ଶ୍ୱଶୁର ଘରେ ଜ୍ୱାଇଁଙ୍କ ରହସ୍ୟମୟ ମୃତ୍ୟୁ: ସ୍ତ୍ରୀଙ୍କ ଉପସ୍ଥିତିକୁ ନେଇ ବଢୁଛି ସନ୍ଦେହ, ହତ୍ୟା ନା ଆତ୍ମହତ୍ୟା…

ଥୁଆମୂଳ ରାମପୁର,୧୨।୩: ଶ୍ୱଶୁର ଘରେ ଜ୍ୱାଇଁଙ୍କ ମୃତ୍ୟୁକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ବଢ଼ିବା ସହ ସନ୍ଦେହ ପ୍ରକାଶ ପାଇଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୁମାରକାନୀ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ହେଲେ ଗୋଲାମୁଣ୍ଡା ବ୍ଲକ ଦଶପୁର ଗ୍ରାମର ଦଶରୁ କଟା (୩୮)।

ସୂଚନା ମୁତାବକ, ଦଶରୁ ବିଗତ ୧୩ ବର୍ଷ ଧରି କୁମାରକାନୀସ୍ଥିତ ନିଜ ଶ୍ୱଶୁର ଘରେ ରହି ଆସୁଥିଲେ। ଗତ ମଙ୍ଗଳବାର ବିଳମ୍ବିତ ରାତିରେ ସେ ଏକ ପ୍ଲାଷ୍ଟିକ ଦଉଡ଼ି ସାହାଯ୍ୟରେ ବେକରେ ଫାଶ ଲଗାଇ ଆତ୍ମହତ୍ୟା କରିଥିବା କୁହାଯାଉଛି। ତେବେ ଘରେ ସ୍ତ୍ରୀ ଉପସ୍ଥିତ ଥିବା ସତ୍ତ୍ୱେ ଜଣେ ବ୍ୟକ୍ତି କିଭଳି ଏଭଳି ଚରମ ନିଷ୍ପତ୍ତି ନେଲେ ଏବଂ ମୃତ୍ୟୁ ପାଇଁ ପ୍ଲାଷ୍ଟିକ ଦଉଡ଼ିର ବ୍ୟବହାରକୁ ନେଇ ଗ୍ରାମବାସୀଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଛି।

ଘଟଣା ସମ୍ପର୍କରେ ଖବର ପାଇ ଥୁଆମୂଳ ରାମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ-୦୨/୨୦୨୬) ରୁଜୁ କରିଛି। ମହୁଲପାଟଣା ଫାଣ୍ଡି ଏସ.ଆଇ. ଅରୁଣା କୁମାର ବାତ୍ରିଆ ଘଟଣାସ୍ଥଳକୁ ଯାଇ ତଦନ୍ତ ଜାରି ରଖିଛନ୍ତି। ତେବେ ପାରିବାରିକ କଳହକୁ କେନ୍ଦ୍ର କରି ଏହି ଘଟଣା ଘଟିଥାଇପାରେ ବୋଲି ଅନୁମାନ କରାଯାଉଛି। ପୋଲିସର ନିରପେକ୍ଷ ତଦନ୍ତ ଓ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ ଏହା ଆତ୍ମହତ୍ୟା ନା ହତ୍ୟା, ତାହା ସ୍ପଷ୍ଟ ହେବ ବୋଲି କୁହାଯାଉଛି।

ମୃତ ଦଶରୁ ଥିଲେ ପରିବାରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି। ତାଙ୍କ ମୃତ୍ୟୁ ପରେ ୩ ନାବାଳକ ସନ୍ତାନ ଓ ତାଙ୍କ ସ୍ତ୍ରୀ ଏବେ ସମ୍ପୂର୍ଣ୍ଣ ବେସାହାରା ହୋଇପଡ଼ିଛନ୍ତି। ଏହି ଅସହାୟ ପରିବାରକୁ ତୁରନ୍ତ ସରକାରୀ ସହାୟତା ପ୍ରଦାନ କରିବା ପାଇଁ ଗ୍ରାମବାସୀ ଓ ସ୍ଥାନୀୟ ବୁଦ୍ଧିଜୀବୀ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ, ପ୍ରଥମେ ଶିବସେନା-ଏନସିପି ପରେ ଏବେ TMC…

ନୂଆଦିଲ୍ଲୀ,୧୮।୯: ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ଅନ୍ତରୀଣ ଭାବେ ଫ୍ରିଜ୍‌ କରିବା ପରେ ଭାରତୀୟ ନିର୍ବାଚନ କମିଶନ (ECI)କୁ ନେଇ ରାଜନୈତିକ ବିବାଦ…

ବଡ଼ ଖବର: ଗାଁରେ ବି ଚାଲିବ ଅଟୋ-ବାଇକ୍‌ର କ୍ୟାବ୍‌, ଜାଣନ୍ତୁ କେମିତି କରିବେ ବୁକ୍‌…

ନୂଆଦିଲ୍‌ଲୀ,୧୮।୯: ଭାରତ ଟ୍ୟାକ୍ସି (Bharat Taxi) ର ଅନେକ ସହରରେ ପାଇଲଟ ପ୍ରୋଜେକ୍ଟ ଚାଲୁ ରହିଛି। ବର୍ତ୍ତମାନ ଏହି ଭାରତ ଟ୍ୟାକ୍ସି ସେବା ଦିଲ୍ଲୀ-ଏନସିଆର (Delhi-NCR), ଗୁଜରାଟ,…

ସୁରକ୍ଷାକର୍ମୀଙ୍କ ସାମ୍ନାରେ ହାତ ଯୋଡ଼ିଲେ ସଲମାନ; ଗଣେଶ ଦର୍ଶନ ପରେ…

ମୁମ୍ବାଇ: ବଲିଉଡର ‘ଭାଇଜାନ’ ସଲମାନ ଖାନ ତାଙ୍କ ଅଭିନୟ ଏବଂ ଚଳଚ୍ଚିତ୍ର ପାଇଁ ବେଶ ଜଣାଶୁଣା, କିନ୍ତୁ ସମ୍ପ୍ରତି ସେ ନିଜର ସୋସିଆଲ ମିଡିଆ ପୋଷ୍ଟ ଏବଂ…

ରାସନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍‌, ଏହି ଡକ୍ୟୁମେଣ୍ଟ ନ ଥିଲେ କଟିଯିବ…

ନୂଆଦିଲ୍‌ଲୀ,୧୮।୯: ଯଦି ଆପଣ ଏକ ନୂଆ ରାସନ କାର୍ଡ ତିଆରି କରିବାକୁ ଯାଉଛନ୍ତି କିମ୍ୱା ପୁରୁଣା କାର୍ଡରେ କୌଣସି ସଦସ୍ୟଙ୍କ ନାମ ଯୋଡ଼ିବା କିମ୍ୱା ହଟାଇବା ବିଷୟରେ…

ବୈଭବଙ୍କ ଭବିଷ୍ୟତ ଉପରେ ଗମ୍ଭୀରଙ୍କ ଚମକାଇଦେବା ବୟାନ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ଶେଷ ହୋଇଛି। ଭାରତୀୟ ଦଳ ୩-୦ରେ ସିରିଜ କ୍ଲିନ ସୁଇପ କରିଛି। ତେବେ ସିରିଜରେ ୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ…

ମାସେ ଯାଏ ସାବଧାନ ରୁହନ୍ତୁ ୩ ରାଶି! ଶନି-ସୂର୍ଯ୍ୟ ଏକାସାଙ୍ଗରେ କରିବେ କଲବଲ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ଅଧିପତି ଏବଂ ଶନିଙ୍କୁ କର୍ମ ଓ ନ୍ୟାୟର କାରକ ବୋଲି ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ସୂର୍ଯ୍ୟ ଓ ଶନିଙ୍କ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?