ସ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ସ୍ବାମୀଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମର ରିତୁ ବେହେରାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଥାନାରେ ଅଟକ ଥିବା ରିତୁଙ୍କ ସ୍ବାମୀ ମୟୂର ବେହେରାଙ୍କୁ ଗୁରୁବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୨୬୭/୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।

ଶେରଗଡ଼ ଥାନା ଜି.ନୂଆପଲ୍ଲୀ ଗ୍ରାମର ରିତୁ ଖଲିଙ୍ଗି ଗ୍ରାମର ସୁରେନ୍ଦ୍ର ବେହେରାଙ୍କ ପୁଅ ମୟୂରଙ୍କୁ ଗତ ପ୍ରାୟ ୧୫ ବର୍ଷ ପୂର୍ବେ ବିବାହ କରିଥିଲେ। ତାଙ୍କର ଏକ ପୁଅ ଓ ଝିଅ ଅଛନ୍ତି। କୌଣସି କାରଣକୁ ନେଇ ସ୍ବାମୀ ଓ ଶଶୁର ଘର ଲୋକେ ଗତ କିଛିବର୍ଷ ହେଲା ରିତୁଙ୍କୁ ଶାରିରୀକ ଓ ମାନସିକ ନିର୍ଯାତନା ଦେଇ ଆସୁଥିଲେ। ସୋମବାର ସକାଳେ ରିତୁଙ୍କୁ ଅଚେତ ଅବସ୍ଥାରେ ଘରୁ ଉଦ୍ଧାର କରାଯାଇ ପ୍ରଥମେ ଆଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।ପ୍ରାଥମିକ ଚିକିତ୍ସା ପରେ ଅବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ପରିବାର ଲୋକେ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଅପରାହ୍ନ ପ୍ରାୟ ସାଢ଼େ ୪ ଟାରେ ତାଙ୍କ ମୃତ୍ୟୁ ଘଟିଥିଲା।

ଖବରପାଇ ରିତୁଙ୍କ ବାପା ଯୋଗେନ୍ଦ୍ର ପାଟପୁର ଥାନାରେ ପହଞ୍ଚି ତାଙ୍କ ଝିଅଙ୍କୁ ସ୍ବାମୀ ଓ ଶ୍ୱଶୁର ଘର ଲୋକେ ବିଷ ଦେଇ ହତ୍ୟା କରିଥିବା ନେଇ ଏତଲା ଦେବାପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା ମକଦ୍ଦମା ରୁଜୁ କରିବା ସହ ତଦନ୍ତକାରୀ ଅଧିକାରୀ ଏସ.ଆଇ ଶ୍ରୀନିବାସ ଦାସ ମଙ୍ଗଳବାର ସକାଳେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପହଞ୍ଚି ରିତୁଙ୍କ ମୃତଦେହ ଜବତ କରିବା ପରେ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ଛତ୍ରପୁରରୁ ଆସିଥିବା ପୋଲିସ ସାଇଣ୍ଟିଫିକ ଟିମ ମୟୂରଙ୍କ ଘରେ ପହଞ୍ଚି ସରଜମିନ ତଦନ୍ତ କରି ଫେରିଥିଲେ। ରିତୁଙ୍କ ମୟୂରଙ୍କୁ ପୋଲିସ ଥାନାରେ ଅଟକ ରଖି ଘଟଣାର ତଦନ୍ତ କରିବା ପରେ ସ୍ବାମୀ ମୟୂର ସଦାସର୍ବଦା ମଦ ପିଇ ତାଙ୍କ ରିତୁଙ୍କୁ ନିସ୍ତୁକ ମାଡ ମାରୁଥିବା ଜଣାପଡିଥିଲା । ରିତୁ କୌଣସି କାରଣରୁ ଘଟଣା ଦିନ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ପାଇଁ ଘରେ ଥିବା କୀଟନାଶକ ଖାଇ ଦେଇଥିଲେ ବୋଲି ସ୍ବାମୀ ମୟୂର ପୋଲିସ ନିକଟରେ ବୟାନ ଦେଇଥିଲେ। ଘଟଣାର ସବିଶେଷ ତଦନ୍ତ ପରେ ସବୁକିଛି ସ୍ପଷ୍ଟ ହେବ ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri