କନିଷ୍ଠ ଯନ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: କପା କିଆରୀରେ ପଡ଼ିଥିଲା ମୃତଦେହ

ବଲାଙ୍ଗୀର ଅଫିସ/ପାଟଣାଗଡ଼,୬।୫(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ସୁରେଶ ଚନ୍ଦ୍ର ବେହେରା (୫୪)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ପାଟଣାଗଡ଼-ବନକାବିହାର ରାସ୍ତାକଡ଼ ଏକ କପା କିଆରୀରେ କନିଷ୍ଠ ଯନ୍ତ୍ରୀ ବେହେରାଙ୍କ ମୃତଦେହ ପଡ଼ିଥିବା ଖବର ମିଳିବା ପରେ ପାଟଣାଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛିି । କିଭଳି ପରିସ୍ଥିତିରେ ତାଙ୍କର ମୃତ୍ୟୁ ଘଟିଛି ତାହା ସ୍ପଷ୍ଟ ହୋଇନାହିଁ । ବେହେରାଙ୍କ ମୁଣ୍ଡରେ ରକ୍ତଚିହ୍ନ ଲାଗିଥିବାରୁ ତାଙ୍କୁ ମାଡ଼ ମରାଯାଇଥିବା ସନ୍ଦେହ କରାଯାଉଛି । ପାଟଣାଗଡ଼ ଏସ୍‌ଡିପିଓ ଜ୍ୟୋର୍ତିମୟ ଭୁକ୍ତା ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଚଳାଇଛନ୍ତି । ମୃତ ଯନ୍ତ୍ରୀ ବେହେରା ପାଟଣାଗଡ ବ୍ଲକରେ ଗତ ଦୁଇବର୍ଷ ହେଲା କାର୍ଯ୍ୟରତ ଥିଲେ । ତାଙ୍କ ଘର କଟକ ଜିଲା ନିଆଳି ଅଞ୍ଚଳର ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।…

ତାପମାତ୍ରା ୪୦ ଡିଗ୍ରୀ: ମିଳୁନି ପିଇବା ପାଣି, ଗରା, ବାଲଟି ଓ ଡେକଚି ଧରି…

ପାଟଣା, ୨୫।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ୍‌କୁ ଛୁଇଁଥିବା ବେଳେ ପାଟଣା ବ୍ଲକ୍ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ବଣମହୁଳଡିହା ପାତୁଳୁ…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

୧୫୦ ହଜିଥିବା ମୋବାଇଲ୍  ହିତାଧିକାରୀଙ୍କୁ ହସ୍ତାନ୍ତର: ୧୬ ମାସ ପୂର୍ବରୁ ହଜିଯାଇଥିବା ଆଇଫୋନ୍‌ ଫେରିପାଇଲେ…

ଭଞ୍ଜନଗର, ୨୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପୋଲିସ ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୧୫୦ଟି ଫୋନ୍ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri