ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଭୁବନେଶ୍ୱର କ୍ୟାପିଟାଲ ଥାନା ଅଞ୍ଚଳରେ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟର୍ସରୁ ଘରୋଇ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଏପରି କି ପୋଲିସ ରାତି ଅଧିଆ ଶବ ବ୍ୟବଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିବାକୁ ନେଇ ପ୍ରଶ୍ନ ଉଠିିଛି।

ମନ୍ତ୍ରୀଙ୍କ କ୍ୱାର୍ଟର୍ସ ଭିତରେ ସହାୟକ ଭାବେ କାମ କରୁଥିଲେ ବଲାଙ୍ଗୀର ଜିଲା ପାଟଣାଗଡ ବେଲପଡାର ଶଙ୍କର୍ଷଣ ନାଗ। ୪୬ ବର୍ଷିୟ ଶଙ୍କର୍ଷଣଙ୍କ ସନ୍ଦେହଜନକ ମୃତ୍ୟୁ ଏବେ ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇଦେଇଛି। ଶଙ୍କର୍ଷଣଙ୍କୁ ବୁଧବାର ସକାଳ ସାଢେ ୬ଟାରୁ ମନ୍ତ୍ରୀଙ୍କ କ୍ବାର୍ଟର୍ସରୁ ସିଧା କ୍ୟାପିଟାଲ ହସ୍ପିଟାଲ ନିଆ ଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । କିନ୍ତୁ ପୋଲିସ ରାଗିରେ ରାତିରେ ଶବ ବ୍ୟବଚ୍ଛେଦ କରାଇ ଶଙ୍କର୍ଷଣଙ୍କ ମୃତ ଦେହକୁ ନିଜ ଗାଁକୁ ପଠାଇ ଦେଇଥିଲା। ସେପଟେ ଶଙ୍କର୍ଷଣଙ୍କ ମୃତଦେହକୁ ତାଙ୍କ ଘରକୁ ପଠାଯାଇଥିବା ପୋଲିସ କହୁଥିବାବେଳେ ତାଙ୍କ ଘରେ କିନ୍ତୁ ତାଲା ଝୁଲୁଥିବା ଜଣାପଡ଼ିଛି।

କ୍ୟାପିଟାଲ୍‌ ଥାନା ଅଧିକାରୀ ରାଧାକାନ୍ତ ସାହୁ କହିଛନ୍ତି, ଷଙ୍କର୍ଷଣ ତାଙ୍କ ପରିବାର ସହ ମନ୍ତ୍ରୀଙ୍କ କ୍ୱାର୍ଟର୍ସରେ ରହୁଥିଲେ। ବୁଧବାର ସକାଳେ କ୍ୱାର୍ଟର୍ସର ଫ୍ୟାନ୍‌ ସୁଇଚ୍‌ ମାରିବା ସମୟରେ ଶଙ୍କର୍ଷଣଙ୍କୁ ବିଦ୍ୟୁତ୍‌ ଆଘାତ ଲାଗିଥିଲା। ଫଳରେ ସେ ଅଚେତ୍‌ ହୋଇପଡ଼ିଥିଲେ। ତାଙ୍କୁ ପରିବାର ଲୋକେ କ୍ୟାପିଟାଲ୍‌ ହସ୍ପିଟାଲ୍‌କୁ ନେଇଥିବାବେଳେ ଡାକ୍ତର ଶଙ୍କର୍ଷଣଙ୍କୁ ମୃତ ଘୋଷଣା କରିଥିବା ଜଣାପଡିଛି। ତେବେ ପୋଲିସ ଏନେଇ ଅପମୃତ୍ୟୁ ମାମଲା ରୁଜୁ କରିଥିବାବେଳେ ଘଟଣାସ୍ଥଳରେ ସାଇଣ୍ଟିଫିକ୍‌ ଟିମ୍‌ ଦ୍ୱାରା ତଦନ୍ତ ହୋଇଛି କି ନାହିଁ ସେନେଇ ପୋଲିସ ମୁହଁ ଖୋଲୁନାହିଁ। ଅନ୍ୟପକ୍ଷରେ ଶଙ୍କର୍ଷଣଙ୍କ ପରିବାର ଲୋକଙ୍କ ସହ ଯୋଗାଯୋଗ ସମ୍ଭବ ହୋଇପାରୁ ନ ଥିବାରୁ ଘଟଣା ସମ୍ପର୍କରେ ଅଧିକ ତଥ୍ୟ ମିଳିପାରିନାହିଁ।
କ୍ୟାପିଟାଲ ହସ୍ପିଟାଲର ଡାଇରେକ୍ଟର ଇନ୍‌ଚାର୍ଜ ଡାକ୍ତର ସୁଶାନ୍ତ କୁମାର ନାୟକ କହିଛନ୍ତି ଯେ, ସେ ବାଟରେ ମରିଛନ୍ତି କି ଘରେ ମରିଛନ୍ତି, ସେ ବିଷୟରେ କହିିହେବନି। ଶବ ବ୍ୟବଛେଦ ରିପୋର୍ଟ ଆସିଲେ ତାହା ଜଣାପଡ଼ିବ। ଶବ ବ୍ୟବଛେଦ ରିପୋର୍ଟ ଆମେ ସାର୍ବଜନୀନ କରିପାରିବୁ ନାହିଁ। ଆମ ପୋଲିସକୁ ଦେବୁ ପୋଲିସ ତାର ତଦନ୍ତ କରିବ ବୋଲି ସେ କହିଛନ୍ତି।
ସୂଚନାଥାଉ କି, ପୂର୍ବରୁ ବିଜେଡ଼ି ମନ୍ତ୍ରୀ ଥିବା ନବ ଦାଶଙ୍କ କ୍ୱାର୍ଟର୍ସରୁ ତାଙ୍କ ଘରୋଇ ସହାୟକଙ୍କ ମୃତଦେହ ମିଳିଥିଲା। ସେହିପରି ଏକାଧିକ ବିଧାୟଙ୍କ ଘରୁ ସହାୟକଙ୍କ ମୃତଦେହ ମିଳିଛି। ଏହି ଘଟଣା ମଧ୍ୟ ରହସ୍ୟ ହୋଇ ରହିଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି…

ଭାରତରେ ମିଳିବ କି ପ୍ୟାଟରନିଟି ଲିଭ୍? ସୁପ୍ରିମକୋର୍ଟ କହିଲେ ବାପାର ଭୂମିକାକୁ…

ନୂଆଦିଲ୍ଲୀ,୧୮।୩; ଦେଶର ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ପ୍ୟାଟରନିଟି ଲିଭକୁ ସାମାଜିକ ସୁରକ୍ଷା ଲାଭ ଭାବରେ ମାନ୍ୟତା ଦେବା ପାଇଁ ଆଇନ ପ୍ରଣୟନ କରିବା ବିଷୟରେ ବିଚାର କରିବାକୁ…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଚାଇନା ଠୁ ତେଲ ଜାହାଜ ଛଡାଇ ଆଣିଲା ଭାରତ! ରୁଷିଆ ସହ ବଡ଼ ଡିଲ୍‌…

ନୂଆଦିଲ୍ଲୀ,୧୮।୩; ୟୁକ୍ରେନରେ ସଂଘର୍ଷ ମଧ୍ୟରେ, ଭାରତ ରୁଷିଆରୁ ଅଶୋଧିତ ତୈଳ କ୍ରୟ ବୃଦ୍ଧି କରିଛି। ଭାରତ ଏବେ ମସ୍କୋରୁ ତୈଳ ଆମଦାନୀ ଦ୍ୱିଗୁଣିତ କରିଛି। ଏହି ସମୟରେ,…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri