ପୋଖରୀରୁ ୨ ଛାତ୍ରଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର: ପୋଲିସ ତଦନ୍ତ ଆରମ୍ଭ

ମହାକାଳପଡ଼ା,୫।୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ମାର୍ଶାଘାଇ ଥାନା ଅନ୍ତର୍ଗତ ସ୍ଥାନୀୟ ଖୁରୁସିଆ ପଞ୍ଚାୟତ ମା’ ବ୍ରହ୍ମାଣି ପୀଠ ପରିସର ପୋଖରୀରେ ଦୁଇ ଛାତ୍ରମାନଙ୍କ ମୃତଶରୀର ଉଦ୍ଧାର କରାଯାଇଛି। ମୃତ ଦୁଇ ସପ୍ତମ ଶ୍ରେଣୀ ଛାତ୍ର ନିକଟ ବାନ୍ଧକୁଦ ଗ୍ରାମର ଦୁର୍ଗା ପ୍ରସାଦ ମହାପାତ୍ର (୧୩) ଓ ଦିପାଂଶୁ ମହାପାତ୍ର (୧୩) ବୋଲି ଜଣାପଡିଛି।

ମିଳିଥିବା ସୂଚନା ଅନୁସାରେ, ଦୁଇ ଛାତ୍ର ଟିଉସନ ହେବାକୁ ନିକଟ ବିଦ୍ୟାଳୟକୁ ଯାଇଥିଲେ। ହେଲେ ରାତି ଦଶଟା ପରେ ପିଲାମାନେ କାହିଁକି ଘରକୁ ଫେରିଲେ ନାହିଁ। ଦୁଇ ପରିବାର ଲୋକମାନଙ୍କ ମଧ୍ୟରେ ଭାଳେଣି ପଡିଥିଲା। ଗ୍ରାମ କପିଳେଶ୍ୱର ମନ୍ଦିରଠାରେ ଯଜ୍ଞ ଅନୁଷ୍ଠିତ ହୋଇଥିଲା। ପରିବାର ଲୋକମାନେ ଭାବିଲେ ପିଲାମାନେ ଯଜ୍ଞସ୍ଥଳକୁ ଯାଇଥିବେ। ସେଠାରେ ଖୋଜିଲେ ମଧ୍ୟ ମିଳି ନ ଥିଲେ ନାହିଁ। ଗ୍ରାମରେ ଚହଳ ପଡ଼ିଲା।

ଗ୍ରାମବାସୀ ନିକଟ ପାଇକା ନଦୀ କୂଳ , ବନ୍ଧୁ ବାନ୍ଧବ ଓ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ କେଉଁଠି ମିଳି ନ ଥିଲା। ଶେଷରେ ଭାବିଲେ ମା’ଙ୍କ ପୀଠ ଦୂର ଦୁଇ କିମି ଦୂରକୁ ଯାଇଥିଲେ । କିଛି ଯୁବକମାନେ ପୀଠରେ ପହଞ୍ଚି ଦେଖିଲେ ଏକ ସାଇକେଲ ରହିଛି। ପୋଖରୀ କୂଳରେ କିଛି ପଲିଥିନରେ ପାଠପଢିବା ବହି ରହିଛି। ଶେଷରେ ପୋଖରୀରେ ଚାରି ଫୁଟ ପାଣିଥିଲା। ହଠାତ୍‌ ଦୁଇ ଜଣଙ୍କ ଶର୍ଟ ପ୍ୟାଣ୍ଟ ଦେଖି ସେମାନଙ୍କୁ ଉଦ୍ଧାର କରିଥିଲେ। ସେତେବେଳକୁ ରାତି ୧ ଟା ହୋଇଥିଲା।

ଏହି ଖବର ପ୍ରସାରିତ ପରେ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଘଟଣାସ୍ଥଳରେ ମାର୍ଶାଘାଇ ପୋଲିସ ପହଞ୍ଚି ଦୁଇ ମୃତ ଛାତ୍ରଙ୍କୁ ଉଦ୍ଧାର କରି କେନ୍ଦ୍ରାପଡ଼ା ଜିଲା ମୂଖ୍ୟ ଚିକିତ୍ସା କେନ୍ଦ୍ରରେ ସ୍ଥାନାନ୍ତରିତ ହୋଇଥିଲା। ଦୁଇ ଛାତ୍ର କାହିଁକି ଓ କେଉଁ ପରିସ୍ଥିତିରେ ଏତେ ବଡ଼ ଶେଷ ନିଷ୍ପତ୍ତି ନେଲେ ସମସ୍ତଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି କରିଛି। ହତ୍ୟା ନା ଆତ୍ମହତ୍ୟା ଘଟିଲା ତାହା ସମସ୍ତଙ୍କ ମନରେ ସନ୍ଦେହ ଘେରରେ ରହିଛି। ଏ ସଂକ୍ରାନ୍ତରେ ସରପଞ୍ଚ ପୂର୍ଣ୍ଣ ଚନ୍ଦ୍ର ରାଉତ କହିଛନ୍ତି, ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ପ୍ରଶାସନିକ ସ୍ତରରେ ପରିବାରକୁ ସହାୟତା ଯୋଗାଇ ଦେବା ପାଇଁ ନିବେଦନ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?