ଉଚ୍ଛେଦ ପୂର୍ବରୁ ସ୍ଥଗିତାଦେଶ: ପରବର୍ତ୍ତୀ ନିର୍ଦ୍ଦେଶକୁ ତହସିଲଦାରଙ୍କ ଅପେକ୍ଷା

ଭଞ୍ଜନଗର,୫।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ରେଡକ୍ରସ ରୋଡର ଗାୟତ୍ରୀ ମନ୍ଦିରକୁ ଲାଗି କେଦାରନାଥ ପାତ୍ର ଏକ କଲ୍ୟାଣ ମଣ୍ଡପ ନିର୍ମାଣ କରୁଛନ୍ତି। ଉକ୍ତ କଲ୍ୟାଣ ମଣ୍ଡପରେ କିଛି ସରକାରୀ ଜମି ଜବରଦଖଲ ହୋଇଥିବା ସାହି ବାସିନ୍ଦା ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହାପରେ ରାଜସ୍ବ ନିରୀକ୍ଷକଙ୍କ ତଦନ୍ତ ରିପୋର୍ଟକୁ ଆଧାର କରି ତହସିଲଦାର ଜବରଦଖଲ ଉଚ୍ଛେଦ ପାଇଁ କେଦାରନାଥଙ୍କୁ ନୋଟିସ ପଠାଇଥିଲେ। କିନ୍ତୁ କେଦାର ନୋଟିସ ଗ୍ରହଣ କରି ନ ଥିଲେ। ଶେଷରେ ତହସିଲ କାର୍ଯ୍ୟାଳୟ ପକ୍ଷରୁ ଉକ୍ତ ବିବାଦୀୟ ଜମିରେ ଗତ ରବିବାର ନୋଟିସ ମରାଯାଇଥିଲା। ଏଥିସହ ଆସନ୍ତା ୭ ତାରିଖରେ ତାହାକୁ ଭାଙ୍ଗିବା ପାଇଁ ରାଜସ୍ବ ବିଭାଗ ପକ୍ଷରୁ ପ୍ରସ୍ତୁତି ଚାଲିଥିଲା। ଏହା ପୁର୍ବରୁ କେଦାରନାଥ ଭଞ୍ଜନଗର ଉପ ଜିଲାପାଳଙ୍କ କୋର୍ଟରେ ନିଜ ପକ୍ଷ ରଖି ମାମଲା ଦାଖଲ କରିଥିଲେ। ତେଣୁ ଉପ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ମଙ୍ଗଳବାର ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଜବରଦଖଲ ଉଚ୍ଛେଦ ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି। ତେଣୁ ୭ ତାରିଖରେ ହେବାକୁ ଥିବା ଉଚ୍ଛେଦ କାର୍ଯ୍ୟକ୍ରମ ସ୍ଥଗିତ ରଖାଯାଇଛି ବୋଲି ତହସିଲ କାର୍ଯ୍ୟାଳୟ ପକ୍ଷରୁ ଏଠାରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

ଚଢାଉ କରି ବିପୁଳ ପରିମାଣର କାଠ ଜବତ କଲା ବନବିଭାଗ, କାଠର ଆନୁମାନିକ ମୂଲ୍ୟ ହେବ…

ମୋହନା,୩୦।୧( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚଢ଼ାଉ କରି ବିପୁଳ ପରିମାଣର ମୂଲ୍ୟବାନ କାଠ ଗଣ୍ଡି ଜବତ ହୋଇଛି। ଗୁରୁବାର ବିଳମ୍ବିତ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri