କ୍ୱାର୍ଟର୍ସରେ ବରିଷ୍ଠ କିରାଣିଙ୍କ ସନ୍ଦେହଜନକ ମୃତ୍ୟୁ

ସୋନପୁର,୨୩।୨(ନି.ପ୍ର.)
ସୋନପୁର ସହରସ୍ଥିତ କ୍ଲଷ୍ଟର କଲୋନୀର ସରକାରୀ କ୍ୱାର୍ଟର୍ସରେ ବରିଷ୍ଠ କିରାଣି ଶିବ ନାରାୟଣ ବିଶ୍ୱାଳ(୪୧)ଙ୍କ ସନ୍ଦେହଜନକଭାବେ ମୃତ୍ୟୁ ଘଟିଛି। ପୋଲିସ କ୍ୱାର୍ଟର୍ସ ତାଲା ଭାଙ୍ଗି ଭିତରକୁ ପ୍ରବେଶ କରିବା ପରେ କାନ୍ଥରେ ପୋତା ହୋଇଥିବା ଏକ ଲୁହା କଣ୍ଟାରେ ବିଶ୍ୱାଳ ନିଜ ବେକକୁ ସରୁ ପ୍ଲାଷ୍ଟିକ୍‌ ଦଉଡିରେ ବାନ୍ଧି ଆତ୍ମହତ୍ୟା କରିଥିବା ଦେଖିବାକୁ ପାଇଥିଲେ। ଘରେ ସେ ଏକୁଟିଆ ଥିଲେ। ଭିତର ପଟୁ କବାଟ, ଝରକା ବନ୍ଦ ଥିଲା। ସୂଚନା ପାଇ ଅତିରିକ୍ତ ଜିଲାପାଳ ସୂର୍ଯ୍ୟ ନାରାୟଣ ଦାଶ, ତହସିଲଦାର ନବୀନ କୁମାର ପାଢୀ, ସୋନପୁର ପୋଲିସ ଏସ୍‌ଡିପିଓ ମିହିର କୁମାର ପଣ୍ଡା, ଆଇଆଇସି ପୁଷ୍ପେନ୍ଦୁ ସାଗର ଘଟଣାସ୍ଥଳରେ ପହଞ୍ଚତ୍ଥିଲେ । ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ତଦନ୍ତ ଆରମ୍ଭ କରିଛି। ବିଶ୍ୱାଳ ଜିଲାପାଳଙ୍କ କାର୍ଯ୍ୟାଳୟର ସଂସ୍ଥାପନ ବିଭାଗରେ ବରିଷ୍ଠ କିରାଣିଭାବେ କାର୍ଯ୍ୟରତ ଥିଲେ। ତାଙ୍କ ଘର ରାମପୁର ଥାନା ସାରସମାଲ(ମିର୍ଦ୍ଧାପଡା) ଗ୍ରାମରେ। ତାଙ୍କ ସ୍ତ୍ରୀ, ୧୬ ବର୍ଷର ଝିଅ ଓ ୧୩ ବର୍ଷର ପୁଅ ଅଛନ୍ତି । ୪ ଦିନ ପୂର୍ବରୁ ସ୍ତ୍ରୀ, ପୁଅ ଝିଅଙ୍କୁ ନେଇ ବୁର୍ଲାସ୍ଥିତ ବାପାଙ୍କ ଘରକୁ ଯାଇଥିଲେ। ଶୁକ୍ରବାର ଓ ସୋମବାର କିରାଣୀ ବିଶ୍ୱାଳ କୌଣସି କାରଣରୁ ଅଫିସ ଯାଇ ନଥିଲେ । ପୋଲିସଠାରୁ ସୂଚନା ପାଇ ପରିବାର ଲୋକେ ସୋନପୁରରେ ପହଞ୍ଚତ୍ଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri