ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ମହୁଲ ଗଛରେ ଝୁଲୁଛି…

ପାଟଣା, ୨୯/୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଡାଳପକା ପଞ୍ଚାୟତର କେନ୍ଦୁଯୋଡା ଗ୍ରାମରେ ଜଣେ ୧୮ ବର୍ଷୀୟା ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଘର ନିକଟସ୍ଥ ଏକ ମହୁଲ ଗଛରୁ ତାଙ୍କର ଝୁଲନ୍ତା ମୃତଦେହ ସୋମବାର ପାଟଣା ପୋଲିସ ଉଦ୍ଧାର କରି ଜବତ କରିଛି। ମୃତକ ହେଲେ କେନ୍ଦୁଯୋଡା ଗ୍ରାମର ରାଜେଶ ମାଝୀଙ୍କ ସ୍ତ୍ରୀ ଫୁଲବତୀ ମାଝୀ (୧୮)।

ସୂଚନା ଅନୁସାରେ, ଫୁଲବତୀ ଗତ ଶନିବାରଠାରୁ ନିଖୋଜ ଥିଲେ। ତେବେ ତାଙ୍କ ଘରଠାରୁ ପ୍ରାୟ ୧୦୦ ମିଟର ଦୂରରେ ଥିବା ଏକ ମହୁଲ ଗଛ ଡାଳରେ ସେ ନିଜ ପିନ୍ଧିଥିବା ଲୁଗାରେ ଫାଶି ଲଗାଇ ଝୁଲିଥିବା ଅବସ୍ଥାରେ ମୃତଦେହ ମିଳିଥିଲା।

ସୋମବାର ସକାଳେ ଗ୍ରାମର କିଛି ମହିଳା ଜଙ୍ଗଲକୁ ଯାଇଥିବା ବେଳେ ମହୁଲ ଗଛରେ ଫୁଲବତୀଙ୍କ ଝୁଲନ୍ତା ମୃତଦେହ ଦେଖିଥିଲେ। ପରେ ସେମାନେ ଗ୍ରାମବାସୀଙ୍କୁ ଖବର ଦେବା ସହ ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ ପାଟଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡ଼ିଛି।

ଏହା ଆତ୍ମହତ୍ୟା ନା ହତ୍ୟା ପରେ ମୃତଦେହକୁ ଝୁଲାଇ ଦିଆଯାଇଛି, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପୋଲିସ ବିଭିନ୍ନ ଦିଗକୁ ନେଇ ତଦନ୍ତ ଚଳାଇଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ଆଶା କରାଯାଉଛି। ଖବର ଲେଖାହେବା ସୁଦ୍ଧା ଏହି ଘଟଣା ନେଇ ପାଟଣା ପୋଲିସ ପକ୍ଷରୁ କୌଣସି ଆଧିକାରିକ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri