ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତକ ହେଲେ କନ୍ଧମାଳ ଜିଲା ଫୁଲବାଣୀ ସଦର ଥାନା ତେରଗୁଡା ଅଞ୍ଚଳର ତପନ ପ୍ରସାଦ ଆଚାର୍ଯ୍ୟ (୪୫)। ସେ ‘ଶୁଭମ୍‌ ବାୟୋ ସିଏନ୍‌ଜି ପ୍ରାଇଭେଟ୍‌ ଲିଃ’ର ମାଲିକ ବୋଲି ସୂଚନା ମିଳିଛି। ଗୁରୁବାର ସାରେ ପୋଲିସ ଟିମ୍‌ ଉକ୍ତ ଗେଷ୍ଟ ହାଉସକୁ ଯାଇ ତପନ ରହୁଥିବା ୨୦୨ ନଂ. ରୁମ୍‌ର ତାଲା ଭାଙ୍ଗି ଗଳିତ ମୃତଦେହ ଜବତ କରିଥିଲା। ଶୁକ୍ରବାର କ୍ୟାପିଟାଲ ହସ୍ପିଟାଲରେ ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ତେବେ ତପନଙ୍କ କିପରି ମୃତ୍ୟୁ ହେଲା ସେନେଇ ରହସ୍ୟ ଲାଗି ରହିଛି। ହୃଦ୍‌ଘାତ କିମ୍ବା ଅନ୍ୟ କୌଣସି ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ପୋଲିସ ଆଶଙ୍କା କରୁଛି। ଏନେଇ ଗେଷ୍ଟ ହାଉସ୍‌ ମାଲିକଙ୍କ ରିପୋର୍ଟ ଆଧାରରେ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୧୯/୨୦୨୪) ରୁଜୁ କରି ତଦନ୍ତ ଜାରି ରଖିଛି। ତପନଙ୍କ ମୃତ୍ୟୁର ପ୍ରକୃତ କାରଣ ଜାଣିବା ପାଇଁ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରାଯାଇଥିବା ଥାନାଧିକାରୀ ମୃତ୍ୟୁଞ୍ଜୟ ସ୍ବାଇଁ ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, ତପନ ବିଭିନ୍ନ କାମ ପାଇଁ ଭୁବନେଶ୍ୱର ଗସ୍ତ ସମୟରେ ଅଧିକାଂଶ ସମୟରେ ଉକ୍ତ ଗେଷ୍ଟ ହାଉସରେ ରହୁଥିଲେ। ସେ ଗତ ମଙ୍ଗଳବାର ଏକ ବ୍ୟବସାୟିକ ବୈଠକ ସହ ଅନ୍ୟକିଛି କାମ ପାଇଁ ଭୁବନେଶ୍ୱର ଆସିଥିଲେ। ସେହିଦିନ ହିଁ ସେ ଉକ୍ତ ଗେଷ୍ଟ ହାଉସ୍‌ରେ ରହିଥିଲେ। ତେବେ ବୁଧବାର ରାତିଠୁ ଗୁରୁବାର ମଧ୍ୟାହ୍ନ ପର୍ଯ୍ୟନ୍ତ ତାଙ୍କ ରୁମ୍‌ ବନ୍ଦ ରହିଥିବାରୁ କର୍ମଚାରୀଙ୍କ ସନ୍ଦେହ ହୋଇଥିଲା। ଅପରାହ୍ନରେ ରୁମ୍‌ରୁ ଦୁର୍ଗନ୍ଧ ଆସିବାରୁ ଗେଷ୍ଟ ହାଉସ୍‌ ପକ୍ଷରୁ ପୋଲିସକୁ ସୂଚନା ଦିଆଯାଇଥିଲା। ପୋଲିସ ପହଞ୍ଚତ୍ ମୃତକଙ୍କ ସମ୍ପର୍କରେ ଆବଶ୍ୟକ ତଥ୍ୟ ସଂଗ୍ରହ ସହ ତାଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲା। ସେମାନେ ପହଞ୍ଚିବା ପରେ ରୁମ୍‌ ତାଲା ଭାଙ୍ଗି ପୋଲିସ ଭିତରେ ପଶିଥିଲା। ତେବେ ତପନଙ୍କ ମୃତଦେହ ଖଟର ଗୋଟିଏ ପାର୍ଶ୍ୱରେ ତଳକୁ ମୁହଁ ମାଡ଼ି ହୋଇ ପଡ଼ିରହିଥିଲା। ନାକ ଓ ପାଟିରୁ ରକ୍ତ ବୋହି ଥିବାବେଳେ ମୃତଦେହଟି ପଚିଯାଇଥିବାରୁ ସେଥିରୁ ପାଣି ବାହାରି ଚାରିଆଡକୁ ବ୍ୟାପି ଯାଇଥିବା ଦେଖିବାକୁ ମିଳିଥିଲା। ସେ କୌଣସି କାରଣରୁ ତଳେ ପଡି ଯିବାରୁ ମୁଣ୍ଡ ମାଡ଼ ହୋଇ ରକ୍ତସ୍ରାବ ହୋଇଥିବା ପୋଲିସ ଅନୁମାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri