ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଟୁନା ସେଠୀଙ୍କ କନ୍ୟା ଅର୍ଚ୍ଚିତା ସେଠୀ(୧୬)।ସୋମବାର ମଧ୍ୟାହ୍ନରେ ଦିଗପହଣ୍ଡି ଥାନା ଏଏସଆଇ ଦିଲ୍ଲୀପ ଗୋରେଡା ଅପମୃତ୍ୟୁ ମାମଲା ୧୫/୨୬ ଅନୁଯାୟୀ ବ୍ରହ୍ମପୁର ବଡ଼ ଡାକ୍ତରଖାନାରୁ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଯିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ଅପରାହ୍ନରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ କରାଯାଇଛି। ରବିବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ ଟାରେ ଅର୍ଚ୍ଚିତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ପରିବାର ଲୋକେ ଦିଗପହଣ୍ଡି ଗୋଷ୍ଠୀ ସୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ବାରମ୍ବାର ବାନ୍ତି କରୁଥିବା ଅର୍ଚ୍ଚିତାଙ୍କୁ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥାରେ ସୁଧାର ନଆସିବାରୁ ଡାକ୍ତରଙ୍କ ପରାମର୍ଶ କ୍ରମେ ପରିବାର ଲୋକେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରେ ଭର୍ତ୍ତି କରିଥିଲେ। ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମତ୍ୟୁ ଘଟିଥିଲା।ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଏନେଇ ଦିଗପହଣ୍ଡି ପୋଲିସ କୁ ସୂଚନା ଦେଇଥିଲେ।ଅର୍ଚ୍ଚିତାଙ୍କ ବଡ଼ ଭାଇ କିରଣ ସେଠୀ ଏନେଇ ଏତଲା ଦେବାପରେ ଆଇଆଇସି କିଶୋର କୁମାର ସାମଲ ଅପମୃତ୍ୟୁ ମାମଲା ରୁଜୁ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri