ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ ହୋଇଛି। ବ୍ଲକ୍ ଅଧ୍ୟକ୍ଷା ବୀଣାପାଣି ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଚଳିତ ବର୍ଷ ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସ ପାଳନକୁ ସୁଚାରୁରୂପେ ଆୟୋଜନ କରିବା ନେଇ ବିଭିନ୍ନ ଦିଗରେ ଆଲୋଚନା କରାଯାଇଥିଲା।

ବୈଠକରେ ନିଷ୍ପତ୍ତି ହୋଇଛି ଯେ, ଚଳିତ ବର୍ଷ ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବରେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ  ଅଭିବାଦନ ଗ୍ରହଣ କରିବେ।

ବୈଠକରେ ପାଟଣା ବିଧାୟକଙ୍କ ବ୍ଲକ୍ ପ୍ରତିନିଧି କମଳାକାନ୍ତ ଦାଶ, ବିଡିଓ ମାନସ ରଞ୍ଜନ ଦଣ୍ଡପାଟ, ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଅମାନ୍ତ, ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରୀ ଅଭୟ ଚରଣ ଦେହୁରୀ, ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ଡା. ଶୁଭେନ୍ଦୁ ସାଗର କୁମାର ନାଏକ ଏବଂ ଜିପିଡିଓ ସନ୍ତୋଷ କୁମାର ଶବର ପ୍ରମୁଖ ମଞ୍ଚାସୀନ ଥିଲେ।

ଏହାବ୍ୟତୀତ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର ଜିଲା ସମ୍ପାଦକ କମଳାକାନ୍ତ ପତି, ଭାଷ୍ୟକାର ପାର୍ଥସାରଥୀ ବେଜ, ବିଜେଡି ବ୍ଲକ୍ ସଭାପତି ମାଧବାନନ୍ଦ ପୃଷ୍ଟି, ପାଟଣା ସୁରକ୍ଷା ମଞ୍ଚର ଆବାହକ ବିଜୟ ରତ୍ନ ପତି, କ୍ରୀଡାବିତ୍ ପ୍ରମୋଦ କୁମାର ଭଞ୍ଜ, କୁଡ଼ୁମି ସେନାର ରାଜ୍ୟ ଉପସଭାପତି ମିତ୍ରଭାନୁ ମହାନ୍ତ, କ୍ୟାପଟେନ ଧର୍ମେନ୍ଦ୍ର କୁମାର ସାହୁ, ଯୁଗୋଳକିଶୋର ଦାଶ, ଅଗ୍ନିଶମ ଅଧିକାରୀ ଗୌର ହେମ୍ବ୍ରମ, ଡବ୍ଲ୍ୟୁଇଓ ସିପ୍ରାରାଣୀ ମହାନ୍ତଙ୍କ ସମେତ ବ୍ଲକ୍‌ର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟର ପ୍ରଧାନଶିକ୍ଷକ, କ୍ରୀଡା ଶିକ୍ଷକ ଏବଂ ବ୍ଲକ୍‌ରେ କାର୍ଯ୍ୟରତ ପ୍ରିଣ୍ଟ, ସାଟେଲାଇଟ୍ ଓ ଡିଜିଟାଲ ମିଡିଆର ପ୍ରତିନିଧିମାନେ ଉପସ୍ଥିତ ଥିଲେ।

ଚଳିତ ବର୍ଷ ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସ ଅବସରରେ ମାଟ୍ରିକ୍ ପରୀକ୍ଷାର ବ୍ଲକ୍ ଟପ୍ପର, ଆଦର୍ଶ ଶିକ୍ଷକ, କୃତୀ ସାମ୍ବାଦିକ (ଖବରଦାତା) ଏବଂ କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖିଥିବା କୃଷକମାନଙ୍କୁ ସମ୍ବର୍ଦ୍ଧିତ କରାଯିବାକୁ ବୈଠକରେ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ଗ୍ରହଣ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri