘଟଣାକୁ ନେଇ ଏବେ ବି ବହୁ ଅସମାହିତ ପ୍ରଶ୍ନ ଉପରୁ ପରଦା ଉଠି ପାରିନାହିଁ  । ଏପରି ସମୟରେ ଚର୍ଚ୍ଚାକୁ ଆସିଛି ରୁମ୍‌ ନଂ-୨୦।

ସ୍କୁଲ ପରିସରରେ ଥିବା କଲେଜର ଯୁକ୍ତ ୩ ଲେଡିଜ୍‌ ହଷ୍ଟେଲର ସବୁ ରୁମରେ ଗୋଟିଏ ପ୍ରକାର ତାଲା ପଡ଼ିଥିବା ବେଳେ ରୁମ୍‌ ନଂ ୨୦ରେ ପଡ଼ିଛି ଭିନ୍ନ ତାଲା। କ’ଣ ପାଇଁ ଏହି ରୁମରେ ଅଲଗା ତାଲା ପଡ଼ିଛି, କିଏ କରିଛି ଏପରି କାମ, କ’ଣ ରହିଛି ଏଥିରେ ଗୁମର ଏହାକୁ ନେଇ ଏବେ ଦେଖାଦେଇଛି ସସପେନ୍ସ। ମମିତା ମର୍ଡର ମିଷ୍ଟ୍ରିର ତଦନ୍ତ କରୁ କରୁ ବଲାଙ୍ଗୀର ପୋଲିସ କଳାହାଣ୍ଡି ଜିଲା ମହାଲିଙ୍ଗ କଲେଜର ଯୁକ୍ତ ୩ ଲେଡିଜ୍‌ ହଷ୍ଟେଲରେ ପହଞ୍ଚିଥିଲା। ମାତ୍ର ସେଠାରେ ରୁମ୍‌ ନଂ-୨୦ରେ ଏକ ଅଲଗା ତାଲା ପଡିଥିବା ବେଳେ ତାହାର ଚାବି ପାଇ ନ ଥିଲା ପୋଲିସ। ଏପରି କି ୱାଡେନ ବି ଏ ସମ୍ପର୍କରେ ପୋଲିସକୁ ସନ୍ତୋଷଜନକ ଉତ୍ତର ଦେଇ ନ ଥିଲେ ।

ଗତ ୮ ତାରିଖରେ ମମିତାଙ୍କୁ ହତ୍ୟା କରାଯାଇଥିଲେ ହେଁ ୧୩ ତାରିଖ ପର୍ଯ୍ୟନ୍ତ ଖୁଲମଖୁଲା ବୁଲିଥିଲେ ଗୋବିନ୍ଦ। ଏହି ସମୟରେ ରୁମ୍‌ ନଂ-୨୦କୁ ଯାଇ ସେଠାରେ ଥିବା ପ୍ରମାଣ ନଷ୍ଟ କରିଥିବା ଅଭିଯୋଗ ହେଉଛି। ସେଠାରେ ରହୁଥିବା ଅନ୍ତେବାସୀଙ୍କୁ ବଲାଙ୍ଗୀର ପୋଲିସ ବାରମ୍ବାର ପଚରାଉଚରା କରିଥିଲା। ତେଣୁ ମମିତା ମର୍ଡର ମିଷ୍ଟ୍ରି ସହ ରୁମ୍‌ ନଂ-୨୦ର ଲିଙ୍କ୍‌ ଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?