ବଳାତ୍କାର ପୀଡ଼ିତାଙ୍କ ସନ୍ଦେହଜନକ ମୃତ୍ୟୁ

କୁତ୍ରା, ୧୬।୬(ଡି.ଏନ୍‌.ଏ)-ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ନୂଆଗାଁ ଅଞ୍ଚଳରେ ବଳାତ୍କାର ଶିକାର ହୋଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ବୁଧବାର ରାତି ପ୍ରାୟ ୧୨ଟାବେଳେ ଅସୁସ୍ଥତା ଅନୁଭବ କରିବା ସହିତ ମୁହଁରୁ ଫେଣ ବାହାରୁଥିବା ନେଇ ତାଙ୍କ ବାପାଙ୍କୁ ଜଣାଇଥିଲେ। ପରେ ଆମ୍ବୁଲାନ୍ସ ଯୋଗେ କୁତ୍ରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ତେବେ ଡାକ୍ତର ଚିକିତ୍ସା ଆରମ୍ଭ କରିବା ପରେ ତାଙ୍କର ମୃତ୍ୟୁ ହୋଇଥିଲା।
ସୂଚନାଯୋଗ୍ୟ, ଯୁବତୀଙ୍କର ସମ୍ପୃକ୍ତ ଅଞ୍ଚଳର ଜଣେ ଯୁବକ ବିନୋଦ ସିଂ(୩୦) ସହିତ ଚିହ୍ନାପରିଚୟ ହୋଇଥିଲା। ଏହାର ସୁଯୋଗ ନେଇ ବିନୋଦ ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଯୁବତୀ ଜଣଙ୍କ ୫ମାସର ଗର୍ଭବତୀ ହୋଇଥିଲେ। ପରିବାର ଲୋକ ଜାଣିବା ପରେ ଗ୍ରାମରେ ଏକ ବୈଠକ ବସିଥିଲା। ତେବେ ବୈଠକରେ ଯୁବକ ଜଣଙ୍କ ବିବାହ ପାଇଁ ସହମତି ଜଣାଇଥିଲେ। କିନ୍ତୁ ପରେ ବିବାହ ପାଇଁ ମନା କରିବାରୁ ଯୁବତୀଙ୍କ ବାପା ଗତ ୬ ତାରିଖ କୁତ୍ରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ କୁତ୍ରା ପୋଲିସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଇଥିଲା। ଗତ ୮ ତାରିଖରେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ତେବେ ଏହି ସବୁ ଘଟଣାରେ ପରେ ଯୁବତୀଙ୍କର ମୃତ୍ୟୁ ସନ୍ଦେହଜନକ ହୋଇଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri