ମଧ୍ୟାହ୍ନରେ ସ୍ତ୍ରୀଙ୍କ ସହ କଥା, ଅପରାହ୍ନରେ ଆସିଲା ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଖବର: ଗ୍ରାମରେ ଚାପା ଉତ୍ତେଜନା…

ଦିଗପହଣ୍ଡି,୬।୮(ଅଶେଷ ନାଥ ମିଶ୍ର): ଆନ୍ଧ୍ରପ୍ରଦେଶ ଚିତ୍ତୋର ଅଞ୍ଚଳର ଏକ ଘରୋଇ ପଥରଖଣିରେ କାମ କରୁଥିବା ଜଣେ ଓଡିଆ ଶ୍ରମିକ କୈବଲ୍ୟ ନାୟକଙ୍କ ଗତ ସୋମବାର ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ପରିବାରଲୋକେ ତାଙ୍କ ଆକସ୍ମିକ ମୃତ୍ୟୁକୁ ସହଜରେ ବିଶ୍ୱାସ କରିପାରୁ ନାହାନ୍ତି। ଏପରିକି ତାଙ୍କୁ ହତ୍ୟା କରାଯାଇଛି ବୋଲି ସେମାନେ ସନ୍ଦେହ କରୁଛନ୍ତି। ଏଭଳି ସ୍ଥିତିରେ ବୁଧବାର ତାଙ୍କ ମରଶରୀର ଦିଗପହଣ୍ଡି ବ୍ଳକ ବି. ତୁରୁବୁଡି ପଞ୍ଚାୟତ ପୈତୃକ ଗ୍ରାମ ଦଶିପୁର ଗ୍ରାମରେ ପହଞ୍ଚିବା ପରେ ଗ୍ରାମରେ ଉତ୍ତେଜନା ଲାଗି ରହିବା ସହ ଦୀର୍ଘ ସମୟ ଧରି ଗ୍ରାମବାସୀ ଆମ୍ବୁଲାନ୍ସକୁ ଅଟକ ରଖି ରାସ୍ତା ଅବରୋଧ କରିଥିବା ସୂଚନା ମିଳିଛି।
ସୂଚନାନୁଯାୟୀ, କୈବଲ୍ୟ ପରିବାର ପ୍ରତିପୋଷଣ ଲାଗି ୬ ମାସ ପୂର୍ବେ ଏହି ପଥରଖଣିରେ ଶ୍ରମିକ ଭାବେ କାମ କରି ଆସୁଥିଲେ। ସୋମବାର ମଧ୍ୟାହ୍ନରେ ସେ ନିଜ ସ୍ତ୍ରୀଙ୍କ ସହ ମୋବାଇଲରେ କଥା ହୋଇଥିଲେ। ହେଲେ ଅପରାହ୍ନ ପ୍ରାୟ ୩ ଟାରେ କୈବଲ୍ୟଙ୍କ ମୃତଦେହ କମ୍ପାନୀ ନିକଟସ୍ଥ ରାସ୍ତାରେ ପଡ଼ିଥିବା ନେଇ ତାଙ୍କ ପରିବାରଲୋକଙ୍କୁ ଖବର ଦିଆଯାଇଥିଲା । ଏନେଇ ପରିବାରଲୋକେ ଜାଣି ଦୁଃଖରେ ଭାଙ୍ଗି ପଡିଛନ୍ତି। ସେମାନେ ସାନଖେମୁଣ୍ଡି ବ୍ଳକ କଂସାମାରୀ ଗ୍ରାମର ଠିକାଦାର ଜିତୁ ଦୋରାଙ୍କ ସହ ଆଲୋଚନା ପରେ ତାଙ୍କ ମୃତଦେହ ଆମ୍ବୁଲାନ୍ସ ଯୋଗେ ଗ୍ରାମକୁ ଅଣାଯାଇଥିଲା । ତେବେ ତାଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଗ୍ରାମରେ ଉତ୍ତେଜନା ଲାଗି ରହିବା ସହ ଆମ୍ବୁଲାନ୍ସରୁ ମୃତଦେହ ନିଆଯାଇ ନ ଥିଲା । ଖବରପାଇ ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ ଏବଂ ଥାନା ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ ପାତ୍ର ଘଟଣାସ୍ଥଳରେ ପହଞ୍ଚି ଉତ୍ତେଜିତ ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା । ପରବର୍ତ୍ତୀ ସମୟରେ ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲା ରେଡକ୍ରସ ତରଫରୁ ମୃତକଙ୍କ ପରିବାରକୁ ୩୦ ହଜାର ଟଙ୍କା ଅନୁକମ୍ପା ମୂଳକ ଅର୍ଥରାଶି ଦିଆଯାଇଛି । ଶେଷରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ମୃତଦେହର ଅନ୍ତିମ ସତ୍କାର କରାଯାଇଥିବା ଜଣାପଡିଛି ।

Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri