ଦଣ୍ଡନାଚ ଚାଲିଥିବାବେଳେ ଟ୍ରାନ୍ସଜେଣ୍ଡରଙ୍କ ସନ୍ଦେହଜନକ ମୃତ୍ୟୁ: ତଦନ୍ତ ଆରମ୍ଭ

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମର କୁଲୁ ବିଷୋୟୀଙ୍କ ଘରୁ ଶନିବାର ସକାଳେ ସନ୍ଦେହଜନକ ଅବସ୍ଥାରେ ଜଣେ ଟ୍ରାନ୍ସଜେଣ୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଅଜିତ ବିଷୋୟୀ(୩୨)। ଶୁକ୍ରବାର ରାତିରେ ଦିଗପହଣ୍ଡିର ଦଣ୍ଡନାଚ ଦଳ ଗ୍ରାମରେ ନାଚ ପରିବେଷଣ କରିଥିଲେ। ଉକ୍ତ ନାଚ ଦଳରେ ଅଜିତ ଚିତ୍ତାକର୍ଷକ ଅଭିନୟ କରୁଥିଲେ। ଶୁକ୍ରବାର ସନ୍ଧ୍ୟାରେ କୌଣସି କାରଣକୁ ନେଇ ଦଣ୍ଡନାଚ ଦଳର କିଛି ସହକର୍ମୀଙ୍କ ସହ ତାଙ୍କ ଯୁକ୍ତିତର୍କ ହୋଇଥିଲା। ରାତିରେ ପ୍ରସାଦ ସେବନ ପରେ ଅଜିତ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ। ଦଣ୍ଡନାଚ ଦଳର ଅଭିନେତ୍ରୀଅଭିନେତାମାନେ ରହିଥିବା ଘରର ମାଲିକ କୁଲୁ ତାଙ୍କ ସାଇକେଲ ଆଣିବା ପାଇଁ ଶନିବାର ସକାଳେ ଯାଇଥିବା ବେଳେ ଅଜିତଙ୍କ ମୃତଦେହ ଘର ମଧ୍ୟରେ ଝୁଲୁଥିବା ଅବସ୍ଥାରେ ଦେଖିଥିଲେ। ଗ୍ରାମବାସୀଙ୍କୁ ଖବର ଦେବାପରେ ଦଣ୍ଡନାଚ ବନ୍ଦ କରାଯାଇଥିଲା। କୁଲୁଙ୍କ ଘର ସମ୍ମୁଖରେ ପ୍ରବଳ ଜନଗହଳି ହୋଇଥିଲା। ଦଣ୍ଡନାଚ ଅନୁଷ୍ଠାନର ମ୍ୟାନେଜର ଗୁଣନିଧି ପାଣିଗ୍ରାହୀ ଦିଗପହଣ୍ଡି ଥାନାରେ ଏନେଇ ଏତଲା ଦେବାପରେ ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତଦେହ ଜବତ କରିଥିଲେ।

ଅପମୃତ୍ୟୁ ମାମଲା ନଂ.୭/୨୫ ଅନୁଯାୟୀ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ମୃତଦେହ ଗାଁରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ମଧ୍ୟରେ ଗ୍ରାମ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ମିଳିବାପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri