ଓଏଫ୍‌ଡିସି ସବ୍‌ଡିଭିଜନାଲ ମ୍ୟାନେଜରଙ୍କ ସନ୍ଦେହଜନକ ମୃତ୍ୟୁ

ଲଖନପୁର,୨୬ା୧୧(ଡି.ଏନ୍‌.ଏ.):ଓଡିଶା ବନ ଉନ୍ନୟନ ନିଗମ(ଓଏଫ୍‌ଡିସି)ର ଝାରସୁଗୁଡ଼ା ଜିଲା ବନ ଉନ୍ନୟନ ନିଗମ ସବ୍‌ ଡିଭିଜନାଲ ମ୍ୟାନେଜର ବାସୁଦେବ ପାଲଙ୍କ ଗତ ମଙ୍ଗଳବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏନେଇ ମୃତକଙ୍କ ଝିଅ ତନୁଜା ଝାରସୁଗୁଡ଼ା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୮୬୩/୨୦) ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ଜଣେ ଉଚ୍ଚପଦସ୍ଥ ଅଧିକାରୀଙ୍କ ମାନସିକ ନିର୍ଯାତନା ସହି ନ ପାରି ବାସୁଦେବଙ୍କ ମୃତ୍ୟୁ ଘଟିଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଯିବା ସହ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ସେମାନେ ଦାବି କରିଥିଲେ। ପରିସ୍ଥିତି ଏପରି ହୋଇଥିଲା ଯେ ଉପରୋକ୍ତ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ନ ମିଳିବା ପର୍ଯ୍ୟନ୍ତ ପରିବାର ଲୋକେ ମୃତଦେହ ବ୍ୟବଚ୍ଛେଦ ପାଇଁ ଛାଡି ନ ଥିଲେ। ଫଳରେ ୨ଦିନ ଧରି ବାସୁଦେବଙ୍କ ମୃତଦେହ ଜିଲା ମୁଖ୍ୟ ଚିକିସତ୍ାଳୟରେ ପଡି ରହିଥିଲା। ଖବରପାଇ ଝାରସୁଗୁଡ଼ା ଥାନା ଆଇଆଇସି ସାବିତ୍ରୀ ବଳ ଡାକ୍ତରଖାନାରେ ପହଁଞ୍ଚତ୍ ମୃତକଙ୍କ ପରିବାର ସଦସ୍ୟଙ୍କୁ ବୁଝାଶୁଝା କରିଥିଲେ। ଓଏଫ୍‌ଡିସି ସମ୍ବଲପୁର ଡିଭିଜନର ଜେନେରାଲ୍‌ ମ୍ୟାନେଜର ଗୋଦାବରୀଶ ପଣ୍ଡା ଏହି ଘଟଣାର ବିଭାଗୀୟ ଉଚ୍ଚସ୍ତରୀୟ ତଦନ୍ତ କରାଯିବା ସହ ମୃତକଙ୍କ ପରିବାରକୁ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେବାପରେ ମୃତଦେହ ବୁଧବାର ବ୍ୟବଚ୍ଛେଦ ପାଇଁ ଯାଇଥିଲା। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ମୃତଦେହକୁ ତାଙ୍କ ନିଜ ଘର କଟକ ଜିଲା ସାଲେପୁରକୁ ପଠାଯାଇଛି।
ଏଭଳି ଦୁଃଖଦ ଘଟଣା ପରେ ବାସୁଦେବଙ୍କ ସାନ ଝିଅ ଲକ୍ଷ୍ମୀପ୍ରିୟା ଭାଙ୍ଗିପଡିଛନ୍ତି। ସେ ମାନସିକ ଭାରସାମ୍ୟ ହରାଇ ଡାକ୍ତରଖାନାରେ ଆମତ୍ହତ୍ୟା ଉଦ୍ୟମ କରିଥିଲେ। ଚିକିତ୍ସା କରାଯିବା ପରେ ସେ ସୁସ୍ଥ ଅଛନ୍ତି। ସେ ଅଭିଯୋଗ କରିଛନ୍ତି, ଓଏଫ୍‌ଡିସିର ଜଣେ ଉଚ୍ଚପଦସ୍ଥ ଅଧିକାରୀ ତାଙ୍କ ବାପାଙ୍କୁ ବର୍ଷେ ହେଲା ମାନସିକ ନିର୍ଯାତନା ଦେଇଆସୁଥିଲେ। ସେଥିପାଇଁ ବାପା ମାନସିକ ଚାପରେ ରହୁଥିଲେ। ଏଭଳି ସ୍ଥିତିରେ ପ୍ରତିଦିନ ଭଳି ସେ ମଙ୍ଗଳବାର ଅଫିସକୁ ଯାଇଥିଲେ। ସମ୍ପୃକ୍ତ ଅଧିକାରୀ ତାଙ୍କୁ ନିଜ ବାସଭବନକୁ ଡାକିଥିଲେ। ସେଠାରେ ସେ ତାଙ୍କୁ ଗାଳିଗୁଲଜ କରିବା ସହ ଅତ୍ୟଧିକ ମାନସିକ ଯନ୍ତ୍ରଣା ଦେଇଥିଲେ। ଫଳରେ ସେ ଅଚେତ ହୋଇ ତଳେ ପଡିଯାଇଥିଲେ। ତା’ପରେ ବିଭାଗୀୟ କର୍ମଚାରୀମାନେ ତାଙ୍କୁ ଜିଲା ମୁଖ୍ୟ ଚିକିସତ୍ାଳୟକୁ ନେଇଯାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri