ପୋଖରୀରୁ ମିଳିଲା ଯୁବକଙ୍କ ସନ୍ଦେହଜନକ ମୃତଦେହ: ରାଇପଲ୍ଲୀରେ ନିମାଇଁଙ୍କୁ ମରଣାନ୍ତକ ଆକ୍ରମଣ

ଭଞ୍ଜନଗର,୧୫।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଦୁଲୀପଲ୍ଲୀ ପୋଖରୀରୁ ଗୁରୁବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ହେଲେ ସେହି ଗ୍ରାମର ରଞ୍ଜନ ପାତ୍ର। ପୋଲିସ ଏବଂ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଶରୀରକୁ ପୋଖରୀରୁ ଉଦ୍ଧାର କରି ବ୍ୟବଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇ ଦେଇଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଯୁବକ ଜଣଙ୍କ କେଉଁଭଳି ପରିସ୍ଥିତିରେ ମୃତ୍ୟୁବରଣ କଲେ ସେନେଇ ସଠିକ କିଛି ଜଣାପଡ଼ିନାହିଁ। ଅପରପକ୍ଷେ ଆଜି ସକାଳେ ତାରସିଂ ଥାନା ଅନ୍ତର୍ଗତ ରାଇ ପଲ୍ଲୀ ଗ୍ରାମର ନିମାଇଁ ଚରଣ ମହାନ୍ତିଙ୍କୁ ଆକ୍ରମଣ ହୋଇଛି। ସେ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ଭଞ୍ଜନଗର ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଏହା ଏକ ପାରିବାରିକ ଗଣ୍ଡଗୋଳ ବୋଲି ଆଲୋଚନା ହେଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri