ରୁଷିଆର ସମ୍ଭ୍ରାନ୍ତଙ୍କ ମୃତ୍ୟୁ ପଛରେ ପୁଟିନଙ୍କ ହାତ ନେଇ ସନ୍ଦେହ…

ମସ୍କୋ,୨୭।୧୨ : ଓଡ଼ିଶାର ରାୟଗଡ଼ରେ ଏକ ସପ୍ତାହ ମଧ୍ୟରେ ଦୁଇ ରୁଷିଆ ନାଗରିକଙ୍କର ମୃତ୍ୟୁ ଘଟିଛି। ଏଥିମଧ୍ୟରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦଳର ସମର୍ଥକ ତଥା ଭେଟେରାନ ବ୍ୟବସାୟୀ ପାଭେଲ ଆଣ୍ଟୋଭ ଅଛନ୍ତି। ପୋଲିସର ତଦନ୍ତରୁ ଜଣାପଡିଛି ଯେ ପାଭେଲ ତୃତୀୟ ମହଲା ଝରକା ତଳେ ପଡ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ପୋଲିସ ଏହାକୁ ଆତ୍ମହତ୍ୟା ବୋଲି ବିଚାର କରୁଛି। ଗତ ସପ୍ତାହରେ ଡିସେମ୍ବର ୨୨ ରେ ପାଭେଲଙ୍କ ବନ୍ଧୁ ଭ୍ଲାଦିମିର ବିଡେନୋଭଙ୍କ ମୃତଦେହ ଏକ ହୋଟେଲ ରୁମରେ ସନ୍ଦେହଜନକ ଅବସ୍ଥାରେ ମିଳିଥିଲା। ପାଭେଲଙ୍କ ୬୫ ତମ ଜନ୍ମଦିନ ପାଳନ କରିବାକୁ ଉଭୟ ଏଠାରେ ପହଞ୍ଚିଥିଲେ।

ବର୍ତ୍ତମାନ ଏହି ଦୁଇଟି ମୃତ୍ୟୁକୁ ନେଇ ଅନେକ ପ୍ରକାରର ପ୍ରଶ୍ନ ଉଙ୍କି ମାରୁଛି। ଏହାର କାରଣ ହେଉଛି ଏହା ପୂର୍ବରୁ ମଧ୍ୟ ରୁଷିଆର ବହୁ ବଡ ଶିଳ୍ପପତିଙ୍କର ରହସ୍ୟମୟ ଭାବରେ ମୃତ୍ୟୁ ଘଟିଛିି। ସେମାନଙ୍କ ମଧ୍ୟରୁ କେତେକ ରାଷ୍ଟ୍ରପତି ପୁଟିନଙ୍କ ନିକଟତର ହୋଇଥିବାବେଳେ କେତେକ ସମାଲୋଚକ ଥିଲେ। ଚଳିତ ବର୍ଷ ଅଗଷ୍ଟ ୩୧ ରେ, ରୁଷିଆର ତୈଳ ବ୍ୟବସାୟୀ ରବିଲ ମାଗାନୋଭଙ୍କ ମୃତଦେହ ଡାକ୍ତରଖାନାର ଝରକା ତଳେ ପଡ଼ିଥିବାର ଦେଖିବାକୁ ମିଳିଥିଲା।

ଗତ ଏକ ବର୍ଷ ମଧ୍ୟରେ ରୁଷିଆର ୧୦ରୁ ଅଧିକ ସମ୍ଭ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏଥିମଧ୍ୟରୁ ଅଧିକାଂଶ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଜଡିତ। ଏଥିମଧ୍ୟରୁ ଅନେକ ତୈଳ ଏବଂ ଗ୍ୟାସ ବ୍ୟବସାୟରେ କରୁଥିଲେ। ରୁଷିଆର ଏଭଳି ସମ୍ଭ୍ରାନ୍ତଙ୍କ ମୃତ୍ୟୁ ପଛରେ ପୁଟିନଙ୍କ ହାତ ନେଇ ସନ୍ଦେହ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri